ମହିଳାଙ୍କୁ ହତ୍ୟା ପରେ ସ୍ବାମୀଙ୍କୁ କିଲରଙ୍କ ଭିଡ଼ିଓ କଲ୍‌

ଭୁବନେଶ୍ୱର,୬।୭(ବ୍ୟୁରୋ): ରାଜଧାନୀର ଏୟାର ଫିଲ୍ଡ ଥାନା ଅନ୍ତର୍ଗତ ଭୀମଟାଙ୍ଗି ଅଞ୍ଚଳରେ ରବିବାର ଜଣେ ମହିଳାଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। ମହିଳାଙ୍କ ସ୍ବାମୀ ଘରେ ନ ଥିବା ବେଳେ ଘଟିଛି ହତ୍ୟାକାଣ୍ଡ। ଅଭିଯୁକ୍ତ ଜଣକ ମହିଳାଙ୍କ ବେକ କାଟି ହତ୍ୟା କରିବା ସହ ନିଜେ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଛନ୍ତି। ଖବର ପାଇ ଏୟାରଫିଲ୍ଡ ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ରକ୍ତ ଜୁଡୁବୁଡୁ ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର କରିଥିବା ବେଳେ ହତ୍ୟା କରିଥିବା ଅଭିଯୁକ୍ତଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ପାଇଁ କ୍ୟାପିଟାଲ୍‌ ହସ୍ପିଟାଲ୍‌ ପଠାଇଛି। ମୃତ ମହିଳା ଜଣକ ଯାଜପୁର ଜିଲାର ପ୍ରିୟଙ୍କା ପ୍ରିୟଦର୍ଶିନୀ ସାହୁ ଓରଫ ରିଙ୍କି(୨୬)। ହତ୍ୟା କରିଥିବା ଅଭିଯୁକ୍ତ ଜଣକ ହେଲେ ଯାଜପୁର ଜିଲା ବଡ଼ ମଙ୍ଗଳପୁରର ଜଗନ୍ନାଥ ପ୍ରଧାନ ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଅଭିଯୁକ୍ତ ଜଗନ୍ନାଥଙ୍କ ସ୍ବାସ୍ଥ୍ୟାବସ୍ତାରେ ଉନ୍ନତି ଘଟିବା ପରେ ତାଙ୍କୁ ପୋଲିସ ପଚରାଉଚରା କରିଥିଲା। ସେ ପୂର୍ବ ତିକ୍ତତାରୁ ମହିଳାଙ୍କୁ ହତ୍ୟା କରିଥିବା ପୋଲିସ ଆଗରେ କହିଛନ୍ତି ବୋଲି ଡିସିପି ଉମାଶଙ୍କର ଦାଶ କହିଛନ୍ତି। ତେବେ ଘଟଣାଟି ସମ୍ବେଦନଶୀଳ ଓ ତଦନ୍ତ ଚାଲୁଥିବାରୁ ମୃତ ମହିଳାଙ୍କର ଅଭିଯୁକ୍ତଙ୍କ ସହ କିଭଳି ସମ୍ପର୍କ ଥିଲା, କେଉଁ କାରଣରୁ ତିକ୍ତତା ସୃଷ୍ଟି ହୋଇଥିଲା ସେ ନେଇ କିଛି କହିବାକୁ ଡିସିପି ମନା କରିଦେଇଥିଲେ। ଏୟାର ଫିଲ୍ଡ ଥାନା ପକ୍ଷରୁ ଏକ ହତ୍ୟା ମାମଲ ରୁଜୁ କରାଯାଇ ଘଟଣାଟିର ଅଧିକ ତଦନ୍ତ କରାଯାଉଛି।

ସୂଚନା ଯୋଗ୍ୟ, ଇର୍ଷାରେ ଜଳୁଥିବା ଜଗନ୍ନାଥ ଏକ ଧାରୁଆ ଛୁରୀରେ ପ୍ରିୟଙ୍କାଙ୍କ ବେକକୁ କାଟି ଅତି ନିର୍ମମ ଭାବେ ହତ୍ୟା କରିଥିଲେ। ପରେ ସେ ମୃତଦେହ ପାଖରେ ବସି ତାଙ୍କ ସ୍ବାମୀ ରାକେଶଙ୍କୁ ହ୍ବାଟସ୍‌ଆପରେ ଭିଡ଼ିଓ କଲ୍‌ କରିଥିଲେ। ରାକେଶ ଅଫିସରେ ଥିବାରୁ କୌଣସି କାରଣରୁ କଲ୍‌ ଉଠାଇ ନ ଥିଲେ। ଫଳରେ ଅଭିଯୁକ୍ତ ଜଗନ୍ନାଥ ପ୍ରିୟଙ୍କାଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହର ଫଟୋ ଉଠାଇ ରାକେଶଙ୍କୁ ପଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri