‘ଭଞ୍ଜନଗରରେ କିଟ୍‌ର ୨୦୦ ଶଯ୍ୟାବିଶିଷ୍ଟ ହସ୍ପିଟାଲ’

ଭଞ୍ଜନଗର,୯ା୧(ଡି.ଏନ୍‌.ଏ.): ଭଞ୍ଜନଗର ନିର୍ବାଚନମଣ୍ଡଳୀ ବିଜେଡି ପକ୍ଷରୁ ଦଳର ପ୍ରତିଷ୍ଠା ଦିବସ ରବିବାର ସ୍ଥାନୀୟ ଜଳସମ୍ପଦ ବିଭାଗ ଆମ୍ବତୋଟାରେ ପାଳନ କରାଯାଇଛି। ଏଥିରେ ଭଞ୍ଜନଗର ବ୍ଲକ ବିଜେଡି ସଭାପତି ରାଜେନ୍ଦ୍ର ପ୍ରସାଦ ପ୍ରଧାନ ଅଧ୍ୟକ୍ଷତା କରିଥିଲେ। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ କହିଥିଲେ। କନ୍ଧମାଳ ଏମ୍‌ପି ଡ. ଅଚ୍ୟୁତ ସାମନ୍ତ ସମ୍ମାନିତ ଅତିଥି ଭାବେ ଯୋଗଦେଇ ତାଙ୍କ ଦ୍ୱାରା ପରିଚାଳିତ କିଟ୍‌ ଅନୁଷ୍ଠାନ ପକ୍ଷରୁ ଭଞ୍ଜନଗରରେ ୨୦୦ ଶଯ୍ୟା ବିଶିଷ୍ଟ ଅତ୍ୟାଧୁନିକ ହସ୍ପିଟାଲ ପ୍ରତିଷ୍ଠା କରାଯିବ ବୋଲି ସଭାରେ ଘୋଷଣା କରିଥିଲେ। ବାଚସ୍ପତି ବିକ୍ରମ କେଶରୀ ଆରୁଖ ଓ ସେ ମିଶି ଉକ୍ତ ହସ୍ପିଟାଲ କରିବେ। ଖୁବଶୀଘ୍ର କାମ ଆରମ୍ଭ ହେବ ବୋଲି ଏମ୍‌ପି ସାମନ୍ତ କହିଥିଲେ। ସେହିପରି କିସ୍‌ ଶାଖା ମଧ୍ୟ ଖୋଲି ଅଞ୍ଚଳରେ ଶିକ୍ଷାର ବିକାଶ କରାଯିବ ବୋଲି ସୂଚନା ଦେଇଥିଲେ। ଆଗକୁ ଭଞ୍ଜନଗର ଅଞ୍ଚଳର ଅନେକ ଯୁବତୀ ଯୁବକଙ୍କୁ ନିଯୁକ୍ତି ଦେବା ପାଇଁ ପଦକ୍ଷେପ ନିଆଯାଇଛି। ଅଞ୍ଚଳର ବହୁ ଗରିବ ଲୋକଙ୍କୁ ସାହାଯ୍ୟ କରାଯାଇଛି। ଭଞ୍ଜନଗର ନିର୍ବାଚନ ମଣ୍ଡଳୀରେ ସ୍ବାସ୍ଥ୍ୟ, ଶିକ୍ଷା ଏବଂ ନୂତନ କର୍ମନିଯୁକ୍ତି ପାଇଁ ସେ ପଦକ୍ଷେପ ନେଇଛନ୍ତି ବୋଲି ସାମନ୍ତ କହିିଥିଲେ। ସୂଚନାଯୋଗ୍ୟ, ଇତିମଧ୍ୟରେ କିଟ୍‌ ପକ୍ଷରୁ ଆଇଆଇଟି ନିକଟରେ ଜମି ଅଧିଗ୍ରହଣ ପ୍ରକ୍ରିୟା ସରିଛି। ସାଂସଦଙ୍କ ଏହି ଘୋଷଣା ପରେ ଅଞ୍ଚଳବାସୀ ଖୁସି ହୋଇଛନ୍ତି
ବୈଠକରେ ଜିଲା ବିଜେଡ଼ି ସଭାପତି ଡ. ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ, ରାଜ୍ୟ କାଜୁ ନିଗମ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ମହାରଣା, ଭଞ୍ଜନଗର ବ୍ଲକ ଅଧ୍ୟକ୍ଷ ନରିସଭା ନାୟକ, ଏନଏସି ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର, ଉପାଧ୍ୟକ୍ଷା ରାଜଲକ୍ଷ୍ମୀ ପ୍ରଧାନ, ଜଗନ୍ନାଥ ପ୍ରସାଦ ବ୍ଲକ ଅଧ୍ୟକ୍ଷା ଜୟଶ୍ରୀ ସାହୁ, ନଗର ବିଜେଡ଼ି ସଭାପତି ରାଜେନ୍ଦ୍ର ବିଶୋଇ, ନଗର ଯୁବ ବିଜେଡ଼ି ସଭାପତି ସୁଧୀର ବେହେରା, ବ୍ଲକ ମହିଳା ବିଜେଡ଼ି ସଭାନେତ୍ରୀ ଶୈଳବାଳା ବିଶୋଇ, ନଗର ସଭାନେତ୍ରୀ ସୁଜ୍ଞାନୀ ଗଉଡ, ଜିଲା ବିଜେଡ଼ି ଉପସଭାପତି ରାଜକୁମାର ସାହୁ, ଜିଲା ବିଜେଡ଼ି ସାଧାରଣ ସମ୍ପାଦକ ବିପ୍ର ଚରଣ ବାରିକ, ଏନଏସି ଏମ୍‌ପି ପ୍ରତିନିଧି ପଞ୍ଚାନନ ପାଳ, ଜଗନ୍ନାଥପ୍ରସାଦ ମହିଳା ବିଜେଡ଼ି ସଭାନେତ୍ରୀ ଲିପିକା ସ୍ବାଇଁ, ବ୍ଲକ ବିଜେଡ଼ି ଉପସଭାପତି ପ୍ରଭାତ ଚନ୍ଦ୍ର ଦଳବେହେରା ପ୍ରମୁଖ ଯୋଗଦେଇ ଉଦବୋଧନ ଦେଇଥିଲେ। ଏମ୍‌ପି ପ୍ରତିନିଧି ଦିବାକର ନାୟକ ସଭା ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଖିଳଙ୍କ ପ୍ରାର୍ଥିତ୍ୱକୁ ବିରୋଧ କଲା ଭାଜପାର ଆଉ ଏକ ଗୋଷ୍ଠୀ

ପାଟଣା,୨୦ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବୈତରଣୀ ନଦୀକୂଳ ଧାନବେଣୀ ପାର୍ଶ୍ୱରେ ଶନିବାର ପାଟଣା ଭାଜପା ନିର୍ବାଚନ ମଣ୍ଡଳୀସ୍ତରୀୟ ନିଷ୍ପତ୍ତି ସାମାବେଶ ଅନୁଷ୍ଠିତ ହୋଇଛି। ସୂଚନାଯୋଗ୍ୟ,...

ମହାନଦୀ ବୋଟ୍‌ ଟ୍ରାଜେଡି: ମିଳିଲା ଆଉ ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡି ଘଟଣାରେ ଆଉ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହାକୁ ମିଶାଇ ମୋଟ ୮ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି...

ଅସମ୍ଭାଳ ତାତି, ଅଂଶୁଘାତରେ ୨୮ ଆକ୍ରାନ୍ତ ଡାକ୍ତଖାନାରେ ଭର୍ତ୍ତି

ସୁନ୍ଦରଗଡ,୨୦।୪: ଅସମ୍ଭାଳ ହେଲାଣି ତାତି। ଆଉ ବଢ଼ିବାରେ ଲାଗିଛି ରାଜ୍ୟରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା। ସୁନ୍ଦରଗଡରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା ୨୮ରେ ପହଞ୍ଚିଛି। ପିଏଚସିରୁ ଜିଲା...

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri