ପିଟିପିଟି ହତ୍ୟା କରି କେନାଲରେ ଫିଙ୍ଗିଦେଲେ

ହିଞ୍ଜିଳିକାଟୁ, ୫ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଥାନା ଗୋଦରାପଲ୍ଲୀର ଜଣେ ବ୍ୟକ୍ତିଙ୍କୁ ମଙ୍ଗଳବାର ପିଟି ହତ୍ୟା କରାଯାଇଛି। ପରେ ମୃତଦେହ କେନାଲକୁ ଫିଙ୍ଗି ଦିଆଯାଇଛି। ମୃତକ ହେଲେ ପି. ଧର୍ମରାଓ (୬୦)। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ତାଙ୍କୁ ହତ୍ୟା କରାଯାଇଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।
ସୂଚନାନୁସାରେ, ଧର୍ମରାଓଙ୍କର ତାଙ୍କ ଗ୍ରାମର ଏକ ପରିବାର ସହ କୌଣସି କାରଣକୁ ନେଇ ଶତ୍ରୁତା ଲାଗି ରହିଥିଲା। ମଙ୍ଗଳବାର ସମ୍ପୃକ୍ତ ପରିବାରର ବାପ ପୁଅ ମିଶି ଧର୍ମରାଓଙ୍କୁ ଗାଁରୁ ବଳପୂର୍ବକ ଏକ ଅଟୋରେ ନେଇଯାଇଥିଲେ। ଗ୍ରାମଠାରୁ କିଛି ଦୂର ମୋହନାପଳ୍ଲୀ ଋଷିକୂଲ୍ୟା ନଦୀର ୯ନଂ. କେନାଲ ନିକଟରେ ଉଭୟେ ଧର୍ମଙ୍କୁ ନିସ୍ତୁକ ପିଟି ତାଙ୍କୁ କେନାଲକୁ ଫିଙ୍ଗି ଦେଇଥିଲେ। ସେ ସମୟରେ ପାଖାପାଖି ଅଞ୍ଚଳର କେତେଜଣ ଲୋକ ଏହା ଦେଖିବାରୁ ଅଭିଯୁକ୍ତ ବାପ, ପୁଅ ଫେରାର୍‌ ଅଛନ୍ତି। ଖବରପାଇ ହିଞ୍ଜିଳିକାଟୁ ଥାନା ଏସ୍‌ଆଇ ବାସୁଦେବ ଭୋଇ ଓ ଟିମ ସେଠାରେ ପହଞ୍ଚିଥିଲେ। ସ୍ଥାନୀୟ ଦମକଳ ବାହିନୀ ସହାୟତାରେ କେନାଲରୁ ଧର୍ମରାଓଙ୍କ ମୃତହେଦ ଜବତ କରାଯାଇଥିଲା। ଆସିକା ଏସ୍‌ଡିପିଓ ଉମା ଶଙ୍କର ସିଂ, ପାଟପୁର ଓ ଶେରଗଡ଼ ଥାନା ପୋଲିସ ପହଞ୍ଚି ପହଞ୍ଚି ତଦନ୍ତ କରିଥିଲେ। ପୋଲିସ କେତେଜଣ ପ୍ରତ୍ୟକ୍ଷଦର୍ଶୀଙ୍କ ବୟାନ ରେକର୍ଡ଼ କରିଛି। ସାଇଣ୍ଟିଫିକ ଟିମ୍‌ ମଧ୍ୟ ତଦନ୍ତ କରିଛି। ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ମେଡିକାଲ ପଠାଯାଇଛି। ଏ ନେଇ ମୃତକଙ୍କ ପୁତୁରାଙ୍କ ଅଭିଯୋଗକ୍ରମେ ହିଞ୍ଜିଳିକାଟୁ ଥାନାରେ ନଂ.୫୨୭/୨୧ରେ ଏକ ହତ୍ୟା ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?