ବାପା ସାମ୍ନାରେ ଟ୍ରାକ୍ଟର ଚଢ଼ାଇ ପୁଅକୁ ହତ୍ୟା

ଢେଙ୍କାନାଳ ଅଫିସ, ୨୨ା୧: ନଦୀଘାଟରୁ ବାଲି ଚୋରାଚାଲାଣର ପ୍ରତିବାଦ କରିବା ଜଣେ ଯୁବକଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ବାପା, ଭାଇଙ୍କ ସମ୍ମୁଖରେ ଟ୍ରାକ୍ଟର ଚଢ଼ାଇ ସମ୍ପୃକ୍ତ ଯୁବକଙ୍କୁ ନର୍ମମ ଭାବେ ହତ୍ୟା କରାଯାଇଛି। ମୃତକ ହେଲେ ଅଜୟ କୁମାର ରାଉତ (୩୫)। ଢେଙ୍କାନାଳ ସଦର ଥାନା ଅଧୀନ ବ୍ରାହ୍ମଣୀ ନଦୀର ଗେଙ୍ଗୁଟିଆ ବାଲିଘାଟରେ ଗୁରୁବାର ବିଳମ୍ବିତ ରାତିରେ ଘଟିଥିବା ଏଭଳି ଜଘନ୍ୟ ହତ୍ୟାକାଣ୍ଡ ସାରା ଜିଲାରେ ଚର୍ଚ୍ଚାର ବିଷୟ ପାଲଟିଛି। ମୃତକଙ୍କ ପରିବାର ସଦସ୍ୟଙ୍କ ଅଭିଯୋଗକ୍ରମେ ନଂ. ୪୮/୨୨, ଦଫା ୩୦୨ ଓ ୩୪ରେ ମାମଲା ରୁଜୁ ହୋଇଛି। ଏହି ଘଟଣାରେ ପୋଲିସ ୨ଟି ଟ୍ରାକ୍ଟରକୁ ଜବତ କରିବା ସହ ୩ଜଣଙ୍କୁ ଅଟକ ରଖି ପଚରାଉଚୁରା କରୁଛି।
ପୋଲିସ ସୂଚନା ଅନୁଯାୟୀ, ଗେଙ୍ଗୁଟିଆ ଗ୍ରାମର ଅଜୟ ସ୍ଥାନୀୟ ସୁର ସାହୁ ନାମକ ଜଣେ ବ୍ୟକ୍ତିଙ୍କ ଟ୍ରାକ୍ଟରରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ। ତେବେ କିଛିଦିନ ତଳେ ଗାଡ଼ି ମାଲିକ ତାଙ୍କୁ କାର୍ଯ୍ୟରୁ ବାହାର କରିଦେଇଥିଲେ। ଅଜୟ ବକେୟା ପାଉଣା ଦାବି କରିବାରୁ ଟ୍ରାକ୍ଟର ମାଲିକ ଏବଂ ତାଙ୍କ ସହଯୋଗୀଙ୍କ ସହ
ବଚସା ହୋଇଥିଲା। ଏହା ପରେ ଅଜୟ ଅନ୍ୟ ଟ୍ରାକ୍ଟରରେ ଶ୍ରମିକ ଭାବେ କାର୍ଯ୍ୟ କରିବାକୁ ଇଚ୍ଛୁକ ଥିଲେ। ହେଲେ ବିରୋଧୀ ପକ୍ଷ ତାଙ୍କୁ ଏହା ମଧ୍ୟ କରାଇ ଦେଇ ନ ଥିଲେ। ଗୁରୁବାର ରାତିରେ ଗେଙ୍ଗୁଟିଆ ଘାଟରେ ବାଲି ଚୋରାଚାଲାଣ ହେଉଥିବା ସୂଚନା ପାଇ ଅଜୟ ଘଟଣାସ୍ଥଳରେ ପହଞ୍ଚତ୍ ପ୍ରତିବାଦ କରିଥିଲେ। ବଡ଼ଭାଇ ଅଖିଳ ଏବଂ ତାଙ୍କ ବାପା ସେଠାକୁ ଯାଇ ଏଭଳି କାର୍ଯ୍ୟରୁ ନିବୃତ୍ତ ରହିବାକୁ ଅନୁରୋଧ କରିଥିଲେ। ଏହି ସମୟରେ ସେଠାରେ ଉପସ୍ଥିତ ଟ୍ରାକ୍ଟର ମାଲିକଙ୍କ ସହଯୋଗୀଙ୍କ ସହ ବଚସା ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ସେମାନେ ଅଜୟଙ୍କୁ ଅତର୍କିତ ଆକ୍ରମଣ କରିଥିଲେ। ଅଜୟ ତଳେ ପଡ଼ିଯିବା ପରେ ତାଙ୍କ ଉପରେ ଟ୍ରାକ୍ଟର ଚଢ଼ାଇ ଦେଇଥିଲେ। ଘଟଣାସ୍ଥଳରେ ତାଙ୍କର ପ୍ରାଣବାୟୁ ଉଡ଼ିଯାଇଥିଲା। ଅଜୟଙ୍କୁ ବଞ୍ଚାଇବାକୁ ଉଦ୍ୟମ କରୁଥିବା ବେଳେ ଅଭିଯୁକ୍ତମାନେ ଅଖିଳ ଏବଂ ତାଙ୍କ ବାପାଙ୍କୁ ମଧ୍ୟ ଆକ୍ରମଣ କରିଥିଲେ। ଶୁକ୍ରବାର ଘଟଣା ସମ୍ପର୍କରେ ସୂଚନା ପାଇ ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ଲାଗି ଜିଲା ଚିକିତ୍ସାଳୟକୁ ପଠାଇଛି। ଅଖିଳଙ୍କ ଅଭିଯୋଗକୁ ଭିତ୍ତିକରି ଘଟଣାର ତଦନ୍ତ ଜାରି ରହିଥିବା ସଦର ଥାନା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଖିଳଙ୍କ ପ୍ରାର୍ଥିତ୍ୱକୁ ବିରୋଧ କଲା ଭାଜପାର ଆଉ ଏକ ଗୋଷ୍ଠୀ

ପାଟଣା,୨୦ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବୈତରଣୀ ନଦୀକୂଳ ଧାନବେଣୀ ପାର୍ଶ୍ୱରେ ଶନିବାର ପାଟଣା ଭାଜପା ନିର୍ବାଚନ ମଣ୍ଡଳୀସ୍ତରୀୟ ନିଷ୍ପତ୍ତି ସାମାବେଶ ଅନୁଷ୍ଠିତ ହୋଇଛି। ସୂଚନାଯୋଗ୍ୟ,...

ଏଣିକି ଟ୍ରାଫିକ୍‌ ପୋଲିସ ପିନ୍ଧିବେ AC ହେଲ୍‌ମେଟ୍‌

ଭୁବନେଶ୍ୱର,୨୦ା୪: ପ୍ରଚଣ୍ଡ ଖରାରୁ ରକ୍ଷା ପାଇବା ପାଇଁ କମିଶନରେଟ୍‌ ପୋଲିସରେ କାର୍ଯ୍ୟରତ ସମସ୍ତ ଟ୍ରାଫିକ୍‌ କର୍ମଚାରୀ ଏଣିକି ଏସି ବା ଏୟାର କଣ୍ଡିଶନ ହେଲ୍‌ମେଟ୍‌ ପିନ୍ଧିବେ।...

ମହାନଦୀ ବୋଟ୍‌ ଟ୍ରାଜେଡି: ମିଳିଲା ଆଉ ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡି ଘଟଣାରେ ଆଉ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହାକୁ ମିଶାଇ ମୋଟ ୮ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି...

ଅସମ୍ଭାଳ ତାତି, ଅଂଶୁଘାତରେ ୨୮ ଆକ୍ରାନ୍ତ ଡାକ୍ତଖାନାରେ ଭର୍ତ୍ତି

ସୁନ୍ଦରଗଡ,୨୦।୪: ଅସମ୍ଭାଳ ହେଲାଣି ତାତି। ଆଉ ବଢ଼ିବାରେ ଲାଗିଛି ରାଜ୍ୟରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା। ସୁନ୍ଦରଗଡରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା ୨୮ରେ ପହଞ୍ଚିଛି। ପିଏଚସିରୁ ଜିଲା...

ବିଜେଡି ପ୍ରାର୍ଥୀ ଘୋଷଣା ପରେ ବଡ଼ ବୟାନ ଦେଲେ ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ଦଳ ଚିଲିକାରୁ ରଘୁନାଥ ସାହୁଙ୍କୁ ପ୍ରାର୍ଥୀ କରିଛି। ତେବେ ଚିଲିକା...

ବଡଚଣାରୁ ଲଢିବେ ବର୍ଷା, କେଉଁଠୁ ଲଢିବେ ଅନୁଭବ?

ଭୁବନେଶ୍ୱର,୨୦।୪: ବିଜେଡି ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଯେଉଁଥିରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସରପ୍ରାଇଜ କ୍ୟାଣ୍ଡିଡେଟ୍‌ ଭାବେ ବର୍ଷା ପ୍ରିୟଦର୍ଶିନୀଙ୍କୁ...

ଏହି ୨ ବିଧାୟକଙ୍କୁ ମିଳିଲାନି ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ପ୍ରାର୍ଥୀ ଘୋଷଣାରେ ଚମ୍ପୁଆ ବିଧାୟକ ମିନାକ୍ଷୀ ମହାନ୍ତ ଏବଂ ଆନନ୍ଦପୁର...

ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା: ୫ ବିଧାୟକଙ୍କ କଟିଲା ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଟିକେଟ ଘୋଷଣା କରି ସମସ୍ତଙ୍କୁ ଚମକାଇ ଦେଇଛନ୍ତି। ତାଲିକାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri