ଗାଁ ମଣ୍ଡପରେ ବୃଦ୍ଧଙ୍କ ଗଳା କାଟି ହତ୍ୟା

ପାଟପୁର,୫ା୮- ଗଞ୍ଜାମ ଜିଲା ପାଟପୁର ଥାନା ପ୍ରତାପଗିରି ଗ୍ରାମ କୋଠଘର ମଣ୍ଡପରୁ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ଉକ୍ତ ଗ୍ରାମର ଆର୍‌. ଖରଡା ପାତ୍ର (୬୫)। ଖରଡାଙ୍କ ପୁଅ ଭୀମଙ୍କ ଏତଲାକ୍ରମେ ପାଟପୁର ପୋଲିସ ହତ୍ୟା ମାମଲା (ନଂ.୧୮୮/୨୦) ରୁଜୁ କରି ତଦନ୍ତ ଚଳାଇଛି।
ଖରଡା ମଙ୍ଗଳବାର ରାତିରେ ଖାଇ ସାରି ଘରଠାରୁ ପ୍ରାୟ ୨୦୦ ମିଟର ଦୂର କୋଠଘର ମଣ୍ଡପରେ ଶୋଇଥିଲେ। ବୁଧବାର ସକାଳୁ ସେଠାରେ ତାଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ପଡିଥିବାବେଳେ ଗଳା କଟାଯାଇଥିବା କେତେଜଣ ଲୋକ ଦେଖି ଥାନାକୁ ଜଣାଇଥିଲେ। ଆସିକା ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ, ପାଟପୁର ଥାନା ଅଧିକାରୀ ଅଜୟ କୁମାର ବାରିକ ପହଞ୍ଚତ୍ ସାଇଣ୍ଟିଫିକ୍‌ ଟିମ୍‌ ଓ ସନ୍ଧାନୀ କୁକୁର ସହାୟତାରେ ତଦନ୍ତ କରିଥିଲେ। ଧାରୁଆ ଅସ୍ତ୍ରରେ ଖରଡାଙ୍କ ଗଳା କାଟି ହତ୍ୟା କରାଯାଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ ମେଡିକାଲ ପଠାଯାଇଥିବାବେଳେ ହତ୍ୟାକାଣ୍ଡର କାରଣ ଜଣାପଡିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଯାତ୍ରାରେ ଆତଙ୍କ ମାମଲାରେ ୪ ଗିରଫ, ମ୍ୟୁନିସିପାଲଟି ଅଧ୍ୟକ୍ଷଙ୍କ ଘରକୁ ବୋମା ମାଡ଼ ଘଟଣାରେ ଅଭିଯୁକ୍ତ…

ଭଞ୍ଜନଗର,୨୩।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହରରେ ଠାକୁରାଣୀ ଯାତ୍ରା ଚାଲିଥିବା ସମୟରେ ଗତ ୧୭ ତାରିଖ ରାତିରେ ସହରର ଦୁଇ ଯୁବ ଗୋଷ୍ଠୀ ମଧ୍ୟରେ ହୋଇଥିବା ଗଣ୍ତଗୋଳ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ।…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ନିଖିଲ ହାଡପା ଗୁଳିକାଣ୍ଡ ମାମଲା: ପୋଲିସର ଫ୍ଲାଗମାର୍ଚ୍ଚ, ୯ ଅଭିଯୁକ୍ତ ଜିଲ୍ଲା ବାହାର ଜେଲକୁ ସ୍ଥାନାନ୍ତର

ଗୁଣପୁର, ୨୩।୫ (ସୁଜାତା ପାଢ଼ୀ): ନିଖିଲ ହାଡପା ଗୁଳିକାଣ୍ଡ ଘଟଣା ପରେ ରାୟଗଡା ସହରରେ ଉତ୍ତେଜନା ଜାରି ରହିଛି। ଶୁକ୍ରବାର ରାତିରେ ରାୟଗଡା ଟାଉନ ଥାନା ସମ୍ମୁଖରେ…

ବିଦ୍ୟୁତ କାର୍ଯ୍ୟାଳୟରେ ତାଲା ପକାଇଲେ ତାଳପଡା ଗ୍ରାମବାସୀ: ଅଘୋଷିତ ବିଦ୍ୟୁତ କାଟ …

ପାତ୍ରପୁର, ୨୩/୦୫ (ଉମା ଚରଣ ନେପାକ): ଅଘୋଷିତ ବିଦ୍ୟୁତ କାଟ ଓ ଏସ୍‌ ନୁଆଗାଁ ଗ୍ରାମ ଉପର ପଟରୁ ଯାଇଥିବା ୧୧ କେଭି ତାର ସ୍ଥାନାନ୍ତର ଦାବିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri