‘ବେସରମ ରଙ୍ଗ’ ଗାଇଲେ କିଲି ପଲ୍‌, ଭିଡିଓ ଦେଖିଲେ…

‘ପଠାନ’ ୬ ଦିନ ମଧ୍ୟରେ ସର୍ବଭାରତୀୟ ସ୍ତରରେ ୬୦୦ କୋଟିରୁ ଅଧିକ ରୋଜଗାର କରି ବଲିଉଡ୍‌ରେ ରେକର୍ଡ ଭାଙ୍ଗିଛି। ପ୍ରଶଂସକମାନେ ଶାହାରୁଖ ଖାନ୍‌ଙ୍କ ଆକ୍ସନ ହିରୋ ଅବତାର ଏବଂ ଦୀପିକା ପାଦୁକୋନଙ୍କ ଅଭିନୟର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଖୁବ୍‌ ପସନ୍ଦ କରିଛନ୍ତି। ଏହି ଫିଲ୍ମ ଆରମ୍ଭରୁ ଅନେକ ବିବାଦ ଦେଖାଦେଇଥିଲେ ମଧ୍ୟ ପ୍ରେକ୍ଷାଳୟକୁ ଆସିବା ପରେ ରେକର୍ଡ କରିଛି। ବର୍ତ୍ତମାନ ତାଞ୍ଜାନିଆର ସୋସିଆଲ ମିଡିଆ ସେନ୍‌ସେସନ କିଲି ପଲ ଏବଂ ତାଙ୍କ ଭଉଣୀ ନୀମା ଏକ ଆକର୍ଷଣୀୟ ଭିଡିଓ ସହିତ ‘ପଠାନ’ କ୍ରେଜରେ ସାମିଲ ହୋଇଛନ୍ତି।

କିଲି ଆଉ ନୀମା ଇନ୍‌ଷ୍ଟାଗ୍ରାମରେ ଶାହାରୁଖ-ଦୀପିକାଙ୍କ ଅଭିନୀତ ହିଟ୍‌ ଗୀତ ‘ବେସରମ ରଙ୍ଗ’ ଗାଇଥିବାର ଏକ ଭିଡିଓ ଶେୟାର କରିଛନ୍ତି। ଏଥର କିଲି ଏବଂ ନୀମା ଲିପ୍ସିଂ କରିନାହାନ୍ତି। ଉଭୟେ ଏହି ଗୀତଟି ଗାଇଛନ୍ତି। ଯାହା ଆପଣଙ୍କୁ ପ୍ରଭାବିତ କରିବ।

ଏହି ଭିଡିଓକୁ ୨ ଲକ୍ଷରୁ ଅଧିକ ଥର ଦେଖାସରିଲାଣି। ତାଙ୍କର ଚମତ୍କାର ପ୍ରଦର୍ଶନ ପାଇଁ ଲୋକମାନେ ତାଙ୍କୁ ପ୍ରଶଂସା କରିବାରେ ଲାଗିଛନ୍ତି। ଅନେକ ୟୁଜର ଶାହରୁଖଙ୍କୁ ଟ୍ୟାଗ୍‌ ବି କରିଛନ୍ତି। ଜଣେ ୟୁଜର କହିଛନ୍ତି ‘ଆଉଟ୍‌ଷ୍ଟାଣ୍ଡିଂ’।

‘ବେସରମ ରଙ୍ଗ’ ଗୀତକୁ ଶିଳ୍ପା ରାଓ, କାରାଲିସା ମୋଣ୍ଟେଇରୋ, ବିଶାଲ ଏବଂ ଶେଖର ଗାଇଛନ୍ତି। ସଂଗୀତ ନିର୍ଦ୍ଦେଶନା ଦେଇଛନ୍ତି ବିଶାଲ ଏବଂ ଶେଖର।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ…

ମ୍ୟାଚ୍‌ ଜିତିଲା ଇଂଲଣ୍ଡ, ହୃଦୟ ଜିତିଲା ନେପାଳ

ମୁମ୍ବାଇ,୮ା୨- ଚଳିତ ଟି୨୦ ବିଶ୍ୱକପ୍‌ରେ ରବିବାର ଖେଳାଯାଇଥିବା ଏକ ରୋମାଞ୍ଚକ ପୂର୍ଣ୍ଣ ମ୍ୟାଚ୍‌ରେ ଇଂଲଣ୍ଡ ୪ ରନରେ ନେପାଳକୁ ହରାଇ ଦେଇଛି। ଇଂଲଣ୍ଡ ଦ୍ୱାରା ପ୍ରଦତ୍ତ ୧୮୫…

ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟରେ ବୈଭବ ସୂର୍ଯ୍ୟବଂଶୀ

ଦୁବାଇ, ୮ା୨: ଆଇସିସି ୧୬ ବର୍ଷରୁ କମ୍‌ ବିଶ୍ୱକପ୍‌ ଉଦ୍‌ଯାପିତ ହେବା ପରେ ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟ ମନୋନୀତ କରାଯାଇଛି। ଏଥିରେ ସ୍ଥାନ ପାଇଥିବା ୩ଜଣ…

ମେଟ୍ରୋରେ ପ୍ରେମିକା ସହ ଧରାପଡ଼ିଲେ ପୁଅ; ସେଠାରେ ହିଁ ‘ନିର୍ବନ୍ଧ’ କରାଇଦେଲେ ମା’

ନୂଆଦିଲ୍ଲୀ,୮ା୨: ସୋସିଆଲ ମିଡିଆରେ ଏବେ ଏକ ଅଜବ ତଥା ମଜାଦାର ଭିଡିଓ ବେଶ୍ ଭାଇରାଲ ହେବାରେ ଲାଗିଛି। ଜଣେ ମା’ ନିଜ ପୁଅକୁ ତାଙ୍କ ପ୍ରେମିକାଙ୍କ ସହ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri