ପ୍ରେମିକାଙ୍କୁ କରିଥିଲେ ୩୧ ଖଣ୍ଡ: ଧରାପଡ଼ିଲେ ଦମ୍ପତି

ରାଇଘର/ନବରଙ୍ଗପୁର, ୨୬।୧୧ (କିରଣ ପଟ୍ଟନାୟକ/ସଦାଶିବ ପ୍ରହରାଜ): ପ୍ରେମିକାଙ୍କୁ ହତ୍ୟା କରି ୩୧ ଖଣ୍ଡ କରିବା ଅଭିଯୋଗରେ ଅଟକ ଥିବା ନବରଙ୍ଗପୁର ଜିଲା ରାଇଘର ବ୍ଲକ ଗୋନା ପଞ୍ଚାୟତ ମୁରୁମଡିହି ଗ୍ରାମର ପ୍ରେମିକ ଚନ୍ଦ୍ର ରାଉତ ଓ ତାଙ୍କ ସ୍ତ୍ରୀ ସିଆଙ୍କୁ ରବିବାର ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି। କୋର୍ଟରେ ଜାମିନ ମଞ୍ଜୁର ନ ହେବାରୁ ଉଭୟଙ୍କୁ ବିଚାରାଧୀନ ହାଜତକୁ ପଠାଇ ଦିଆଯାଇଛି। ସିଆଙ୍କ ସହ ତାଙ୍କ ଅଢ଼େଇ ବର୍ଷର ପୁଅ ରହିବ ବୋଲି ଜଣାପଡ଼ିଛି। ମୃତ ତିଲାବାଈଙ୍କ ପରିବାର ଓ ବାଘବେଡ଼ା ଗ୍ରାମବାସୀ ରବିବାର ଥାନା ପରିସରରେ ପଶିଥିଲେ। ଅଭିଯୁକ୍ତଙ୍କୁ ଫାଶୀ ଦିଆଯାଉ ବୋଲି କହି ହଟ୍ଟଗୋଳ କରିଥିଲେ। ସେଠାରେ ଉତ୍ତେଜନା ଦେଖିବାକୁ ମିଳିଥିଲା। ପୋଲିସ ବୁଝାଶୁଝା କରି ସେମାନଙ୍କୁ ପଠାଇଥିଲା। ଥାନାରେ ଏକ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି।
ସୂଚନା ଯୋଗ୍ୟ, ବାଘବେଡ଼ା ଗ୍ରାମର ତିଲାବାଈ ଗଣ୍ଡଙ୍କର ଚନ୍ଦ୍ର ରାଉତଙ୍କ ସହ ୨ବର୍ଷ ଧରି ପ୍ରେମ ସମ୍ପର୍କ ଥିଲା। ତିଲାବାଈ ବୁଧବାର ଘରୁ ବାହାରି ସ୍ତ୍ରୀର ଅଧିକାର ମାଗିବାକୁ ଚନ୍ଦ୍ରଙ୍କ ପାଖକୁ ଯାଇଥିଲେ। ଏହାପରେ ଚନ୍ଦ୍ର ଓ ତାଙ୍କ ସ୍ତ୍ରୀ ସିଆ ତିଲାବାଈଙ୍କୁ ହତ୍ୟା କରିଥିଲେ। ପ୍ରମାଣ ନଷ୍ଟ କରିବାକୁ ଉଭୟେ ତିଲାଙ୍କ ମୃତଦେହକୁ କଟୁରିରେ ୩୧ ଖଣ୍ଡ କରି ନିକଟସ୍ଥ ଜଙ୍ଗଲରେ ପୋତିଦେଇଥିଲେ। ଏକ କାର୍ଟୁନରେ ପୋଷାକ ରଖି ନିଆଁ ଲଗାଇ ଦେଇଥିଲେ। ମୃତଦେହ ଖଣ୍ଡକୁ ଅଖାରେ ଭର୍ତ୍ତିକରି ଜଙ୍ଗଲକୁ ନେଇଥିଲେ। ତାହାକୁ ଲୁଣ ପକାଇ ପୋତିଦେଇଥିଲେ। ଶନିବାର ରକ୍ତଛିଟା ଦେଖି କେତେଜଣ ଯୁବକ ତିଲାବାଈଙ୍କ ପରିବାରକୁ ଖବର ଦେଇଥିଲେ। ତିଲାବାଈଙ୍କ ବାପା ରାଇଘର ପୋଲିସକୁ ଜଣାଇଥିଲେ। ସ୍ଥାନୀୟ ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚି ମାଟି ଖୋଳି ମୃତଦେହ ଜବତ କରିଥିଲେ। ବ୍ୟବଚ୍ଛେଦ କରାଇ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଉତ୍ତ୍ୟକ୍ତ ଗ୍ରାମବାସୀ ମୃତଦେହକୁ ଶନିବାର ରାତିରେ ଅଭିଯୁକ୍ତ ଚନ୍ଦ୍ରଙ୍କ ଘର ଅଗଣାରେ ସତ୍କାର କରିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

ନିଜର ସୁରକ୍ଷା ନେଇ ଆଗେଇ ଆସିଲେ ଛାତ୍ରୀ, ଆତ୍ମରକ୍ଷା ପାଇଁ କଲେ…

ଦିଗପହଣ୍ଡି,୨୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜରେ ଗୁରୁବାର ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ‘ଛାତ୍ରୀ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ/ତେହରାନ୍‌,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା…

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri