ବଟକରାରେ ଛେଚି ବଡ଼ଭାଇଙ୍କୁ ହତ୍ୟା

ଦଶମନ୍ତପୁର,୧୨।୪(ଡି.ଏନ୍‌.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଡୁମୱାଗୁଡ଼ା ପଞ୍ଚାୟତ ଅଧୀନ ବଡ଼ବାଗ୍ରୀ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ମାଛ ଭାଗବଣ୍ଟାରେ ସାନଭାଇ ରାଜି ନ ହୋଇ ବଟକରାରେ ଛେଚି ସମ୍ପର୍କୀୟ ବଡ଼ଭାଇଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ବିରିଙ୍ଗା ମୁଦୁଲି (୬୦)। ପୋଲିସ ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି। ଅଭିଯୁକ୍ତ ସାନଭାଇ ଧନେଶ୍ୱର ମୁଦୁଲି ଫେରାର୍‌ ଅଛନ୍ତି। ବଡ଼ବାଗ୍ରୀ ଗ୍ରାମର ବିରିଙ୍ଗା ଓ ତାଙ୍କ ଦାଦାଙ୍କ ପୁଅ ଦୁଇ ସାନଭାଇ ଧନେଶ୍ୱର ମୁଦୁଲି ଓ ହରିଶ୍ଚନ୍ଦ୍ର ମୁଦୁଲି ମିଶି ନାତରଝୋଲା ନିକଟରେ ମାଛଚାଷ କରନ୍ତି। ସୋମବାର ୩ ଭାଇ ମିଶି ପୋଖରୀରୁ ମାଛଧରି ଭାଗ ବାଣ୍ଟିବାକୁ ବସିଥିଲେ। ବଡ଼ଭାଇ ବିରିଙ୍ଗା କେଜି ହିସାବରେ ମାଛ ଭାଗ ବାଣ୍ଟିନେବା ବୋଲି କହିଥିଲେ। ଧନେଶ୍ୱର ଏଥିରେ ରାଜି ନ ହୋଇ ରୋକ୍‌ଠୋକ ମନା କରି ଦେଇଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ପରେ ଏହା ଉଗ୍ରରୂପ ନେଇଥିଲା। ଧନେଶ୍ୱର ଉତ୍ତ୍ୟକ୍ତ ହୋଇ ଧରିଥିବା ବଟକରାରେ ବିରିଙ୍ଗାଙ୍କ ମୁଣ୍ଡକୁ ଛେଚି ଚାଲିଥିଲେ। ହରିଶ୍ଚନ୍ଦ୍ର ସେଠାରେ ଥିଲେ ମଧ୍ୟ ତାଙ୍କୁ ଅଟକାଇ ପାରି ନ ଥିଲେ। ଏହା ଜାଣିବା ପରେ ବିରିଙ୍ଗାଙ୍କ ବଡ଼ଝିଅ ସୁରେଶ ଗ୍ରାମର କେତେଜଣଙ୍କ ସହ ମିଶି ବାପାଙ୍କୁ ଉଦ୍ଧାର କରି ଘରକୁ ଆଣିଥିଲେ। ତେବେ କିଛି ସମୟ ମଧ୍ୟରେ ବାପାଙ୍କ ମତ୍ୟୁ ଘଟିଥିବା ସୁରେଶ ମଙ୍ଗଳବାର ଦଶମନ୍ତପୁର ଥାନାରେ ଏତଲା ଦେଇଥିଲେ। ପୋଲିସ ଟିମ୍‌ ସହ ଥାନା ଅଧିକାରୀ ଚନ୍ଦ୍ରଭାନୁ ମହାନ୍ତି ଏବଂ ସାଇଣ୍ଟିଫିକ୍‌ ଟିମ ପହଞ୍ଚି ତଦନ୍ତ କରିଛନ୍ତି। ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଏ ନେଇ ଏକ ହତ୍ୟା ମାମଲା ରୁଜୁ ହୋଇଛି। ସୂଚନାଯୋଗ୍ୟ, ବିରିଙ୍ଗା ତାଙ୍କ ପରିବାରର ଜଣେ ମାତ୍ର ରୋଜଗାରକ୍ଷମ ବ୍ୟକ୍ତି ଥିଲେ। ବଡଝିଅ ସୁରେଶ ବିବାହିତା। ଘରେ ସାନଝିଅ ଘେନାଇ ଓ ସ୍ତ୍ରୀ ସୁନ୍ଦରୀ ଏବେ ଅସହାୟ ହୋଇପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri