ଜାମିନରେ ଆସି ହୋଇଥିଲେ ଫେରାର, ୩୦ ବର୍ଷ ପରେ ପଡ଼ିଲେ ଧରା

ଲୋଇସିଂହା,୨୨।୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ତଥା ଲୋଇସିଂହା ଥାନା ଅନ୍ତର୍ଗତ ଲୁହୁରାମୁଣ୍ଡା ଗାଁର ବାଳକୃଷ୍ଣ ବାରିକ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ନୀଳମଣି ସାହୁ(୫୮)ଙ୍କୁ ପୋଲିସ ଗୁରୁବାର ଗିରଫ କରିଛି। ୧୯୯୨ରେ ଜାମିନରେ ଆସିବା ପରେ ସେ ଫେରାର ହୋଇ ଯାଇଥିଲେ। ଦୀର୍ଘ ୩୦ ବର୍ଷ କାଳ ପୋଲିସ ଆଖିରେ ଧୂଳି ଦେଇ ଆସିଥିବା ନୀଳମଣିଙ୍କୁ ଶେଷରେ ପୋଲିସ ଲୁହୁରାମୁଣ୍ଡାରୁ ଧରି ଜେଲ ହାଜତକୁ ପଠାଯାଇଥିବା ଆଇଆଇସି ସଂଗ୍ରାମ ପଟ୍ଟନାୟକ କହିଛନ୍ତି।
ରାଜନୈତିକ ଆକ୍ରୋଶରୁ ୧୯୮୪ ନଭେମ୍ବର ୧୯ ତାରିଖରେ ବାଳକୃଷ୍ଣଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣା ସେତେବେଳେ ଜିଲାରେ ଚର୍ଚ୍ଚାର ବିଷୟ ହୋଇଥିଲା। ଅଭିଯୋଗ ଆଧାରରେ ପୋଲିସ ମୁଖ୍ୟ ଅଭିଯୁକ୍ତ ନୀଳମଣିଙ୍କ ସହ ୧୭ ଜଣଙ୍କୁ ଗିରଫ କରି ଜେଲ ପଠାଇଥିଲା। ୧୯୯୨ରେ ନୀଳମଣି ଏବଂ ଅନ୍ୟ ୪ ଅଭିଯୁକ୍ତ ଜାମିନରେ ଆସି ଆଉ ଜେଲକୁ ଫେରି ନ ଥିଲେ। ଘଟଣାକ୍ରମରେ ସେହିବର୍ଷ ମାମଲାର ବିଚାର କରି ବଲାଙ୍ଗୀର ଜିଲା ଓ ଦୌରାଜଜ୍‌ ଅଭିଯୁକ୍ତମାନଙ୍କୁ ଆଜୀବନ ସଜା ଓ ଅନ୍ୟାନ୍ୟ ମାମଲାରେ ଅଧିକ ୬ବର୍ଷ ଜେଲ ଦଣ୍ଡାଦେଶ କରିଥିଲେ। ଏହି ଘଟଣାରେ ୩ଜଣ ରାଜକ୍ଷମା ପାଇଥିଲେ। ସଜା କାଟି ସାରିଥିବା ୯ ଜଣଙ୍କ ମଧ୍ୟରୁ ଇତିମଧ୍ୟରେ ୭ଜଣଙ୍କର ମୃତ୍ୟୁ ଘଟିଲାଣି। ଫେରାର ଥିବା ଅନ୍ୟ ୫ ଅଭିଯୁକ୍ତଙ୍କ ମଧ୍ୟରୁ ବିଭିନ୍ନ ସମୟରେ ସୁପଳ ତାଣ୍ଡି, ସମାରୁ ତାଣ୍ଡି, ପାଚଲା ସାହୁ, କଳିକର ବାରିକଙ୍କୁ ଗିରଫ କରାଯାଇଥିବା ବେଳ ମୁଖ୍ୟ ଅଭିଯୁକ୍ତ ନୀଳମଣି ସାହୁ ଫେରାର ଥିଲେ।

ଗିରଫ ଅଭିଯୁକ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

ରେଳ ଷ୍ଟେସନରେ ଚାଞ୍ଚଲ୍ୟ! ମା’ କୋଳରେ ଶୋଇଥିବା ପୁଅକୁ ଅପହରଣ, ସିସିଟିଭିରେ…

ହାଇଦ୍ରାବାଦ,୨।୭: ଦେଶର ସବୁଠାରୁ ବ୍ୟସ୍ତବହୁଳ ରେଳ ଷ୍ଟେସନ ମଧ୍ୟରୁ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେସନ ଅନ୍ୟତମ । ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଅପହରଣ ଘଟଣା ସାମ୍ନାକୁ ଆସିଛି…

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): ସାରା ରାଜ୍ୟରେ ଗତ ୨ ଦିନ ହେବ ବର୍ଷା ଲାଗି ରହିଛି। ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲାରେ ୨ ଦିନ…

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

ଇନଷ୍ଟାଗ୍ରାମ ପ୍ରେମର ଭୟଙ୍କର ଅନ୍ତ; ପ୍ରେମିକାଙ୍କୁ ହତ୍ୟା ପରେ କବର ଦେଲେ ପ୍ରେମିକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨ା୭: ଉତ୍ତର ପ୍ରଦେଶର ପ୍ରୟାଗରାଜରୁ ଏକ ଅଜବ ଏବଂ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଇନଷ୍ଟାଗ୍ରାମରୁ ହୋଇଥିବା ପ୍ରେମ ମୃତ୍ୟୁର କାରଣ ସାଜିଛି । ଘଟଣାଟି ପ୍ରୟାଗରାଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri