ମଜୁରି ଟଙ୍କା ମାଗିବାରୁ ହତ୍ୟା

ସଇଁତଳା,୨୪ା୫(ଡି.ଏନ.ଏ.): ବଲାଙ୍ଗୀର ଜିଲା ସଇଁତଳା ଥାନା ଟିକ୍ରାପଡ଼ା ଫାଣ୍ଡି ଅଧୀନ ଦେଓଗାଁରେ ବୁଦ୍ଧଦେବ ନାଗ(୨୯)ଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ଘଟଣାରେ ପୋଲିସ ବୁଧବାର ୨ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଦେବାଶିଷ ବେଣ୍ଟକାର ଓ ନକୁଳ ନାଗ। ଉଭୟଙ୍କୁ ସଇଁତଳା କୋର୍ଟକୁ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ଉଭୟଙ୍କୁ ଟିଟିଲାଗଡ଼ ଜେଲକୁ ପଠାଇ ଦିଆଯାଇଛି।
ଟିକ୍ରାପଡ଼ା ଫାଣ୍ଡି ଦେଓଗାଁର ଗୋଷ୍ଠୀ କେନ୍ଦ୍ର ନିକଟରେ ଗତ ୨୩ ତାରିଖ ସକାଳେ ବୁଦ୍ଧଦେବଙ୍କ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମୃତଦେହ ଠାବ ହୋଇଥିଲା। ମୁଣ୍ଡରେ ଗଭୀର ଆଘାତ ଲାଗିଥିବାବେଳେ ମୃତଦେହ ନିକଟରେ ରକ୍ତ ଲଗା ପଥର ପଡ଼ିଥିଲା। ପୋଲିସ ସୂତ୍ରରୁ ପ୍ରକାଶ ବୁଦ୍ଧଦେବ ପ୍ରଥମେ ଏକ ଟେଣ୍ଟ ହାଉସର ଗାଡ଼ି ଚଳାଉଥିଲେ। ଗତ କିଛିଦିନ ହେଲା ଗ୍ରାମରେ କାଠମିସ୍ତ୍ରୀ କାମ କରୁଥିବା ଦେବାଶିଷ ବେଣ୍ଟକାରଙ୍କ ପାଖରେ କାମ କରୁଥିଲେ। ଘଟଣାଦିନ ସନ୍ଧ୍ୟାରେ ବୁ୍‌ଦ୍ଧଦେବ, ସମ୍ପର୍କୀୟ ପୁତୁରା ନକୁଳ ନାଗ ଓ ଦେବାଶିଷ ଏକ ବାଇକରେ ଦେଓଗାଁଠାରେ ଥିବା ମଦଭାଟିକୁ ଆସି ମଦ ପିଇଥିଲେ । ଗ୍ରାମର ଗୋଷ୍ଠୀ କେନ୍ଦ୍ରଠାରେ ବୁଦ୍ଧଦେବ ଦେବାଶିଷଙ୍କ କାମର ପାଉଣା ମାଗିଥିଲେ। ଏଥିରେ ୩ଜଣଙ୍କ ମଧ୍ୟରେ ବଚସା ହୋଇଥିଲା । ଦେବାଶିଷ ଓ ନକୁଳଙ୍କ ପଥର ମାଡ଼ରେ ବୁଦ୍ଧଦେବଙ୍କ ମୁଣ୍ଡ ଫାଟିଯାଇ ପ୍ରବଳ ରକ୍ତସ୍ରାବ ହୋଇ ମୃତ୍ୟୁ ଘଟିିଥିବା ପୋଲିସ କହିଛି ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri