ଯୁବକଙ୍କୁ ମାରି ରାସ୍ତାରେ ଫିଙ୍ଗିଦେଲେ: ୨ ଅଭିଯୁକ୍ତ ଅଟକ

କୋରାପୁଟ,୨୫ା୧୨(ସ୍ବ.ପ୍ର.): କୋରାପୁଟ ସହରର ବନଭାରତୀ କଲୋନୀରେ ଶନିବାର ଭୋର୍‌ରୁ ଏକ ହତ୍ୟାକାଣ୍ଡ ଘଟିଛି। ଏହି ହତ୍ୟାକାଣ୍ଡକୁ କେନ୍ଦ୍ରକରି ମୃତକଙ୍କ ସମ୍ପର୍କୀୟମାନେ ଉତ୍ତ୍ୟକ୍ତ ହୋଇ ପରଜାସାହିରେ ଥିବା ଅଭିଯୁକ୍ତଙ୍କ ଏକ ସେଲୁନକୁ ଭଙ୍ଗାରୁଜା କରିଥିଲେ। ଏହି ଘଟଣାକୁ ନେଇ ଶାନ୍ତିଶୃଙ୍ଖଳା ନେଇ କୋରାପୁଟ ଟାଉନ ଥାନାଧିକାରୀ ଧୀରେନ ପଟ୍ଟନାୟକଙ୍କ ନେତୃତ୍ୱରେ ସହରରେ ୨ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି ।

ସୂଚନାନୁଯାୟୀ, କୋରାପୁଟ ସହରର ପରଜାସାହିର ସନ୍ନ୍ୟାସୀ ପୂଜାରୀ (୩୫) ନାମକ ଏକ ଯୁବକ କୌଣସି କାମ ପାଇଁ ସ୍ଥାନୀୟ ବନଭାରତୀ କଲୋନୀରେ ରହୁଥିବା ନିଜ ଶାଳୀ ଘରକୁ ଯାଇଥିଲେ। ଘରେ ଶାଳୀ ନ ଥିବାରୁ ଶନିବାର ଭୋର୍‌ ସମୟରେ ନିଜ ଘରକୁ ଫେରୁଥିଲୋ ତେବେ ଫେରିବା ବାଟରେ ନାଗାରାଜୁ ନାମକ ଜଣେ ସେଲୁନ ବ୍ୟବସାୟୀ ଓ ତାଙ୍କ ସ୍ତ୍ରୀ ରତ୍ନାଙ୍କ ସହ ଝଗଡ଼ା ହୋଇଥିଲା। ନାଗାରାଜୁ ଓ ତାଙ୍କ ସ୍ତ୍ରୀ ଦୁହେଁ ସନ୍ନ୍ୟାସୀଙ୍କ ମୁହଁ ଓ ମୁଣ୍ଡକୁ ମୁଥମାରି ରକ୍ତାକ୍ତ ଅବସ୍ଥାରେ ରାସ୍ତା କଡ଼ରେ ପିଙ୍ଗିଦେଇ ଚାଲିଯାଇଥିଲେ।

ଆଜିସକାଳେ ଖବର ପାଇ କୋରାପୁଟ ଟାଉନ ପୋଲିସ ଥାନାଧିକାରୀ ଧୀରେନ ପଟ୍ଟନାୟକଙ୍କ ସହ ଏକ ପୋଲିସ ଦଳ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜକୁ ପଠାଇବା ସହ ଏହି ଘଟଣାର ତଦନ୍ତ ଆରମ୍ଭ କରିଥିଲେ। ଅତିରିକ୍ତ ଜିଲା ଆରକ୍ଷୀ ଅଧୀକ୍ଷକ ଉତ୍କଳ କେଶରୀ ଦାସ ନେତୃତ୍ୱରେ ସନ୍ଧାନୀ କୁକୁର ସହ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ଯାଇ ତଦନ୍ତ ଜାରି ରଖିଛି। ଟାଉନ ପୋଲିସ ଏହି ଘଟଣାରେ ଥାନାରେ ୩୨୪/୨୧ ଏକ ମାମଲା ରୁଜୁ କରି ଅଭିଯୁକ୍ତ ନାଗାରାଜୁଙ୍କ ସମେତ ଦୁଇ ଜଣଙ୍କୁ ଥାନାରେ ଅଟକ ରଖି ଜେରା କରୁଥିବା ଥାନାଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri