Posted inଖେଳ

କିଟ୍‌ ମହିଳା ରୋଇଂ ଦଳକୁ ରୌପ୍ୟ

ଭୁବନେଶ୍ୱର, ୩୦।୫ (କ୍ରୀଡ଼ା ପ୍ରତିନିଧି): ଉତ୍ତର ପ୍ରଦେଶର ବିଭିନ୍ନ ସହରରେ ଚାଲିଥିବା ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାରେ କିଟ୍‌ର ମହିଳା ରୋଇଂ ଦଳ ରୌପ୍ୟ ପଦକ ହାସଲ କରିଛି। ମହିଳା ୨୦୦୦ ମିଟର (ଡବ୍ଲ୍ୟୁ୨ଏକ୍ସ) ଇଭେଣ୍ଟରେ ଅବିନାଶ କୌର ଓ ଅରୁନ୍‌ପ୍ରୀତ କୌର ଏହି ସଫଳତା ପାଇଛନ୍ତି। ଏହି ବିଶ୍ୱବିଦ୍ୟାଳୟର ଲାଲୁ ପ୍ରସାଦ ଭୋଇ ପୁରୁଷ ୧୦୦ ମିଟର ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ଉତ୍କଳ ବିଶ୍ୱବିଦ୍ୟାଳୟର ଅଭିଷେକ ଦଳବେହେରା ପୁରୁଷ ୧୦୦ ମିଟରରେ ବ୍ରୋଞ୍ଜ ପଦକ ପାଇଛନ୍ତି। ଲାଲୁ ପ୍ରସାଦ ୧୦.୬୦ ଓ ଅଭିଷେକ ୧୦.୭୨ ସେକେଣ୍ଡ ସମୟ ନେଇ ଯଥାକ୍ରମେ ଦ୍ୱିତୀୟ ଓ ତୃତୀୟ ସ୍ଥାନରେ ରହିଥିଲେ। ପୁରୁଷ ଟେନିସ ସେମିଫାଇନାଲରେ କିଟ୍‌ ଦଳ ୧-୨ରେ ଆନ୍ନା ବିଶ୍ୱବିଦ୍ୟାଳୟଠାରୁ ହାରି ଯାଇଛି। ମଙ୍ଗଳବାର ବ୍ରୋଞ୍ଜ ପଦକ ମ୍ୟାଚରେ ଏହି ଦଳ ଗୁଜରାଟ ବିଶ୍ୱବିଦ୍ୟାଳୟକୁ ଭେଟିବ। ସମ୍ବଲପୁର ବିଶ୍ୱବିଦ୍ୟାଳୟ ହକି ଦଳ ୪-୩ ଗୋଲରେ ବେଙ୍ଗାଲୁରୁ ବିଶ୍ୱବିଦ୍ୟାଳୟକୁ ହରାଇ ସେମି ଫାଇନାଲରେ ପ୍ରବେଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ହଟିବ ବେଆଇନ ନିର୍ମାଣ

କେନ୍ଦୁଝର,୫ା୬ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ତହସିଲ ମୋଚିଗାଁ ମୌଜା ପୂର୍ତ୍ତ ବିଭାଗ ରାସ୍ତା ପାର୍ଶ୍ୱ ନୟନଯୋରୀ ଜବରଦଖଲ ହୋଇ ବେଆଇନ ଭାବେ ଦୋକାନ ଘର…

ମନୋଜ ପାଇଲେ ପ୍ରକୃତି ବନ୍ଧୁ ପୁରସ୍କାର

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ): ପରିବେଶ ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜଙ୍ଗଳ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ରୁନଗାଁର ମନୋଜ କୁମାର ଦାନୀଙ୍କୁ ଶୁକ୍ରବାର…

ଚାକିରିଆଙ୍କ ପାଇଁ ଖୁସିଖବର: PF ଆକାଉଣ୍ଟ ଥିଲେ ମିଳିବ ୭ ଲକ୍ଷର… ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୫।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ର ମାଗଣା ଜୀବନ ବୀମା ଯୋଜନା (Free Life Insurance Policy) ବିଷୟରେ ଅଧିକାଂଶ ଭାରତୀୟ ଜାଣିନାହାନ୍ତି,…

ଫିଲ୍ଡରେ କାର୍ଯ୍ୟ କରୁଥିବାବେଳେ ହଠାତ୍‌ ଟଳିପଡ଼ିଲେ ବିଦ୍ୟୁତ୍‌ କର୍ମଚାରୀ, ସ୍ତ୍ରୀଙ୍କୁ ଚାକିରି ସହ କ୍ଷତିପୂରଣ ଦାବିରେ…

ଭଞ୍ଜନଗର,୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାଓ୍ବାର ଅଧୀନରେ କାର୍ଯ୍ୟରତ କର୍ମଚାରୀ ଦୁର୍ଗାମାଧବ ଜେନା (୪୫) ଶୁକ୍ରବାର ଫିଲ୍ଡରେ କାମ କରୁଥିବା ବେଳେ ହଠାତ୍‌ ଟଳିପଡ଼ିଥିଲେ।…

କ’ଣ CJP ମୁଖ୍ୟ ଅଭିଜିତ ଦିପକେ ୩ ପ୍ରବକ୍ତାଙ୍କୁ ଦେବେ ଦରମା, ସୋସଆଲ ମିଡିଆରେ ଜୋର ଧରିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୬: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କ ଭାରତ ଫେରିବା ଏବଂ ଜୁନ ୬ ତାରିଖରେ ଦିଲ୍ଲୀରେ ପ୍ରତିବାଦ କାର୍ଯ୍ୟକ୍ରମ ସ୍ଥିର ହେବାର କିଛି ଦିନ…

TMCକୁ ଆଉ ଏକ ଧକ୍କା, ମେୟର ପଦରୁ ଇସ୍ତଫା ଦେଲେ ମମତାଙ୍କ ନିକଟତମ

କୋଲକାତା,୫।୬: ବଙ୍ଗଳା ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ ଭିତରେ ଦେଖାଦେଇଥିବା ଅନ୍ତର୍ଦ୍ୱନ୍ଦ୍ୱ ଏବଂ ବିଭାଜନ ମଧ୍ୟରେ, ଦଳର ବରିଷ୍ଠ ନେତା ଏବଂ ପୂର୍ବତନ…

ପାନୀୟ ଜଳ ବିଦ୍ୟୁତ ସମସ୍ୟା ନେଇ ଟାଟା ପାଓ୍ବାର ଅଫିସ ଘେରାଉ

ବଲାଙ୍ଗୀର,୫ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମପଞ୍ଚାୟତର ବହୁ ଗ୍ରାମବାସୀ ଶୁକ୍ରବାର ବଲାଙ୍ଗୀର ଆସି ଆରଡବ୍ଲ୍ୟୁଏସ୍‌ଏସ୍‌ ଅଧୀକ୍ଷଣ ଯନ୍ତ୍ରୀ ଅଫିସ ଏବଂ…

ମୋଦିଙ୍କ ପ୍ରଶଂସା ମଧ୍ୟରେ କ୍ୟାମେରାରେ କଏଦ ହୋଇଥିଲା ଏକ ହସ ପୁଟିନଙ୍କ ସାମ୍ନାରେ ବସିଥିବା ଏହି ରହସ୍ୟମୟୀ ମହିଳା ଜଣକ କିଏ? ଜାଣନ୍ତୁ…

ନୂଆଦିଲ୍ଲୀ,୫।୬: ଗୁରୁବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆନ୍ତର୍ଜାତୀୟ ସମ୍ବାଦ ସଂସ୍ଥାର ମୁଖ୍ୟମାନଙ୍କ ସହିତ ଆଲୋଚନା କରିଥିଲେ। ଆଲୋଚନା ସମୟରେ ସେ ଖୋଲାଖୋଲି ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri