ଗୋଡ଼ାଇ ଗୋଡ଼ାଇ ଦିବ୍ୟାଙ୍ଗ ହରିହରଙ୍କୁ ହତ୍ୟା

ପୁରୀ,୨୦।୮(ଅଜିତ୍‌ କୁମାର ମହାନ୍ତି): ପୁରୀରେ ଶାନ୍ତିଶୃଙ୍ଖଳା ରକ୍ଷା କରିବାରେ ପୋଲିସ ବିଫଳ ହୋଇଛି। ଆପରାଧିକ କାର୍ଯ୍ୟକଳାପ ଉପରେ ପୋଲିସ ନଜର ରଖୁଥିଲେ ମଧ୍ୟ ସହରରେ ଦିନକୁ ଦିନ ଅପରାଧ ବୃଦ୍ଧି ପାଉଥିବା ଦେଖିବାକୁ ମିଳୁଛି। ସୋମବାର ସନ୍ଧ୍ୟାରେ ଟାଉନ ଥାନା ଅନ୍ତର୍ଗତ ହାଡ଼ଗଡ଼ିଆ ସାହି ରାଧାଗୋବିନ୍ଦ ଲେନ୍‌ଠାରେ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କୁ ହତ୍ୟା କରାଯାଇଛି। ହତ୍ୟାର ଶିକାର ହୋଇଥିବା ଦିବ୍ୟାଙ୍ଗ ହେଉଛନ୍ତି ହାଡ଼ଗୋଡ଼ିଆ ସାହି ରାଧାଗୋବିନ୍ଦ ଲେନ୍‌ର ହରିହର ସାହୁ। ଗତ ସପ୍ତାହରେ ଖଜା ବ୍ୟବସାୟକୁ କେନ୍ଦ୍ରକରି ରାଧାଗୋବିନ୍ଦ ଲେନ୍‌ର ଦୀନେଶ କୁମାର ଖୁଣ୍ଟିଆଙ୍କୁ ସଂଘବଦ୍ଧ ଭାବରେ ଆକ୍ରମଣ କରାଯାଇ ହତ୍ୟା କରାଯାଇଥିଲା। ଉକ୍ତ ଘଟଣାରେ ହରିହରଙ୍କ ପୁଅ ସମେତ ୪ଜଣଙ୍କୁ ପୋଲିସ ଗିରଫ କରିଥିଲା। ଏପରି କି ସେହି ହତ୍ୟାକାଣ୍ଡ ପଛରେ ହରିହରଙ୍କ ହାତ ଥିବାନେଇ ମଧ୍ୟ ମୃତ ଦୀନେଶଙ୍କ ପରିବାର ଲୋକ ଅଭିଯୋଗ କରିଥିଲେ। ତେଣୁ ଦୀନେଶଙ୍କ ହତ୍ୟାକାଣ୍ଡ ସହ ହରିହରଙ୍କୁ କରାଯାଇଥିବା ଆକ୍ରମଣର ଲିଙ୍କ୍‌ ରହିଥାଇପାରେ ବୋଲି ପୋଲିସ ଅନୁମାନ କରୁଛି।
ସୋମବାର ସନ୍ଧ୍ୟା ୭ ଟା ୩୦ ମିନିଟ୍‌ରେ ଟାଉନ ଥାନା ଅନ୍ତର୍ଗତ ହାଡଗଡିଆ ସାହି ରାଧାଗୋବିନ୍ଦ ଲେନ୍‌ର ହରିହରଙ୍କୁ କିଛି ଦୁର୍ବୃତ୍ତ ମରଣାନ୍ତ ଆକ୍ରମଣ କରିଥିବା ନେଇ ପୋଲିସକୁ ଖବର ମିଳିଥିଲା। ସଙ୍ଗେସଙ୍ଗେ ପୋଲିସ ଘଟଣାସ୍ଥଳକୁ ଯାଇ ଗୁରୁତର ଆହତ ହରିହରଙ୍କୁ ଉଦ୍ଧାର କରି ଚିିକିତ୍ସା ନିମନ୍ତେ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲା। ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ହରିହରଙ୍କୁ କିଏ ଏବଂ କାହିଁକି ହତ୍ୟା କଲେ ପୋଲିସ ତଦନ୍ତ ଆରମ୍ଭ କରିଛି। ତଦନ୍ତ ପରେ କାରଣ ଜଣାପଡ଼ିବ ବୋଲି ସିଟି ଡିଏସ୍‌ପି ପ୍ରଶାନ୍ତ କୁମାର ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri