ଯୁବକଙ୍କୁ ହତ୍ୟା କରି ସୁଟ୍‌କେସରେ ପୂରାଇ ଫିଙ୍ଗିଦେଲେ

ଖୋର୍ଦ୍ଧା ଅଫିସ,୨୨ା୧(.): ଖୋର୍ଦ୍ଧା ଜିଲା ନାଚୁଣୀ ଥାନା ହରିପୁର ଫରେଷ୍ଟ ଜଙ୍ଗଲରୁ ଜଙ୍ଗଲ ମଧ୍ୟରେ ପଡ଼ିଥିବା ଏକ ସୁଟ୍‌କେସରୁ ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ନାଚୁଣୀ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସୂଚନାନୁଯାୟୀ, ରବିବାର ହରିପୁର ଜଙ୍ଗଲରେ ଏକ ସୁଟ୍‌କେସ୍‌ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖି ନାଚୁଣୀ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ସୁଟ୍‌କେସ ଜବତ କରିଛି। ଯାଞ୍ଚ ବେଳେ ଏଥିରୁ ଜଣେ ଯୁବକଙ୍କ ମୃତଦେହ ଥିବାର ଦେଖିବାକୁ ମିଳିଛି। ଯୁବକଙ୍କୁ କେହି ଦୁର୍ବୃତ୍ତ ହତ୍ୟା କରି ସୁଟ୍‌କେସ ଭିତିରେ ଭର୍ତ୍ତି କରି ଜଙ୍ଗଲରେ ଫିଙ୍ଗି ଦେଇଥିବା ଅନୁମାନ କରାଯାଉଛି ।
ପୋଲିସ ଘଟଣାସ୍ଥଳରେ ଛାନ୍‌ଭିନ୍‌ ଜାରି ରଖିଛି। ମୃତ ଯୁବକ ଜଣକ ପରିଚୟ ଏଯାଏ ସ୍ପଷ୍ଟ ହୋଇନାହିଁ। ଯୁବକଙ୍କୁ ଅନ୍ୟ କେଉଁଠି ହତ୍ୟା କରିବା ପରେ ହତ୍ୟାକାରୀମାନେ ଏଠାରେ ଫିଙ୍ଗି ଦେଇଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଏନେଇ ଅଧିକ ତଦନ୍ତ ଜାରି ରହିଥିବା ବାଲୁଗାଁ ଏସ୍‌ଡିପିଓ ମାନସ ରଞ୍ଜନ ବାରିକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ଝଟ୍‌କା: ବିଜେଡି ଛାଡ଼ିଲେ ପୂର୍ବତନ ପୌରାଧ୍ୟକ୍ଷ

ଝାରସୁଗୁଡ଼ା,୧୮ା୪(ସଞ୍ଜୟ ମାଲି): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଟାଉନ ବିଜେଡି ସଭାପତି ତଥା ବେଲପାହାଡ଼ ପୌର ପରିଷଦ ପୂର୍ବତନ ଅଧ୍ୟକ୍ଷ କୈଳାସ ନାଏକ ବିଜେଡି ଛାଡିଥିବା ନେଇ...

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ଏହୁ ସବୁ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୮।୪: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ଗୁରୁବାର ଦିନ ଆଜି ଦିନ ୨ଟା ୩୦ ସୁଦ୍ଧା ଭୁବନେଶ୍ୱରରେ...

ସତ୍ୟବାଦୀରୁ ମନୋଜ ରଥଙ୍କୁ ପ୍ରାର୍ଥୀ କରିବା ପରେ ପ୍ରସାଦ ହରିଚନ୍ଦନ କହିଲେ…

ଭୁବନେଶ୍ୱର,୧୮।୪: ଆଜି କଂଗ୍ରେସ ଆଉ ୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ମାହାଙ୍ଗାରୁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ୱର-ମଧ୍ୟରୁ ପ୍ରକାଶ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

ସୂଚନା ଅଧିକାରୀଙ୍କୁ ୨୫ ହଜାର ଟଙ୍କା ଜୋରିମନା

ହାଟଡିହୀ,୧୮l୪(ଶୁଭକାନ୍ତ ନାୟକ): ଓଡିଶା ସୂଚନା କମିଶନଙ୍କ ତରଫରୁ ଏକ ମାମଲା ବିଚାର କରି କମିଶନର ବି.କେ. ମହାପାତ୍ର କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜନ ସୂଚନା...

ବିଜେଡିର ବଢୁଛି ବଳ: ଦଳରେ ସାମିଲ ହେଲେ ଅନେକ କଂଗ୍ରେସ-ଭାଜପା କର୍ମୀ

ଦାରିଙ୍ଗବାଡି, ୧୮।୪ (ଅରୁଣ ସାହୁ): ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳର ଦିନକୁ ଦିନ ବଳ ବୃଦ୍ଧି ହେବାରେ ଲାଗିଛି। ଗତ ସପ୍ତାହରେ ଦାରିଙ୍ଗବାଡିଠାରେ...

ଭିଆର୍‌ଏସ୍‌ ନେଲେ ଆଇପିଏସ୍‌ ସଞ୍ଜୟ ସିଂ

ଭୁବନେଶ୍ୱର,୧୮।୪: ଓଡ଼ିଶା କ୍ୟାଡର ଆଇପିଏସ୍‌ ସଞ୍ଜୟ ସିଂ ଭିଆରଏସ୍‌ ଘୋଷଣା କରିଛନ୍ତି। ୧୯୯୬ ବ୍ୟାଚ୍‌ ଆଇପିଏସ୍‌ ସଞ୍ଜୟ ସିଂଙ୍କୁ ଭିଆରଏସ୍‌ ଆବେଦନକୁ ରାଜ୍ୟ ଗୃହ ବିଭାଗ...

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri