ପଥରରେ ଛେଚି ଯୁବକଙ୍କୁ ହତ୍ୟା, ବାଇକ୍‌ ସହ ମୃତଦେହ ଜବତ

ଦିଗପହଣ୍ଡି,୧୦ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ପଞ୍ଚାୟତ ଡୋଳବ ଗାଁ ନିକଟ ରାସ୍ତାକଡ ଚାଷଜମିରୁ ଜଣେ ଯୁବକଙ୍କ ମୃତଦେହକୁ ସୋମବାର ସକାଳେ ପାଟପୁର ପୋଲିସ ଜବତ କରିଛି। ମୃତକ ଜଣକ ହେଲେ ପୋଡ଼ାମାରି ଗ୍ରାମ ଢ଼ିମିରା ସାହିର ରଜତ ଗୌଡ଼(୨୫)। ରଜତଙ୍କ ମୁଣ୍ଡକୁ ପଥରରେ ଛେଚି ବୀଭତ୍ସ ଭାବେ ହତ୍ୟା କରାଯାଇଛି। ଖବର ପାଇ ପାଟପୁର ଥାନା ଆଇଆଇସି ଦୀପ୍ତିରଞ୍ଜନ ବେହେରା ସଦଳବଳ ଘଟଣାସ୍ଥଳରେ ପହଞ୍ଚିଥିଲେ। ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ଏବଂ ସନ୍ଧନୀ କୁକୁର ସହାୟତାରେ ତଦନ୍ତ କରାଯିବା ପରେ ଜବତ ମୃତଦେହକୁ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇ ଦିଆଯାଇଛି। ରଜତଙ୍କ ମୃତଦେହଟି ଚାଷଜମିର ହିଡ଼ ପାର୍ଶ୍ୱରେ ପଡ଼ିଥିବା ବେଳେ ପ୍ରାୟ ୧୦ ଫୁଟ ଦୂରରେ ଏକ ବାଇକ୍‌ ରାସ୍ତା ଉପରେ ପଡ଼ିଥିଲା। ଭୋର୍‌ରେ ସମ୍ପୃକ୍ତ ଅଞ୍ଚଳରେ ପ୍ରବଳ କୁହୁଡି ହୋଇଥିଲା। କିଛି ଗ୍ରାମବାସୀ ପ୍ରଥମେ ବାଇକ୍‌ଟିକୁ ଦେଖି କୁହୁଡି ଯୋଗୁ ଦୁର୍ଘଟଣା ଘଟିଥିବା ଅନୁମାନ କରିଥିଲେ। ପରେ କିଛି ଦୂରରେ ଥିବା ଜମିରେ ଯୁବକଙ୍କ ରକ୍ତାକ୍ତ ମୃତଦେହ ପଡ଼ିଥିବା ଦେଖି ପୋଲିସକୁ ଖବର ଦେଇଥିଲେ। ପାରିପାଶର୍‌ବିକ ସ୍ଥିତିରୁ ଏହା ଏକ ହତ୍ୟାକାଣ୍ଡ ବୋଲି ଜଣାପଡିଛି। ରଜତ ହାଇଦ୍ରାବାଦର ଏକ ହୋଟେଲରେ କାମ କରୁଥିଲେ। ଗତ କିଛିଦିନ ହେଲା ସେ ଗ୍ରାମକୁ ଆସିଥିଲେ। ସନ୍ଧ୍ୟାରେ କାମ ଅଛି କହି ଘରୁ ଯାଇଥିଲେ। ବିଳମ୍ବିତ ରାତି ଯାଏ ଘରକୁ ଫେରି ନ ଥିଲେ। ଘର ଲୋକେ ତାଙ୍କ ମୋବାଇଲକୁ ଫୋନ କରିଥିଲେ ମଧ୍ୟ ସେ ଫୋନ୍‌ ଉଠାଇ ନ ଥିଲେ। ପରିବାର ଲୋକେ ଗ୍ରାମର ବିଭିନ୍ନ ସ୍ଥାନକୁ ଯାଇ ତାଙ୍କୁ ଖୋଜିଥିଲେ ମଧ୍ୟ ତାଙ୍କ ସନ୍ଧାନ ମିଳି ନ ଥିଲା। ରଜତଙ୍କ ମୃତ୍ୟୁର କାରଣ ସଡ଼କ ଦୁର୍ଘଟଣା ନା ହତ୍ୟା ବ୍ୟବଚ୍ଛେଦ ରିପୋର୍ଟ ମିଳିବା ପରେ ଜଣାପଡ଼ିବ ବୋଲି ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲ ତୋଳିବା ପାଇଁ ଯାଇଥିଲେ ବୃଦ୍ଧା, ବାଟରେ ଘଟିଲା ବଡ଼ ଅଘଟଣ

ଦିଗପହଣ୍ଡି,୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ନିକଟରେ ଶନିବାର ଭୋର୍‌ ସମୟରେ ବାଇକ ଧକ୍କାରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ବୃଦ୍ଧା ଜଣଙ୍କ…

ବ୍ରିଜ୍‌ ତଳ ନାଳରୁ ମିଳିଲା ୨ ବର୍ଷ ଶିଶୁପୁତ୍ରର ମୃତଦେହ: କୁକୁର ସହିତ ଖେଳୁଖେଳୁ…

ପରଜଙ୍ଗ,୩୧।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗାଁ ଓଭରବ୍ରିଜ୍‌ ତଳ ନାଳରୁ ଜଣେ ୨ ବର୍ଷ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର…

ପଦ ଛାଡିବାକୁ ଧମକ ଦେଲେ ଭାରତୀୟ ହକି ଦଳର କୋଚ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୩୧।୧: ଭାରତୀୟ ହକି ଦଳରେ ବିଦ୍ରୋହ ଦେଖାଯାଇଛି। ଭେଟେରାନ ମିଡ୍‌ ଫିଲ୍ଡର ମନପ୍ରୀତ ସିଂଙ୍କୁ ଦଳରୁ ବିଦା କରିବାକୁ ନେଇ ଦେଖାଦେଇଛି କନ୍ଦଳ। ଭାରତୀୟ ହକି ଦଳର…

ଜମି ଜବରଦଖଲ ବିରୋଧରେ ଗର୍ଜିଲେ ଗ୍ରାମବାସୀ: ତହସିଲଦାରଙ୍କ ଦ୍ୱାରସ୍ଥ ହୋଇ ଦେଲେ ଏମିତି ଚେତାବନୀ

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କାଣିଗୁମା ପଞ୍ଚାୟତରେ ଭୂମି ଜବରଦଖଲକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଗ୍ରାମର…

ଆଜିଠୁ ବିଶ୍ୱପ୍ରସିଦ୍ଧ ମାଘମେଳା: ସନ୍ଧ୍ୟା ୫ଟାରେ ଜଳିବ ଝାଡ଼ଦୀପ

ଢେଙ୍କାନାଳ,୩୧ା୧(ରତନ ନାୟାର):ବିଶ୍ୱପ୍ରସିଦ୍ଧ ମହିମା ଧର୍ମର ପୀଠ ଢେଙ୍କାନାଳ ଜିଲାର ଯୋରନ୍ଦାଠାରେ ପ୍ରସିଦ୍ଧ ମାଘମେଳା ଶନିବାରଠାରୁ ଆରମ୍ଭ ହେଉଛି। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଚଳିତବର୍ଷ ସନ୍ଧ୍ୟା…

ଅନ୍ତର୍ଜାତୀୟ କ୍ରୀଡ଼ାବିତ୍‌ ଭି. ରମେଶଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ, ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୩୧।୧(ଦିଲ୍ଲୀପ ସାମଲ): ଭିନ୍ନକ୍ଷମ ହେଲେବି ସେ ସକ୍ଷମ । କ୍ରୀଡା କ୍ଷେତ୍ରରେ ବେଶ ସଫଳତା ହାସଲ କରି ଦେଶ ବିଦେଶରେ ସୁନାମ ଅର୍ଜନ କରିଥିବା ଅନ୍ତର୍ଜାତୀୟ…

ପାନୀୟ ପ୍ରକଳ୍ପ ଗ୍ୟାଲେରି ସୀମାରୁ ବାଲି ଉଠାଣ ନେଇ ଅସନ୍ତୋଷ: ୩ ଶହ ବଦଳରେ ୬ ଶହ ଟଙ୍କା ରୟାଲ୍‌ଟି

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲସ୍ଥିତ ସୁକତେଲ ନଦୀ ବାଲିଘାଟ ନେଇଥିବା ଲିଜଧାରୀଙ୍କ ମନମାନୀ ଦେଖିବାକୁ ମିଳିଛି। ଗତ ବୁଧବାର ଠାରୁ ହଠାତ୍‌ ବାଲିଉଠାଣ…

ଧୂଳିରେ ରୁନ୍ଧି ହେଉଛି ସହର

ସହରୀ ସଭ୍ୟତାର ଅଭିବୃଦ୍ଧି ସହ ତାଳ ଦେଇ ବଢ଼ୁଛି ବାୟୁ ପ୍ରଦୂଷଣ। ବହୁ ସଂଖ୍ୟାରେ ଦୁଇଚକିଆ ଓ ଚାରିଚକିଆ ଯାନ ଚଳାଚଳ ଏହାର ପ୍ରମୁଖ କାରଣ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri