କ୍ରିକେଟ ବ୍ୟାଟରେ ପିଟି ଯୁବକଙ୍କୁ କରିଥିଲେ ହତ୍ୟା: ମୁଖ୍ୟ ଆସାମୀଙ୍କ ସମେତ ୬ ଅଭିଯୁକ୍ତ ଗଲେ ଜେଲ୍‌

ତରଭା,୨୩ା୧(ମାନଭଞ୍ଜନ ମିଶ୍ର): ସୁବର୍ଣ୍ଣପୁର ଜିଲା ତରଭା ଥାନା ମେଣ୍ଡା ଗାଁରେ ପୂର୍ବ ଶତ୍ରୁତାକୁ ନେଇ ଘଟିଥିବା ହତ୍ୟାକାଣ୍ଡର ପର୍ଦ୍ଦାଫାଶ ହୋଇଛି । ଏହି ଘଟଣାରେ ସମ୍ପୃକ୍ତ ଥିବା ଅଭିଯୋଗରେ ମୁଖ୍ୟ ଆସାମୀ ସମେତ ୬ ଜଣଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି।

ପୋଲିସ ସୂଚନା ମୁତାବକ, ତରଭା ଥାନା ମେଣ୍ଡା ଗାଁର ସନ୍ତୋଷ ହାତୀ(୪୦) ଓ ମୁଖ୍ୟ ଅଭିଯୁକ୍ତ ରାଜେଶ ରଣାଙ୍କ ମଧ୍ୟରେ କୌଣସି କାରଣ ନେଇ ପୂର୍ବରୁ ଶତ୍ରୁତା ଥିଲା । ଘଟଣା ଦିନ ସନ୍ତୋଷ ଗ୍ରାମର ଖାରିବନ୍ଧକୁ ଗାଧୋଇବାକୁ ଯାଇଥିବା ବେଳେ ସେଠାରେ ରଣାପଡାର ରାଜେଶ ଓ ଅନ୍ୟମାନଙ୍କ ସହ ବଚସା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ରାଜେଶ ଏକ କ୍ରିକେଟ ବ୍ୟାଟ୍‌ରେ ସନ୍ତୋଷଙ୍କ ମୁଣ୍ଡକୁ ପିଟି ଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା । ତରଭା ପୋଲିସ ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିବା ସହ ରଣାପଡାର ୬ଜଣଙ୍କୁ ଥାନାରେ ଅଟକ ରଖିଥିଲା। ପରେ ପୋଲିସ ଅଟକ ରାଜେଶ ରଣା, ଶିବ ରଣା, ପ୍ରଦିପ ରଣା, ଯୁଗେଶ୍ବର ରଣା, ଯୋଗେନ୍ଦ୍ର ରଣା ଓ ବୃଷଭ ରଣାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଘଟଣାକୁ ନେଇ ଉତ୍ତେଜନା ଲାଗି ରହିଥିଲା ଓ ଲୋକେ ଉତ୍ତ୍ୟକ୍ତ ହୋଇ ମେଣ୍ଡା ଫାଣ୍ଡିକୁ ଘେରାଉ କରିଥିଲେ। ସନ୍ତୋଷଙ୍କ ଅନ୍ତିମ ସତ୍କାର ହୋଇଥିବା ସୋନପୁର ଏସ୍‌ଡିପିଓ ପ୍ରତାପ ଚନ୍ଦ୍ର ତ୍ରିପାଠୀଙ୍କ ଠାରୁ ପ୍ରକାଶ ।


Enter your email to get our daily news in your inbox.

All Right Reserved By Dharitri.Com

ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ: ଭକ୍ତଙ୍କ ଜମୁଛି ଭିଡ଼

ଜି ଉଦୟଗିରି, ୨୨।୭( ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ କରାଯାଇଛି। ମହାପ୍ରଭୁଙ୍କ ପର୍ଶୁରାମ ବେଶ ଓ…

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

CJP ପ୍ରଦର୍ଶନ ମଧ୍ୟରେ ଭାଜପା କଲା ବଡ଼ ଘୋଷଣା: ରାହୁଲ ଗାନ୍ଧୀଙ୍କ ବିରୋଧରେ ସାରା ଦେଶରେ ହେବ…

ନୂଆଦିଲ୍ଲୀ,୨୨।୭: ଭାଜପା ଆଜି ସାରା ଦେଶରେ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟକୁ ଘେରାଉ କରିବାକୁ ଯାଉଛି। ଭାଜପାର କହିବାନୁଯାୟୀ ରାହୁଲ ଗାନ୍ଧୀ ଦୁର୍ଭାବନାପୂର୍ଣ୍ଣ ମନୋଭାବ ରଖି ପ୍ରଧାନମନ୍ତ୍ରୀ ଆବାସ…

CJP ଆନ୍ଦୋଳନ ଭିତରେ କେନ୍ଦ୍ର ସରକାରଙ୍କ ଠାରେ ବଡ଼ ଦାବି କଲେ ମୁଖ୍ୟମନ୍ତ୍ରୀ ବିଜୟ: NEET ପରୀକ୍ଷାକୁ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP)ର ପ୍ରଦର୍ଶନ ଏବଂ ବିବାଦ ଭିତରେ ତମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ ଥଲାପତି କେନ୍ଦ୍ର ସରକାରଙ୍କ ନିକଟରେ ଏକ ବଡ଼ ଦାବି ରଖିଛନ୍ତି।…

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

ପେଟ୍ରୋଲ ପରେ ଡିଜେଲର ପାଳି! ଆରମ୍ଭ ହେବ ବାୟୋ ଡିଜେଲ, ଜାଣନ୍ତୁ କେତେ ପରିମାଣରେ ମିଶିବ…

ନୂଆଦିଲ୍ଲୀ,୨୨।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ (Ethnaol Blending) କୁ ନେଇ ସାରା ଦେଶରେ ବେଶ୍ ହଙ୍ଗାମା ଚାଲିଛି। ଏହି ପେଟ୍ରୋଲ ଯୋଗୁଁ ସେମାନଙ୍କ ଗାଡ଼ି ଖରାପ ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri