‘ଭଞ୍ଜନଗରରେ କିଟ୍‌ର ୨୦୦ ଶଯ୍ୟାବିଶିଷ୍ଟ ହସ୍ପିଟାଲ’

ଭଞ୍ଜନଗର,୯ା୧(ଡି.ଏନ୍‌.ଏ.): ଭଞ୍ଜନଗର ନିର୍ବାଚନମଣ୍ଡଳୀ ବିଜେଡି ପକ୍ଷରୁ ଦଳର ପ୍ରତିଷ୍ଠା ଦିବସ ରବିବାର ସ୍ଥାନୀୟ ଜଳସମ୍ପଦ ବିଭାଗ ଆମ୍ବତୋଟାରେ ପାଳନ କରାଯାଇଛି। ଏଥିରେ ଭଞ୍ଜନଗର ବ୍ଲକ ବିଜେଡି ସଭାପତି ରାଜେନ୍ଦ୍ର ପ୍ରସାଦ ପ୍ରଧାନ ଅଧ୍ୟକ୍ଷତା କରିଥିଲେ। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ କହିଥିଲେ। କନ୍ଧମାଳ ଏମ୍‌ପି ଡ. ଅଚ୍ୟୁତ ସାମନ୍ତ ସମ୍ମାନିତ ଅତିଥି ଭାବେ ଯୋଗଦେଇ ତାଙ୍କ ଦ୍ୱାରା ପରିଚାଳିତ କିଟ୍‌ ଅନୁଷ୍ଠାନ ପକ୍ଷରୁ ଭଞ୍ଜନଗରରେ ୨୦୦ ଶଯ୍ୟା ବିଶିଷ୍ଟ ଅତ୍ୟାଧୁନିକ ହସ୍ପିଟାଲ ପ୍ରତିଷ୍ଠା କରାଯିବ ବୋଲି ସଭାରେ ଘୋଷଣା କରିଥିଲେ। ବାଚସ୍ପତି ବିକ୍ରମ କେଶରୀ ଆରୁଖ ଓ ସେ ମିଶି ଉକ୍ତ ହସ୍ପିଟାଲ କରିବେ। ଖୁବଶୀଘ୍ର କାମ ଆରମ୍ଭ ହେବ ବୋଲି ଏମ୍‌ପି ସାମନ୍ତ କହିଥିଲେ। ସେହିପରି କିସ୍‌ ଶାଖା ମଧ୍ୟ ଖୋଲି ଅଞ୍ଚଳରେ ଶିକ୍ଷାର ବିକାଶ କରାଯିବ ବୋଲି ସୂଚନା ଦେଇଥିଲେ। ଆଗକୁ ଭଞ୍ଜନଗର ଅଞ୍ଚଳର ଅନେକ ଯୁବତୀ ଯୁବକଙ୍କୁ ନିଯୁକ୍ତି ଦେବା ପାଇଁ ପଦକ୍ଷେପ ନିଆଯାଇଛି। ଅଞ୍ଚଳର ବହୁ ଗରିବ ଲୋକଙ୍କୁ ସାହାଯ୍ୟ କରାଯାଇଛି। ଭଞ୍ଜନଗର ନିର୍ବାଚନ ମଣ୍ଡଳୀରେ ସ୍ବାସ୍ଥ୍ୟ, ଶିକ୍ଷା ଏବଂ ନୂତନ କର୍ମନିଯୁକ୍ତି ପାଇଁ ସେ ପଦକ୍ଷେପ ନେଇଛନ୍ତି ବୋଲି ସାମନ୍ତ କହିିଥିଲେ। ସୂଚନାଯୋଗ୍ୟ, ଇତିମଧ୍ୟରେ କିଟ୍‌ ପକ୍ଷରୁ ଆଇଆଇଟି ନିକଟରେ ଜମି ଅଧିଗ୍ରହଣ ପ୍ରକ୍ରିୟା ସରିଛି। ସାଂସଦଙ୍କ ଏହି ଘୋଷଣା ପରେ ଅଞ୍ଚଳବାସୀ ଖୁସି ହୋଇଛନ୍ତି
ବୈଠକରେ ଜିଲା ବିଜେଡ଼ି ସଭାପତି ଡ. ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ, ରାଜ୍ୟ କାଜୁ ନିଗମ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ମହାରଣା, ଭଞ୍ଜନଗର ବ୍ଲକ ଅଧ୍ୟକ୍ଷ ନରିସଭା ନାୟକ, ଏନଏସି ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର, ଉପାଧ୍ୟକ୍ଷା ରାଜଲକ୍ଷ୍ମୀ ପ୍ରଧାନ, ଜଗନ୍ନାଥ ପ୍ରସାଦ ବ୍ଲକ ଅଧ୍ୟକ୍ଷା ଜୟଶ୍ରୀ ସାହୁ, ନଗର ବିଜେଡ଼ି ସଭାପତି ରାଜେନ୍ଦ୍ର ବିଶୋଇ, ନଗର ଯୁବ ବିଜେଡ଼ି ସଭାପତି ସୁଧୀର ବେହେରା, ବ୍ଲକ ମହିଳା ବିଜେଡ଼ି ସଭାନେତ୍ରୀ ଶୈଳବାଳା ବିଶୋଇ, ନଗର ସଭାନେତ୍ରୀ ସୁଜ୍ଞାନୀ ଗଉଡ, ଜିଲା ବିଜେଡ଼ି ଉପସଭାପତି ରାଜକୁମାର ସାହୁ, ଜିଲା ବିଜେଡ଼ି ସାଧାରଣ ସମ୍ପାଦକ ବିପ୍ର ଚରଣ ବାରିକ, ଏନଏସି ଏମ୍‌ପି ପ୍ରତିନିଧି ପଞ୍ଚାନନ ପାଳ, ଜଗନ୍ନାଥପ୍ରସାଦ ମହିଳା ବିଜେଡ଼ି ସଭାନେତ୍ରୀ ଲିପିକା ସ୍ବାଇଁ, ବ୍ଲକ ବିଜେଡ଼ି ଉପସଭାପତି ପ୍ରଭାତ ଚନ୍ଦ୍ର ଦଳବେହେରା ପ୍ରମୁଖ ଯୋଗଦେଇ ଉଦବୋଧନ ଦେଇଥିଲେ। ଏମ୍‌ପି ପ୍ରତିନିଧି ଦିବାକର ନାୟକ ସଭା ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ…

ଗାନ୍ଧୀ ବିଚାରରେ ପରିବେଶ ସୁରକ୍ଷା

ମହାକାଳର ଅସୀମ ଗର୍ଭରେ ଇତିହାସର ଅନେକ ପୃଷ୍ଠା ରକ୍ତର କାଳିରେ ଲେଖାଯାଇଛି, ଅନେକ ବିପ୍ଳବ କେବଳ କ୍ଷମତା ଆଉ ସାମ୍ରାଜ୍ୟବାଦର ମୋହରେ ଧୂଳିସାତ ହୋଇଯାଇଛି। କିନ୍ତୁ ବିଂଶ…

ଘର ଘର ବୁଲି କ୍ଷୀର ବିକୁଥିଲେ ନିତେଶ: ଏବେ ୬୪ ବର୍ଷର ଇତିହାସ ବଦଳାଇଦେଲେ ନିତେଶ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ କୁସ୍ତି ପାଇଁ ଆସିଛି ଐତିହାସିକ ସଫଳତା। ଗ୍ରୀକୋ-ରୋମାନ କୁସ୍ତିର ୯୭+ କିଲୋଗ୍ରାମ ବର୍ଗରେ ଭାରତର ନିତେଶ ସିୱାଚ ରୌପ୍ୟ ପଦକ…

ହୀରାକୁଦ ଜଳଭଣ୍ଡାର ପୁଣି ପୂର୍ଣ୍ଣଗର୍ଭା: ଦ୍ବିତୀୟ ଥର ୬୩୦ ଫୁଟ ଛୁଇଁଲା ଜଳସ୍ତର

​ସମ୍ବଲପୁର,୨।୧୦(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ବର୍ତ୍ତମାନ ମାତ୍ର ଗୋଟିଏ ସ୍ଲୁଇସ ଗେଟ୍ ଖୋଲା ରହିଛି । ଫଳରେ ଶୁକ୍ରବାର ସକାଳେ ହୀରାକୁଦ ଜଳଭଣ୍ଡାରର ପୁଣିଥରେ ପୂର୍ଣ୍ଣଗର୍ଭା ହୋଇଛି…

୭୫ ବର୍ଷ ପରେ ଘଟିଲା ଏମିତି: ଏସିଆନ ଗେମ୍ସରେ ଚମତ୍କାର କଲା ଭାରତୀୟ ମହିଳା ଟିମ୍‌

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସିଆନ ଗେମ୍ସରେ ଭାରତ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ତୀରନ୍ଦାଜୀର ମହିଳା ରିକର୍ଭ ଟିମ ଫାଇନାଲରେ ଶକ୍ତିଶାଳୀ ଦକ୍ଷିଣ କୋରିଆକୁ ୫-୩ରେ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ପୁଟିନ୍, ନିରପେକ୍ଷ ରହିବା….

ମସ୍କୋ,୨।୧୦: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି । ମୋଦିଙ୍କୁ ବିଶ୍ୱର ସେହି ନେତାମାନଙ୍କ ମଧ୍ୟରେ ପୁଟିନ୍‌ ସାମିଲ କରିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?