ବିବାହରେ ବିଫଳ ହେବାରୁ ପ୍ରେମିକାଙ୍କୁ ହତ୍ୟା

ବରଗଡ଼ ଅଫିସ, ୧୯।୩: ବରଗଡ଼ ଜିଲା ବିଜେପୁର ଥାନା ଅଧୀନ ସାଇପାଲି ଗ୍ରାମର ଏକ କୂଅ ଭିତରୁ ଶନିବାର ଜଣେ ଯୁବତୀ ପଦ୍ମିନୀ ଛତ୍ରିଆ(୨୫)ଙ୍କ ମୃତଦେହ ଉଦ୍ଧାର ହେବା ଘଟଣାର ପର୍ଦ୍ଦାଫାଶ ହୋଇଛି । ବିବାହ କରିବାରେ ବିଫଳ ହେବା ପରେ ମୃତା ଯୁବତୀଙ୍କ ହତାଶ ପ୍ରେମିକ ତଥା ଗ୍ରାମର ଚନ୍ଦ୍ରଶେଖର ସେଠ(୨୮) ତାଙ୍କୁ ହତ୍ୟା କରିବା ପରେ ମୃତଦେହକୁ କୂଅ ଭିତରକୁ ଫିଙ୍ଗିଥିବା ପୋଲିସ ଆଗରେ ସ୍ବୀକାର କରିଛନ୍ତି। ପୋଲିସ ଅଭିଯୁକ୍ତ ତନ୍ଦ୍ରଶେଖରଙ୍କୁ ଗିରଫ କରି ରବିବାର କୋର୍ଟଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ସୋହେଲା ସବ୍‌ଜେଲ ହାଜତକୁ ପଠାଇ ଦିଆଯାଇଛି। ଗିରଫ ଅଭିଯୁକ୍ତଙ୍କ ବିରୋଧରେ ବିଜେପୁର ଥାନାରେ ଦଫା ୩୬୪, ୩୦୨, ୨୦୧ ଆଇପିସିରେ ଏକ ମାମଲା (ନଂ.୫୯/୨୩) ରୁଜୁ ହୋଇଛି।
ପ୍ରକାଶ ଯେ, ପଦ୍ମିନୀ ଏବଂ ଚନ୍ଦ୍ରଶେଖରଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ରହିଥିଲା। ଇତିମଧ୍ୟରେ ପଦ୍ମିନୀଙ୍କ ବିବାହ ଅନ୍ୟତ୍ର ସ୍ଥିର ହୋଇଥିବା ବେଳେ ଗତ ୧୫ତାରିଖରୁ ପଦ୍ମିନୀ ନିଖୋଜ ହୋଇଯାଇଥିଲେ। ଚନ୍ଦ୍ରଶେଖର ତାଙ୍କୁ ଅପହରଣ କରି ନେଇଥିବା ପଦ୍ମିନୀଙ୍କ ପରିବାର ଲୋକେ ବିଜେପୁର ଥାନାରେ ଏତଲା ଦେଇଥିଲେ। ଏହାପରେ ପୋଲିସ ଉକ୍ତ ମାମଲା ରୁଜୁ କରି ଘଟଣାର ଅନୁସନ୍ଧାନ ଆରମ୍ଭ କରିବା ସହିତ ଚନ୍ଦ୍ରଶେଖରଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ପଦ୍ମିନୀଙ୍କୁ ତଣ୍ଟି ଚିପି ହତ୍ୟା କରିବା ପରେ ମୃତଦେହକୁ ଗାଁ ଉପକଣ୍ଠ ଏକ କୂଅ ଭିତରକୁ ଫିଙ୍ଗି ଦେଇଥିବା ନେଇ ଚନ୍ଦ୍ରଶେଖର ପୋଲିସ ଆଗରେ ସ୍ବୀକାର କରିବା ସହିତ ଘଟଣାସ୍ଥଳ ଦେଖାଇଥିଲେ। ଅଗ୍ନିଶମ କର୍ମଚାରୀଙ୍କ ସହାୟତାରେ ପୋଲିସ ସେଠାରୁ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ସେହିପରି ଅନୁସନ୍ଧାନୀ କୁକୁର ଘଟଣାସ୍ଥଳକୁ ପହଞ୍ଚତ୍ ଥିବାବେଳେ ସାଇଣ୍ଟିଫିକ ଟିମ୍‌ ଉପସ୍ଥିତିରେ ମୃତଦେହର ପଞ୍ଚନାମା ମଧ୍ୟ କରାଯାଇଥିଲା। ରବିବାର ଅଭିଯୁକ୍ତ ଚନ୍ଦ୍ରଶେଖରଙ୍କ ସ୍ବାସ୍ଥ୍ୟ ପରୀକ୍ଷା ପରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ବିଜେପୁର ଥାନା ଅଧିକାରୀ ସନୟ କୁମାର ନାଏକ ଏହାର ତଦନ୍ତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିୟର ବୋତଲ ପର୍ଯ୍ୟନ୍ତ ପହଞ୍ଚିଲାଣି ଯୁଦ୍ଧର ନିଆଁ, ଦେବାକୁ ପଡ଼ିପାରେ ଅଧିକ ଦେୟ

ନୂଆଦିଲ୍ଲୀ,୨୯।୩: ଗ୍ରୀଷ୍ମ ଋତୁ ଆସିଗଲାଣି। ସାଧାରଣତଃ ଗରମ ଋତୁରେ ବିୟରର ବ୍ୟବହାର ବୃଦ୍ଧି ପାଏ। ତଥାପି, ଏଥର, ଭାରତୀୟ ବିୟର ପ୍ରେମୀମାନଙ୍କୁ ଏହି ଋତୁରେ ସେମାନଙ୍କର ତୃଷା…

ମୃତ୍ୟୁ ଖବର ପାଇ ତବଲା ବାଦକଙ୍କ ଘରେ ପହଞ୍ଚିଲେ ଭାଜପା ଜିଲା ସଭାପତି

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ମାଷ୍ଟର ଲକ୍ଷ୍ମଣ କୁମାର ତରାଇଙ୍କ ବିୟୋଗ ଘଟିଛି ।  ଖବର ପାଇ ଭାଜପା…

ମଣ୍ଡିରେ ପଡିରହି ଗଜା ମାରିଲାଣି ଧାନ: ବସ୍ତା ରଖି ଚାଷୀଙ୍କ ରାଜ୍ୟ ରାଜପଥ ଅବରୋଧ

ତିହିଡି଼,୨୯।୩(ସଞ୍ଜିତ ବଳ):ମଣ୍ଡିରେ ପଡ଼ି ବର୍ଷା ଖାଇ ଧାନ ଗଜା ମାରିଲାଣି । ହେଲେ ଯୋଗାଣ ବିଭାଗ ଅଥବା ମିଲରଙ୍କ ଏଥିପ୍ରତି ଭ୍ରୁକ୍ଷେପ ନାହିଁ । ଯାହାଫଳରେ ଚାଷୀମାନେ…

ପଡ଼ିଆରେ ଏମିତି କ’ଣ କଲେ ବିରାଟ ହସ ରୋକି ପାରିଲେନି ଅନୁଷ୍କା, କ୍ୟାମେରାରେ କଏଦ ହେଲା…

ନୂଆଦିଲ୍ଲୀ,୨୯।୩: କ୍ରିକେଟ ପଡ଼ିଆରେ ବିରାଟ କୋହଲିଙ୍କ ଚପଳତା ଏବଂ ଫଇଲ୍ଡିଂ ଦକ୍ଷତାକୁ ପ୍ରାୟତଃ ମାନଦଣ୍ଡ ଭାବରେ ଉଦ୍ଧୃତ କରାଯାଏ; ତଥାପି, IPL 2026 ର ପ୍ରଥମ ମ୍ୟାଚରେ,…

ବିମାନବନ୍ଦରରେ କେମିତି ପାଇବେ ଚାକିରି? ଜାଣନ୍ତୁ କ’ଣ ପଢ଼ିଲେ ମିଳିବ ଏହି ସୁଯୋଗ, କେତେ ପାଇବେ ଦରମା…

ନୂଆଦିଲ୍ଲୀ,୨୯ା୩: ବିମାନବନ୍ଦରରେ ଚାକିରି ପାଇବା ଅନେକ ଯୁବତୀ ଯୁବକଙ୍କ ସ୍ବପ୍ନ। ବିମାନବନ୍ଦରରେ କାମ କଲେ ଅନେକ ସୁବିଧା ମିଳିଥାଏ। ଯେଉଁଥିରେ ଭଲ ଦରମା, ବୃତ୍ତିଗତ ପରିବେଶ, ସ୍ମାର୍ଟ…

ଏକାବେଳେ ତିନି ତିନି ଜଣଙ୍କୁ ଆକ୍ରମଣ କଲା ଭାଲୁ, ଜଣଙ୍କ ପରେ ଜଣଙ୍କୁ….

ଉଦଳା,୨୯।୩:(ସନ୍ତୋଷ କୁମାର ବାଛିନୀ): ସକାଳୁ ଶୌଚ ପାଇଁ  ଯାଇଥିଲେ, ହେଲେ ଅଚାନକ ଆକ୍ରମଣ କଲା ଭାଲୁ। ଭାଲୁ ଆକ୍ରମଣରେ ୩ ଗୁରୁତର ହୋଇଛନ୍ତି॥ କପ୍ତିପଦା ବନାଞ୍ଚଳ ତାଳଗଡି…

ସକାଳୁ ସକାଳୁ ଭଞ୍ଜନଗରରେ ଘଟିଛି ଏମିତି କିଛି ଅଘଟଣ: ଜଣଙ୍କୁ ହାଣିଲେ, ଆଉ ଜଣଙ୍କୁ…

ଭଞ୍ଜନଗର,୨୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ କୋକଲବା ନିକଟରେ ଜଣେ ଯୁବକଙ୍କୁ ରବିବାର ପ୍ରତ୍ୟୁଷରେ ଲୋକେ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ପାଇଁ…

ଜାଣନ୍ତି କି ପାଇପ୍‌ଲାଇନ୍‌ ଗ୍ୟାସ୍‌ କେଉଁଠାରୁ ଆସେ? କେମିତି ଆସି ସିଧାସଳଖ ପହଞ୍ଚୁଛି ରୋଷେଇ ଘରେ…

ନୂଆଦିଲ୍ଲୀ,୨୯ା୩: ଦେଶର ଲୋକମାନେ ବର୍ଦ୍ଧିତ ଗ୍ୟାସ୍‌ ଦର ଏବଂ ସିଲିଣ୍ଡର ପାଇଁ ହଇରାଣ ହରକତ ହେଉଥିବାରୁ ଏବେ PNG (ପାଇପ୍‌ ନାଚୁରାଲ୍‌ ଗ୍ୟାସ୍‌) ଆଡ଼କୁ ମୁହାଁଇଛନ୍ତି। ଆଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri