ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ

ବାରିପଦା ଅଫିସ,୨୬।୧୨: ମୟୂରଭଞ୍ଜ ଅତିରିକ୍ତ ଜିଲା ଓ ଦୌରା ଜଜ(୨) କୋର୍ଟରେ ସୋମବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଜଜ ଡ.ଦୀପକ ରଞ୍ଜନ ସାହୁ ଏହାର ବିଚାର କରି ଅଭିଯୁକ୍ତଙ୍କୁୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡାଦେଶ ଶୁଣାଣି କରିଛନ୍ତି। ଏଥି ସହିତ ୧୫ହଜାର ଟଙ୍କା ଜରିମାନା ଅନାଦେୟ ଅଧିକ ୭ମାସ ଜେଲ ଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ଚାନ୍ଦୁଆ ଥାନା ଅନ୍ତର୍ଗତ ବାଘୁଆସୋଲ ଗ୍ରାମର ମୋହନ ମାରାଣ୍ଡି(୫୨)।

ସୂଚନା ଅନୁଯାୟୀ, ୧୫ ଜୁନ୍‌ ୨୦୨୧ ଅପରାହ୍ନରେ ମୋହନ ଓ ତାଙ୍କ ସ୍ତ୍ରୀ ଲକ୍ଷ୍ମୀଙ୍କ ସହ ବଚସା ଆରମ୍ଭ ହୋଇଥିଲା। ଏଥିରେ ଉତ୍ୟକ୍ତ ହୋଇ ମୋହନ ଏକ ବାଉଁଶ ବାଡିରେ ଲକ୍ଷ୍ମୀଙ୍କ ମୁଣ୍ଡକୁ ଆଘାତ ଦେଇଥିଲେ। ଏଥିରେ ଲକ୍ଷ୍ମୀ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ତେବେ ଚିକିତ୍ସାଧୀନ ଅବସ୍ଥାରେ ଲକ୍ଷ୍ମୀଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣାକୁ ନେଇ ଲକ୍ଷ୍ମୀଙ୍କ ଭାଇ ବିପିନ ହାନ୍ସଦା (୪୯) ୧୬ ଜୁନ୍‌ ୨୦୨୧ରେ ଚାନ୍ଦୁଆ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏହାକୁ ନେଇ ପୋଲିସ କେସ୍‌ ନଂ ୫୮/୨୧ରେ ହତ୍ୟା ମାମଲା ରୁଜୁୁ କରିବା ସହ ତଦନ୍ତ ଆରମ୍ଭ କରିଥିଲା। ଏଥି ସହିତ ଅଭିଯୁକ୍ତ ସ୍ବାମୀଙ୍କୁୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା। ମାମଲାର ବିଚାର ସମୟରେ ୧୭ଜଣ ସାକ୍ଷୀଙ୍କ ବୟାନ, ତଦନ୍ତ ଓ ଡାକ୍ତରୀ ରିପୋର୍ଟକୁ ଭିତ୍ତି କରି ବିଚାରପତି ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri