ସମ୍ପତ୍ତି ପାଇଁ ମାରିଦେଲେ:ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ

ବାଲିକୁଦା,୨୭ା୨(ତାପସ ସ୍ବାଇଁ):ଓଗରପୁର ଗାଁରେ ଗତ ସୋମବାର ବିଳମ୍ବିତ ରାତିରେ ଘଟିଥିବା ହତ୍ୟାକାଣ୍ଡ ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ସେ ହେଲେ ମୃତ ମାନିଆ ବିଶ୍ୱାଳଙ୍କ ସଉତୁଣୀର ପୁଅ ବିକ୍ରମ ବିଶ୍ୱାଳ (୩୬) ଓରଫ ବୁଲା। ତାଙ୍କୁ ସାଙ୍ଗରେ ନେଇ ତଦନ୍ତକାରୀ ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରିଛନ୍ତି। ଏଥିରେ ଡିଏସ୍‌ପି ରଶ୍ମିରଞ୍ଜନ ସାହୁ, ଥାନାଧିକାରୀ ତଥା ଘଟଣାର ତଦନ୍ତ ଅଧିକାରୀ ପ୍ରିୟବ୍ରତ ରାଉତ, ଏସ୍‌ଆଇ ବ୍ରହ୍ମାନନ୍ଦ ପଣ୍ଡାଙ୍କ ସହ ଅନ୍ୟ ପୋଲିସ କର୍ମଚାରୀମାନେ ସାମିଲ ହୋଇଥିଲେ।
ସମ୍ପତ୍ତି ଲୋଭରୁ ହତ୍ୟାକାଣ୍ଡ ଘଟିଥିଲା ବୋଲି ବାଲିକୁଦା ଥାନାରେ ଆୟୋଜିତ ଖବରଦତା ସମ୍ମିଳନୀ ଜରିଆରେ ଅତିରିକ୍ତ ଏସ୍‌ପି ଅମରେନ୍ଦ୍ର ପଣ୍ଡା ସୂଚନା ଦେଇଛନ୍ତି। ତେବେ ତଦନ୍ତ ଜାରି ରହିଥିବାରୁ ଅଧିକ ସୂଚନା ଦେବାକୁ ସେ ମନା କରିଦେଇଥିଲେ। ଅଭିଯୁକ୍ତ ବୁଲା ଚେନ୍ନାଇରେ ରହୁଥିବାରୁ ହତ୍ୟାକାଣ୍ଡରେ ଅନ୍ୟ ବ୍ୟକ୍ତିଙ୍କ ସମ୍ପୃକ୍ତି ଥିବା ନେଇ ସନ୍ଦେହଜାତ ହୋଇଛି। ଅପରପକ୍ଷେ ବୁଲା ଚେନ୍ନାଇରୁ କିପରି ଓ କେଉଁଥିରେ ଆସିଥିଲେ, ପୁଣି ଚେନ୍ନାଇ କିପରି ଗଲେ ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏହାଛଡ଼ା ହତ୍ୟାକାଣ୍ଡରେ ବ୍ୟବହୃତ ମାରଣାସ୍ତ୍ର ସମ୍ପର୍କରେ କୌଣସି ତଥ୍ୟ ମିଳିନାହିଁ। ତଦନ୍ତ ପରେ ପରବର୍ତ୍ତୀ ସମୟରେ ଏସବୁ ବିଷୟରେ ସୂଚନା ଦିଆଯିବ ବୋଲି ଅତିରିକ୍ତ ଏସ୍‌ପି ପଣ୍ଡା କହିଛନ୍ତି।
୧୯ ତାରିଖ ବିଳମ୍ବିତ ରାତିରେ କେତେଜଣ ମୁଖାପିନ୍ଧା ଦୁର୍ବୃତ୍ତ ମାନିଆଙ୍କ ଘରେ ପଶି ପ୍ରଥମେ ତାଙ୍କୁ ଆକ୍ରମଣ କରିଥିଲେ। ଫଳରେ ଘଟଣା ସ୍ଥଳରେ ମାନିଆଙ୍କ ମୃତ୍ୟୁ ଘଟିଛି ା ଏହି ସମୟରେ ତାଙ୍କ ପୁଅ ରାକେଶ ଓ ବୋହୂ ଶୁଭଶ୍ରୀ ଅନ୍ୟ ଘରେ ଶୋଇଥିଲେ। ଶବ୍ଦ ଶୁଣି ରାକେଶ ବାହାରକୁ ଆସିବା କ୍ଷଣି ଦୁର୍ବୃତ୍ତମାନେ ତାଙ୍କୁ ଆକ୍ରମଣ କରିଥିଲେ। ସେତେବେଳକୁ ଅଭିଯୁକ୍ତମାନେ ଘରର ବିଜୁଳି ଆଲୁଅକୁ ବନ୍ଦ କରି ଦେଇଥିଲେ। ଜୀବନ ବଞ୍ଚାଇବାକୁ ଯାଇ ରାକେଶ ସେମାନଙ୍କ କବଳରୁ ଖସି ଯାଇ ପାଖ ପଡ଼ୋଶୀଙ୍କ ଗ୍ରୀଲ ବାଡ଼େଇ ଡାକ ପକାଇଥିଲେ। ପାଟିଶୁଣି ପଡ଼ୋଶୀ ଓ ଗାଁ ଲୋକେ ଘଟଣାସ୍ଥଳରେ ପହଞ୍ଚତ୍ବାବେଳକୁ ଦୁର୍ବୃତ୍ତମାନେ ଶୁଭଶ୍ରୀଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରି ପଳାଇ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?