ବାପା ସାମ୍ନାରେ ଟ୍ରାକ୍ଟର ଚଢ଼ାଇ ପୁଅକୁ ହତ୍ୟା

ଢେଙ୍କାନାଳ ଅଫିସ, ୨୨ା୧: ନଦୀଘାଟରୁ ବାଲି ଚୋରାଚାଲାଣର ପ୍ରତିବାଦ କରିବା ଜଣେ ଯୁବକଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ବାପା, ଭାଇଙ୍କ ସମ୍ମୁଖରେ ଟ୍ରାକ୍ଟର ଚଢ଼ାଇ ସମ୍ପୃକ୍ତ ଯୁବକଙ୍କୁ ନର୍ମମ ଭାବେ ହତ୍ୟା କରାଯାଇଛି। ମୃତକ ହେଲେ ଅଜୟ କୁମାର ରାଉତ (୩୫)। ଢେଙ୍କାନାଳ ସଦର ଥାନା ଅଧୀନ ବ୍ରାହ୍ମଣୀ ନଦୀର ଗେଙ୍ଗୁଟିଆ ବାଲିଘାଟରେ ଗୁରୁବାର ବିଳମ୍ବିତ ରାତିରେ ଘଟିଥିବା ଏଭଳି ଜଘନ୍ୟ ହତ୍ୟାକାଣ୍ଡ ସାରା ଜିଲାରେ ଚର୍ଚ୍ଚାର ବିଷୟ ପାଲଟିଛି। ମୃତକଙ୍କ ପରିବାର ସଦସ୍ୟଙ୍କ ଅଭିଯୋଗକ୍ରମେ ନଂ. ୪୮/୨୨, ଦଫା ୩୦୨ ଓ ୩୪ରେ ମାମଲା ରୁଜୁ ହୋଇଛି। ଏହି ଘଟଣାରେ ପୋଲିସ ୨ଟି ଟ୍ରାକ୍ଟରକୁ ଜବତ କରିବା ସହ ୩ଜଣଙ୍କୁ ଅଟକ ରଖି ପଚରାଉଚୁରା କରୁଛି।
ପୋଲିସ ସୂଚନା ଅନୁଯାୟୀ, ଗେଙ୍ଗୁଟିଆ ଗ୍ରାମର ଅଜୟ ସ୍ଥାନୀୟ ସୁର ସାହୁ ନାମକ ଜଣେ ବ୍ୟକ୍ତିଙ୍କ ଟ୍ରାକ୍ଟରରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ। ତେବେ କିଛିଦିନ ତଳେ ଗାଡ଼ି ମାଲିକ ତାଙ୍କୁ କାର୍ଯ୍ୟରୁ ବାହାର କରିଦେଇଥିଲେ। ଅଜୟ ବକେୟା ପାଉଣା ଦାବି କରିବାରୁ ଟ୍ରାକ୍ଟର ମାଲିକ ଏବଂ ତାଙ୍କ ସହଯୋଗୀଙ୍କ ସହ
ବଚସା ହୋଇଥିଲା। ଏହା ପରେ ଅଜୟ ଅନ୍ୟ ଟ୍ରାକ୍ଟରରେ ଶ୍ରମିକ ଭାବେ କାର୍ଯ୍ୟ କରିବାକୁ ଇଚ୍ଛୁକ ଥିଲେ। ହେଲେ ବିରୋଧୀ ପକ୍ଷ ତାଙ୍କୁ ଏହା ମଧ୍ୟ କରାଇ ଦେଇ ନ ଥିଲେ। ଗୁରୁବାର ରାତିରେ ଗେଙ୍ଗୁଟିଆ ଘାଟରେ ବାଲି ଚୋରାଚାଲାଣ ହେଉଥିବା ସୂଚନା ପାଇ ଅଜୟ ଘଟଣାସ୍ଥଳରେ ପହଞ୍ଚତ୍ ପ୍ରତିବାଦ କରିଥିଲେ। ବଡ଼ଭାଇ ଅଖିଳ ଏବଂ ତାଙ୍କ ବାପା ସେଠାକୁ ଯାଇ ଏଭଳି କାର୍ଯ୍ୟରୁ ନିବୃତ୍ତ ରହିବାକୁ ଅନୁରୋଧ କରିଥିଲେ। ଏହି ସମୟରେ ସେଠାରେ ଉପସ୍ଥିତ ଟ୍ରାକ୍ଟର ମାଲିକଙ୍କ ସହଯୋଗୀଙ୍କ ସହ ବଚସା ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ସେମାନେ ଅଜୟଙ୍କୁ ଅତର୍କିତ ଆକ୍ରମଣ କରିଥିଲେ। ଅଜୟ ତଳେ ପଡ଼ିଯିବା ପରେ ତାଙ୍କ ଉପରେ ଟ୍ରାକ୍ଟର ଚଢ଼ାଇ ଦେଇଥିଲେ। ଘଟଣାସ୍ଥଳରେ ତାଙ୍କର ପ୍ରାଣବାୟୁ ଉଡ଼ିଯାଇଥିଲା। ଅଜୟଙ୍କୁ ବଞ୍ଚାଇବାକୁ ଉଦ୍ୟମ କରୁଥିବା ବେଳେ ଅଭିଯୁକ୍ତମାନେ ଅଖିଳ ଏବଂ ତାଙ୍କ ବାପାଙ୍କୁ ମଧ୍ୟ ଆକ୍ରମଣ କରିଥିଲେ। ଶୁକ୍ରବାର ଘଟଣା ସମ୍ପର୍କରେ ସୂଚନା ପାଇ ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ଲାଗି ଜିଲା ଚିକିତ୍ସାଳୟକୁ ପଠାଇଛି। ଅଖିଳଙ୍କ ଅଭିଯୋଗକୁ ଭିତ୍ତିକରି ଘଟଣାର ତଦନ୍ତ ଜାରି ରହିଥିବା ସଦର ଥାନା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…

ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri