ବୃଦ୍ଧଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ପରେ ୩୦୦ ମିଟର ଘୋଷାଡ଼ିଲେ

ଦଶମନ୍ତପୁର, ୧୭।୧୨( ଅରବିନ୍ଦ ନାୟକ ): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଡୁମ୍ବାଗୁଡ଼ା ପଞ୍ଚାୟତ ପଦାବାଗ୍ରୀ ଗ୍ରାମରେ ଜଣେ ବୃଦ୍ଧଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ମୃତକ ହେଲେ ଜୟ ଜାନୀ(୬୦)। ମୃତକଙ୍କୁ ଟାଙ୍ଗିଆରେ ହାଣିବା ପରେ ତାଙ୍କୁ ପ୍ରାୟ ୩ଶହ ମିଟର ଘୋଷାଡି ଘୋଷାଡି ଅଣାଯାଇଥିବା ପୋଲିସ ପ୍ରକାଶ କରିଛି।
ସୂଚନାନୁଯାୟୀ, ଜୟଙ୍କ ପୁଅ ଫୁଲଧର ଶନିବାର ସକାଳେ ଅଣ୍ଡରା ଘାଟ ନଦୀ ଆଡ଼କୁ ଶୌଚ ହେବାକୁ ଯାଉଥିବାବେଳେ ବାପାଙ୍କୁ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ବାଟରେ ପଡ଼ିଥିବା ଦେଖିଥିଲେ। ସେ ତାଙ୍କ ଦାଦା ପୁଅ ଭାଇ ଲୀମ ଜାନୀଙ୍କ ସହାୟତାରେ ଉଦ୍ଧାର କରି ଘରକୁ ଆଣିବାବେଳେ ଜୟଙ୍କ ମୃତ୍ୟୁ ଘଟିଥିଲା। ଟାଙ୍ଗିଆରେ ହାଣି ବାପାଙ୍କୁ ହତ୍ୟା କରାଯାଇଥିବା ନେଇ ଜୟ ଦଶମନ୍ତପୁର ଥାନାକୁ ଜଣାଇଥିଲେ।
ଥାନା ଅଧିକାରୀ ସୁକୁମାଙ୍କ ନେତୃତ୍ୱରେ ସେକେଣ୍ଡ ଅଫିସର ନିର୍ମଳା ଲିମା, ଏଏସ୍‌ଆଇ ଏଲ୍‌.କେ. ପଣ୍ଡା, ପୋଲିସ ସହ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଜୟଙ୍କ ମୃତଦେହ ମିଳିବା ସ୍ଥାନରୁ ପ୍ରାୟ ୩୦୦ ମିଟର ପର୍ଯ୍ୟନ୍ତ ରକ୍ତ ଛିଟା ସହ ଘୋଷାଡି ଆଣିବାର ଚିହ୍ନ ପୋଲିସକୁ ମିଳିଥିଲା। ରକ୍ତାକ୍ତ ସ୍ଥାନରୁ ମାଟି ସଂଗ୍ରହ କରି ପୋଲିସ ଘଟଣାର ଅଧିକ ତଦନ୍ତ ଚଲାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

ନିୟମିତ ଆବର୍ଜନା ଉଠା ନଗଲେ ଆନ୍ଦୋଳନ: ଟ୍ରାକ୍ଟରରେ ଯାଇ ସ୍ମାରକପତ୍ର ପ୍ରଦାନ, ୧୦ଦିନ ମଧ୍ୟରେ…

ବରଗଡ଼,୨୦ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ପରିମଳ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ସହରର ରାସ୍ତାକଡ଼, ବସଷ୍ଟାଣ୍ଡ ଓ ବଜାର ଅଞ୍ଚଳରେ କୁଢ଼ କୁଢ଼ ଆବର୍ଜନା ଜମା ହୋଇ…

ବଙ୍ଗୋପସାଗରରେ ହେଲାଣି ହଲଚଲ; ଓଡ଼ିଶାରେ ଆସିବ ବଡ଼ ଭୂମିକମ୍ପ! ଥରିବ ଏସବୁ ଜିଲା…

ଭୁବନେଶ୍ୱର, ୨୦।୮: ସମ୍ପ୍ରତି ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ନିକଟ ଭବିଷ୍ୟତରେ ଭୂକମ୍ପ ଆସିବାର ସମ୍ଭାବନା ନେଇ ଭୂବିଜ୍ଞାନୀ ଏବଂ ବିଶେଷଜ୍ଞମାନେ ସତର୍କତା ଜାରି କରିଛନ୍ତି। ପୃଥିବୀ…

କିଭ୍‌ରେ ବଡ଼ଧରଣର ଆକ୍ରମଣ: ୧୬ ମୃତ, ଜେଲେନସ୍କି କହିଲେ…

କିଭ୍‌, ୨୦।୮: ରୁଷିଆ ଗୁରୁବାର ୟୁକ୍ରେନ୍‌ର ରାଜଧାନୀ କିଭ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୀଷଣ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଆକ୍ରମଣ କରିଛି। ଘଣ୍ଟା ଘଣ୍ଟା ଧରି…

ଅନୁଦାନରୁ ବଞ୍ଚିତ ଅଧ୍ୟାପକମାନଙ୍କ ସମନ୍ୱୟ ସମିତି ବୈଠକ: ସରକାରୀ ପ୍ରତିଶ୍ରୁତିକୁ ନେଇ କ୍ଷୋଭ

ଭୁବନେଶ୍ୱର/ମହାକାଳପଡ଼ା,୨୦ା୮: ରାଜ୍ୟର ଅନୁଦାନରୁ ବଞ୍ଚିତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀମାନଙ୍କୁ ନେଇ ଭୁବନେଶ୍ୱର ସ୍ଥିତ ଆର୍ଯ୍ୟ ମନ୍ଦିରଠାରେ ଏକ ଗୁରୁତ୍ୱପୂର୍ଣ୍ଣ ସମନ୍ୱୟ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି।…

ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ବିଧାନସଭା ଗୃହ କମିଟି: ବିକାଶ କାର୍ଯ୍ୟର…

ପୁରୁଷୋତ୍ତମପୁର,୨୦ା୮(ସବିତା ମିଶ୍ର): ଓଡ଼ିଶା ବିଧାନସଭା ଗୃହ କମିଟି (ସବମିସନ୍) ଗଞ୍ଜାମ ଜିଲା ଗସ୍ତରେ ଆସିଥିବା ଅବସରରେ ଗୁରୁବାର ସନ୍ଧ୍ୟାରେ ମା’ ତାରାତାରିଣୀଙ୍କ ପୀଠ ପରିଦର୍ଶନ କରିଛନ୍ତି। କମିଟି…

ଥୁଆମୂଳ ରାମପୁରରେ ରାସନ ଚାଉଳ ଓଜନରେ ହେରଫେର୍: ଏମ୍‌ଆଇଙ୍କ ତଦନ୍ତ ପରେ ମେସିନ୍ ବନ୍ଦ, ବଳକା ଚାଉଳ ଯାଉଛି କୁଆଡ଼େ?

ଥୁଆମୂଳ ରାମପୁର,୨୦ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତରେ ପିଡିଏସ (PDS) ରାସନ ଚାଉଳ ଓଜନରେ ବ୍ୟାପକ ହେରଫେର୍ ନେଇ ଗୁରୁବାର ଗୁରୁତର ଅଭିଯୋଗ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri