Posted inଜାତୀୟ

ଯୌନ ସମ୍ପର୍କ ନ ରଖିବାରୁ ବାଳିକାଙ୍କୁ ହତ୍ୟା

ଗୁଆହାଟୀ, ୨୨ା୧୦:ଆସାମର ନଅଗାଁ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଯୌନ ସମ୍ପର୍କ ରଖିବା ପାଇଁ ମନାକରିବାରୁ ଜଣେ ୬ ବର୍ଷୀୟା ବାଳିକାଙ୍କୁ ପର୍ନ ଅଭ୍ୟସ୍ତ ୨ ନାବାଳକ ପଥରରେ ଛେଚି ହତ୍ୟା କରିଛନ୍ତି। ୧୧ ବର୍ଷୀୟ ଅଭିଯୁକ୍ତ ଦ୍ୱୟଙ୍କ ସମେତ ୮ ବର୍ଷୀୟ ଆଉ ଜଣେ ନାବାଳକଙ୍କୁ ପୋଲିସ ଗିରଫ କରିଛି। ମୁଖ୍ୟ ଅଭିଯୁକ୍ତଙ୍କ ମଧ୍ୟରୁ ଜଣଙ୍କ ମା’ବାପାଙ୍କୁ ମଧ୍ୟ ପୋଲିସ ଥାନାକୁ ନେଇଛି। ଗତ ୧୮ ତାରିଖରେ ଏହି ହତ୍ୟାକାଣ୍ଡ ଘଟିଛି। ଏକ ପଥର କଟା ମିଲ୍‌ରେ ବାଳିକା ଜଣକ ଅଚେତ ଅବସ୍ଥାରେ ମିଳିବା ପରେ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା। ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ବାଳିକା ଜଣକ ୩ ଅଭିଯୁକ୍ତଙ୍କ ପଡୋଶୀ। ଯୌନ ସମ୍ପର୍କ ରଖିବା ପାଇଁ ଜଣେ ଅଭିଯୁକ୍ତ ତାଙ୍କୁ କହିବା ପରେ ନାବାଳିକା ଜଣକ ମନା କରିବା ସହ ଘରେ କହିଦେବାକୁ ଧମକ ଦେଇଥିଲେ। ଏଥିରେ ଉତ୍ତ୍ୟକ୍ତ ହୋଇ ସେମାନେ ଏକ ପଥରରେ ଛେଚି ନାବାଳିକାଙ୍କୁ ହତ୍ୟା କରିଥିଲେ। ଜଣେ ନାବାଳକ ତାଙ୍କ ବାପାଙ୍କ ଫୋନ୍‌ରେ ଅଶ୍ଳୀଳ ଭିଡିଓ ଦେଖୁଥିଲେ ବୋଲି ବ୍ରାଉଜିଂ ହିଷ୍ଟ୍ରିରୁ ଜଣାପଡ଼ିଛି। ଉଚିତ୍‌ ମାର୍ଗଦର୍ଶନ, ସାମାଜିକ ହେବାକୁ ଶିକ୍ଷା ମିଳିଥିଲେ ଆଜି ୪ ଜୀବନ ସୁରକ୍ଷିତ ରହିଥାନ୍ତା ବୋଲି ନଅଗାଁ ଏସ୍‌ପି ଆନନ୍ଦ ମିଶ୍ର ଟୁଇଟ୍‌ କରିଛନ୍ତି। ଏପରି ଘଟଣା କାହା ସହ ବି ଘଟିପାରେ। ଯଦି ଆଗାମୀ ପିଢ଼ି ସାମାଜିକ ନୈତିକ ମାନଦଣ୍ଡ ବୁଝିବାରେ ବିଫଳ ହୁଅନ୍ତି ତେବେ ଏହା ଆମମାନଙ୍କ ଦାୟିତ୍ୱ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନଙ୍କ ବଡ଼ ପ୍ରତିଶ୍ରୁତି: ସଙ୍କଟ ସମୟରେ ଭାରତକୁ ଯୋଗାଇବ…ବିଶ୍ୱରେ ହଇଚଇ

ନୂଆଦିଲ୍ଲୀ,୨୫।୮: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ମସ୍କୋରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଜୟଶଙ୍କର ରାଷ୍ଟ୍ରପତି ପୁଟିନଙ୍କୁ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri