ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା କରି ପୋଡ଼ିଦେଲେ ଦୁର୍ବୃତ୍ତ, ରକ୍ତ ଛିଟା ଦେଖି…

ପାରଳାଖେମୁଣ୍ଡି,୮ା୬(ଗିରିଧାରୀ ପରିଚ୍ଛା): ଗୁଣି ସନ୍ଦେହରେ ଜଣେ ବୃଦ୍ଧଙ୍କୁ ହତ୍ୟା କରି ପୋଡ଼ି ଦେଇଛନ୍ତି ଦୁର୍ବୃତ୍ତ। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ମୋହନା ଥାନା କୁଇହୁରୁ ଗାଁରେ। ମୃତକ ଜଣକ ହେଲେ ୬୦ ବର୍ଷୀୟ କାମ୍ବି ମଳିକ। ଗତ ମଙ୍ଗଳବାର ଏହି ହତ୍ୟାକାଣ୍ଡ ଘଟିଥିବା ବେଳେ ଆଜି ପୋଲିସ ଘଟଣାସ୍ଥଳରେ ପହଞ୍ଚି ହାଡ଼ ପାଉଁଶ ଜବତ କରିଛି। ଘରେ କେହି ନ ଥିବା ବେଳେ ଗତ ମଙ୍ଗଳବାର ରାତିରେ ତାଙ୍କ ବାପାଙ୍କୁ ହତ୍ୟା କରାଯାଇଥିବା କାମ୍ବିଙ୍କ ପୁଅ ଝିଅ ଅଭିଯୋଗ କରିଛନ୍ତି। ହତ୍ୟା ଘଟିବା ସମୟରେ ଘରେ ପରିବାର ଲୋକେ କେହି ନ ଥିବା କହିଛନ୍ତି ତାଙ୍କ ପିଲାମାନେ। ବାପା କାମ୍ବି ଏକା ଘରେ ଥିଲେ। ବୁଧବାର ସକାଳେ ପୁଅଝିଅ ଘରକୁ ଆସି ଦେଖିବା ବେଳେ ବାପା ଘରେ ନ ଥିଲେ l କିନ୍ତୁ ଘର ଆଗରେ ରକ୍ତ ଛିଟା ପଡ଼ିଥିବା ଦେଖି ମନରେ ସନ୍ଦେହ ଉପୁଜିଥିଲା l ଏହା ପରଠାରୁ ବାପାଙ୍କୁ ଖୋଜିଥିଲେ l ତେବେ ବାପାଙ୍କୁ କିଛି ବ୍ୟକ୍ତି ଘର ଆଗରେ ହତ୍ୟାକରୀ ଗାଁଠାରୁ କିଛି ଦୂରରେ ପୋଡ଼ି ଦେଇଥିବା ଜାଣିବାକୁ ପାଇଥିଲେ ପରିବାର ଲୋକେ। ତେବେ ଭୟରେ ପରିବାର ଲୋକ ରହିଥିଲେ। ଆଜି ମୋହନା ପୋଲିସ ଖବର ପାଇ କୁଇହୁରୁ ଗାଁରେ ପହଁଞ୍ଚି ତଦନ୍ତ ପରେ ହତ୍ୟାକାଣ୍ଡ ହୋଇଥିବା ସ୍ପଷ୍ଟ କରିଛି। ମୃତ କାମ୍ବି ଗାଁରେ କିଛି ଝଡ଼ଫୁଙ୍କା କରିବା ସହ ଚେରମୂଳି ଔଷଧ ଦେଉଥିଲେ। ତେଣୁ ତାଙ୍କୁ ଗୁଣି ସନ୍ଦେହରେ କିଛି ବ୍ୟକ୍ତି ମିଶି ତାଙ୍କୁ ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି l ଘଟଣା ପରେ ଗାଁରେ ପୁରୁଷ ଶୂନ୍ୟ ଥିବା ଦେଖିବାକୁ ମିଳିଛି l


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri