ପିଟିପିଟି ହତ୍ୟା କରି କେନାଲରେ ଫିଙ୍ଗିଦେଲେ

ହିଞ୍ଜିଳିକାଟୁ, ୫ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଥାନା ଗୋଦରାପଲ୍ଲୀର ଜଣେ ବ୍ୟକ୍ତିଙ୍କୁ ମଙ୍ଗଳବାର ପିଟି ହତ୍ୟା କରାଯାଇଛି। ପରେ ମୃତଦେହ କେନାଲକୁ ଫିଙ୍ଗି ଦିଆଯାଇଛି। ମୃତକ ହେଲେ ପି. ଧର୍ମରାଓ (୬୦)। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ତାଙ୍କୁ ହତ୍ୟା କରାଯାଇଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।
ସୂଚନାନୁସାରେ, ଧର୍ମରାଓଙ୍କର ତାଙ୍କ ଗ୍ରାମର ଏକ ପରିବାର ସହ କୌଣସି କାରଣକୁ ନେଇ ଶତ୍ରୁତା ଲାଗି ରହିଥିଲା। ମଙ୍ଗଳବାର ସମ୍ପୃକ୍ତ ପରିବାରର ବାପ ପୁଅ ମିଶି ଧର୍ମରାଓଙ୍କୁ ଗାଁରୁ ବଳପୂର୍ବକ ଏକ ଅଟୋରେ ନେଇଯାଇଥିଲେ। ଗ୍ରାମଠାରୁ କିଛି ଦୂର ମୋହନାପଳ୍ଲୀ ଋଷିକୂଲ୍ୟା ନଦୀର ୯ନଂ. କେନାଲ ନିକଟରେ ଉଭୟେ ଧର୍ମଙ୍କୁ ନିସ୍ତୁକ ପିଟି ତାଙ୍କୁ କେନାଲକୁ ଫିଙ୍ଗି ଦେଇଥିଲେ। ସେ ସମୟରେ ପାଖାପାଖି ଅଞ୍ଚଳର କେତେଜଣ ଲୋକ ଏହା ଦେଖିବାରୁ ଅଭିଯୁକ୍ତ ବାପ, ପୁଅ ଫେରାର୍‌ ଅଛନ୍ତି। ଖବରପାଇ ହିଞ୍ଜିଳିକାଟୁ ଥାନା ଏସ୍‌ଆଇ ବାସୁଦେବ ଭୋଇ ଓ ଟିମ ସେଠାରେ ପହଞ୍ଚିଥିଲେ। ସ୍ଥାନୀୟ ଦମକଳ ବାହିନୀ ସହାୟତାରେ କେନାଲରୁ ଧର୍ମରାଓଙ୍କ ମୃତହେଦ ଜବତ କରାଯାଇଥିଲା। ଆସିକା ଏସ୍‌ଡିପିଓ ଉମା ଶଙ୍କର ସିଂ, ପାଟପୁର ଓ ଶେରଗଡ଼ ଥାନା ପୋଲିସ ପହଞ୍ଚି ପହଞ୍ଚି ତଦନ୍ତ କରିଥିଲେ। ପୋଲିସ କେତେଜଣ ପ୍ରତ୍ୟକ୍ଷଦର୍ଶୀଙ୍କ ବୟାନ ରେକର୍ଡ଼ କରିଛି। ସାଇଣ୍ଟିଫିକ ଟିମ୍‌ ମଧ୍ୟ ତଦନ୍ତ କରିଛି। ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ମେଡିକାଲ ପଠାଯାଇଛି। ଏ ନେଇ ମୃତକଙ୍କ ପୁତୁରାଙ୍କ ଅଭିଯୋଗକ୍ରମେ ହିଞ୍ଜିଳିକାଟୁ ଥାନାରେ ନଂ.୫୨୭/୨୧ରେ ଏକ ହତ୍ୟା ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri