ବିବାହକୁ ୪ ମାସ ନ ପୁରୁଣୁ ସ୍ତ୍ରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ରାୟ

ବୌଦ୍ଧ,୧୪ା୧(ସ୍ବ.ପ୍ର.): ବୌଦ୍ଧ ଜିଲା ଦୌରାଜଜ୍‌ ବିକ୍ରମ କୁମାର ପ୍ରଧାନ ଏକ ଯୌତୁକ ଜନିତ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ୧୦ ବର୍ଷ କାରାଦଣ୍ଡାଦେଶ ଦେବା ସହ ଶଶୁର ଓ ଶାଶୁଙ୍କୁ ନିଦ୍ଦୋର୍ଷରେ ଖଲାସ କରିଛନ୍ତି ।

ମାମଲାରୁ ପ୍ରକାଶ ଯେ, କଣ୍ଟାମାଳ ଥାନା ମାଣିକପୁର ଗ୍ରାମର ରାଜପତି ରଣାଙ୍କ ଝିଅ ଲକ୍ଷ୍ମୀବତୀଙ୍କ ସହ ଉକ୍ତ ଥାନା ଅଧୀନ ଆମ୍ବଗାଁର ସାଇବ ରଣାଙ୍କ ପୁଅ ଶରତ (୨୨)ଙ୍କର ୨୦୧୭ରେ ବିିବାହ ହୋଇଥିଲା। ବିବାହର ୪ ମାସ ପରେ ସ୍ବାମୀ ଶରତ , ଶଶୁର ସାଇବ (୬୦) ଓ ଶାଶୁ ବିଜଳା(୫୫) ଅଧିକ ଯୌତୁକ ଦାବି କରି ଲକ୍ଷ୍ମୀବତୀଙ୍କୁ ନିର୍ଯାତନା ଦେବାରୁ ସେ ବାପ ଘରକୁ ପଲାଇ ଯାଇଥିଲେ  । କିଛି ଦିନ ବାପ ଘରେ ରହିବା ପରେ ଗାଁ ଲୋକଙ୍କ ହସ୍ତକ୍ଷେପ ପରେ ଝିଅକୁ ଶଶୁର ଘରକୁ ପଠାଯାଇଥିଲା ।

ହେଲେ ୨୦୧୭ ସେପ୍ଟେମ୍ବର ୧୦ ତାରିଖରେ ଲକ୍ଷ୍ମୀବତୀ ଅସୁସ୍ଥ ଥିବା ନେଇ କକା ଶଶୁର ଦିଲୀପ ରଣା ବାପଘର ଲୋକଙ୍କୁ ଖବର ଦେଇଥିଲେ। ଖବର ପାଇ ବାପା ରାଜପତି ଝିଅ ଘରେ ପହଞ୍ଚିଥିଲେ। ସେତିକିବେଳକୁ ଝିଅ ଲକ୍ଷ୍ମୀବତୀଙ୍କ ମୃତ୍ୟୁ ଘଟିଥିବା ଜାଣିବାକୁ ପାଇଥିଲେ। ତେବେ ଯୌତୁକ ପାଇଁ ତାଙ୍କୁ ହତ୍ୟା କରାଯାଇଥିବା ନେଇ ବାପଘର ଲୋକେ ୧୧ ତାରିଖରେ କଣ୍ଟାମାଳ ଥାନାରେ ଲିଖିତ ଅଭିଯୋଗ କରିଥିଲେ ।

ଅଭିଯୋଗ ପରେ ପୋଲିସ ଏକ ମାମଲା (ନଂ.୧୦୪/୧୭) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ପୋଲିସ ଉକ୍ତ ଘଟଣାରେ ସ୍ବାମୀ ଶରତ, ଶଶୁର ସାଇବ, ଶାଶୁ ବିଜଳା ଓ ଶରତଙ୍କ ଭିଣୋଇ ଜପ ରଣା ଓ ମାମୁଁ ତୀର୍ଥ ରଣାଙ୍କ ନାମରେ ମାମଲା ରୁଜୁ କରିଥିଲା ା ଉକ୍ତ ଘଟଣାରେ ଏବେ ବି ଜପ ଓ ତୀର୍ଥ ଫେରାର ଥିବା ବେଳେ ମାମଲାଟି ଏସଟି କେସ ନଂ ୧/୧୮ ହୋଇ ଅଭିଯୁକ୍ତ ଶରତ, ସାଇବ ଓ ବିଜଳାଙ୍କ ବିଚାର ହୋଇଥିଲା। ମାମଲାରେ ସରକାରଙ୍କ ପକ୍ଷରୁ ୧୪ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତି କରି ଜିଲା ଦୌରାଜଜ୍‌ ପ୍ରଧାନ ଅଭିଯୁକ୍ତ ସ୍ବାମୀ ଶରତଙ୍କୁ ୧୦ ବର୍ଷ କାରାଦଣ୍ଡାଦେଶ ଦେବା ସହ ପ୍ରମାଣ ଅଭାବରୁ ଶଶୁର ସାଇବ ଓ ଶାଶୁ ବିଜଳାଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ମାମଲାକୁ ସରକାରଙ୍କ ପକ୍ଷରୁ ପିପି ସବିତା କୁମାରୀ ପଣ୍ଡା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri