ପ୍ରେମ କରିବାରୁ ଝିଅକୁ ହତ୍ୟା

ବାଲେଶ୍ୱର ଅଫିସ,୨୯ା୬: ପ୍ରେମ ନ କରିବାକୁ ନାବାଳିକା ଝିଅକୁ ବାରମ୍ବାର ବାରଣ କରିବା ପରେ ବି ମାନିଲାନି। ଶେଷରେ ଅତିଷ୍ଠ ହୋଇ ଝିଅକୁ ତଣ୍ଟିଚିପି ହତ୍ୟା କଲେ ବୋଲି ଜଣେ ମା’ ମଙ୍ଗଳବାର ସନ୍ଧ୍ୟାରେ ବାଲେଶ୍ୱର ଟାଉନ ଥାନାରେ ଆତ୍ମସମର୍ପଣ କରି ଏଭଳି ଚାଞ୍ଚଲ୍ୟକର ବୟାନ ଦେଇଥିବା ବିଶେଷସୂତ୍ରରୁ ଜାଣିବାକୁ ମିଳିଛି। ଉକ୍ତ ମହିଳାଙ୍କୁ ପୋଲିସ ଥାନାରେ ଅଟକ ରଖି ପଚରାଉଚରା ଜାରି ରଖିଥିବାବେଳେ ଏନେଇ ଟାଉନ ଥାନା ଅଧିକାରୀ କିଛି କହିବାକୁ ମନା କରିଦେଇଛନ୍ତି। ଏଭଳି ଘଟଣା ଜଣାପଡ଼ିବା ପରେ ବାଲେଶ୍ୱର ଟାଉନ ଥାନା ପୁଲବଜାର ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି।
ମିଳିଥିବା ସୂଚନା ଅନୁସାରେ ପୁଲବଜାର ଅଞ୍ଚଳର ବେବି ବିବିଙ୍କ ୧୫ବର୍ଷୀୟା ଝିଅ ଜଣେ ପୁଅକୁ ଭଲ ପାଉଥିଲେ। ଏକଥା ଜାଣିବା ପରେ ଉଭୟ ମା’ବାପା ଝିଅକୁ ତାଗିଦ୍‌ କରିଥିଲେ। ଏହାକୁ ନେଇ ଘରେ ବିଭିନ୍ନ ସମୟରେ ଅଶାନ୍ତି ମଧ୍ୟ ଦେଖାଦେଉଥିଲା। ମା’ବାପାଙ୍କ ବାରଣକୁ ଖାତିର ନ କରିବାରୁ ଅତିଷ୍ଠ ହୋଇ ମା’ ଗତ ୨୫ତାରିଖ ଶନିବାର ରାତିରେ ଝିଅ ଶୋଇଥିବାବେଳେ ତା’ର ତଣ୍ଟି ଚିପି ହତ୍ୟା କରିଥିଲେ। ଝିଅର ଶୋଇଥିବା ଅବସ୍ଥାରେ ମୃତ୍ୟୁ ହୋଇଥିବା କହି ରବିବାର ପୂର୍ବାହ୍ନରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ବ୍ୟବଚ୍ଛେଦ କରାଯିବା ସହ ହସ୍ପିଟାଲ ଫାଣ୍ଡିରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଥିଲା। ଇତିମଧ୍ୟରେ ବ୍ୟବଚ୍ଛେଦ ରିପୋର୍ଟ ସାର୍ବଜନୀନ ହୋଇ ନ ଥିବାବେଳେ ମା’ ବେବି ବିବି ଥାନାରେ ଆତ୍ମସମର୍ପଣ କରି ଝିଅକୁ ତଣ୍ଟି ଚିପି ହତ୍ୟା ସମ୍ପର୍କରେ ସ୍ବୀକାର କରିଥିବା ଜଣାପଡ଼ିଛି। ବେବିଙ୍କ ବୟାନକୁ ଆଧାର କରି ପୋଲିସ ତାଙ୍କୁ ଥାନାରେ ଅଟକ ରଖି ଅଧିକ ପଚରାଉଚରା କରୁଥିଲେ ସୁଦ୍ଧା ଥାନା ଅଧିକାରୀ ଗୋପାଳ କରଣ କୌଣସି ସୂଚନା ଦେଉ ନାହାନ୍ତି। ଏପରି କି ଘଟଣା ସମ୍ପର୍କରେ ଜାଣିବା ପାଇଁ ଏସ୍‌ପି ସୁଧାଂଶୁ ଶେଖର ମିଶ୍ରଙ୍କୁ ମୋବାଇଲ ନମ୍ବର ୯୪୩୮୯୧୬୩୪୦ରେ ମଙ୍ଗଳବାର ରାତି ୯ଟା ୧୦ରେ ଯୋଗାଯୋଗ କରାଯାଇଥିଲେ ସେ ମଧ୍ୟ ଫୋନ୍‌ ଉଠାଇ ନ ଥିଲେ। ସୂଚନା ଯେ, ବେବି ବିବି ପୂର୍ବରୁ ଜଣଙ୍କୁ ବାହା ହୋଇଥିଲେ। ପରେ ତାଙ୍କୁ ଛାଡ଼ି ଦ୍ୱିତୀୟ ବିବାହ କରିଥିଲେ। ମୃତା ନାବାଳିକା ଜଣକ ପ୍ରଥମ ସ୍ବାମୀଙ୍କ ସନ୍ତାନ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri