‘ଯୌତୁକ ପାଇଁ ମୋ ଝିଅକୁ ମାରିଦେଲେ’

ଭଦ୍ରକ ଅଫିସ, ୧୧।୪: ଭଦ୍ରକ ବ୍ଲକ ସାବରଙ୍ଗ ଥାନା ଅଧୀନ ଗୋରାମାଟି ଗ୍ରାମରେ ବଧୂହତ୍ୟା ନେଇ ସୋମବାର ଏସ୍‌ପିଙ୍କ ନିକଟରେ ଅଭିଯୋଗ ହୋଇଛି। ଯୌତୁକ ପାଇଁ ତାଙ୍କ ଝିଅକୁ ଶାଶୁଘର ଲୋକେ ମାରି ଦେଇଥିବା ଅଭିଯୋଗ କରିଛନ୍ତି ତିହିଡ଼ି ଥାନା ଜିଞ୍ଝାରପୁର ଗ୍ରାମର ଗୀତାରାଣୀ ମଳିକ। ସେ ଅଭିଯୋଗରେ ଦର୍ଶାଇଛନ୍ତି ଯେ, ୨୦୧୮ରେ ଗୋରାମାଟି ଗ୍ରାମର ଜଣେ ଯୁବକଙ୍କ ସହ ତାଙ୍କ ଝିଅ ବିଶ୍ୱବିଜୟିନୀଙ୍କର ବୈଦିକ ରୀତିରେ ବିବାହ ହୋଇଥିଲା। ପରେ ଅଧିକ ଯୌତୁକ ଦାବି କରି ଶାଶୁଘର ଲୋକେ ତାଙ୍କ ଝିଅକୁ ନିର୍ଯାତନା ଦେଇଆସୁଥିଲେ। ଚଳିତମାସ ୫ ତାରିଖରେ ଜ୍ୱାଇଁ ଫୋନ କଲ୍‌ କରି ବିଶ୍ୱବିଜୟିନୀ ମରି ଯାଇଥିବା ଜଣାଇଥିଲେ। ଶାଶୁ, ନଣନ୍ଦ ଓ ସ୍ବାମୀ ମିଶି ତାଙ୍କ ଝିଅକୁ ମାରିଦେଇଥିବା ନେଇ ୬ ତାରିଖରେ ସାବରଙ୍ଗ ଥାନାରେ ଅଭିଯୋଗ କରିଥିଲେ ମଧ୍ୟ ପୋଲିସ କିଛି ବୁଝୁନାହିଁ। ଏସ୍‌ପିଙ୍କ ଅନୁପସ୍ଥିତିରେ ଡିଏସ୍‌ପି ସୁନୀଲକାନ୍ତ ମହାନ୍ତିଙ୍କୁ ଅଭିଯୋଗ ଜଣାଇବା ପରେ ଘଟଣାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri