ପଥରରେ ଛେଚି ନାବାଳକଙ୍କୁ ହତ୍ୟା

ନିରାକାରପୁର, ୨।୧୦(ଡି.ଏନ୍‌.ଏ.): ନୟାଗଡ଼ ଜିଲା ରଣପୁର ଥାନା ଅଞ୍ଚଳରେ ଜଣେ ନାବାଳକଙ୍କୁ ଗୁରୁବାର ରାତିରେ ପଥରରେ ଛେଚି ହତ୍ୟା କରାଯାଇଛି। ମୃତକ ହେଲେ ଏହି ଥାନା ଅଧୀନ ବେରୁଆଁପଡ଼ା ଗ୍ରାମର ସୌମ୍ୟରଞ୍ଜନ ସାମନ୍ତରାୟ ଓରଫ ରଞ୍ଜନ(୧୭)। ଏହି ଘଟଣାରେ ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ପୋଲିସ ଶୁକ୍ରବାର ଜଣେ ଯୁବକଙ୍କୁ ଗିରଫ କରିବା ସହ ବାଇକ୍‌ ଜବତ କରିଛି। ଗିରଫ ଅଭିଯୁକ୍ତ ହେଲେ ରଣପୁର ଥାନା ଅନ୍ତର୍ଗତ ସୁଅଁାସିସାହିର ରାଜେଶ ପାଣ୍ଡି ଓରଫ ରାଜୁ(୩୦)। ଏନେଇ ଥାନାରେ ଏକ ମାମଲା (ନଂ.୨୧୯/୨୧) ରୁଜୁ ହୋଇଛି। ବ୍ୟବଚ୍ଛେଦ ପରେ ମୃତଦେହ ପରିବାରକୁ ହସ୍ତାନ୍ତର କରାଯାଇଛି। ପେଟ୍ରୋଲ ଆଣିବା ପାଇଁ ମନା କରିବାକୁ ନେଇ ଏହି ହତ୍ୟାକାଣ୍ଡ ଘଟିଛି ବୋଲି ଜଙ୍କିଆ ଥାନା ଅଧିକାରୀ ଭବାନୀ ଶଙ୍କର ଖୁଣ୍ଟିଆ କହିଛନ୍ତି।
ସୂଚନା ମୁତାବକ, ରଣପୁର ଅଞ୍ଚଳରେ ରାଜୁଙ୍କର ଏକ ବାଇକ୍‌ ଗ୍ୟାରେଜ ରହିଛି। ଏହି ଗ୍ୟାରେଜରେ ଗତ ଦେଢ଼ ମାସ ହେବ ରଞ୍ଜନ ହେଲ୍‌ପର ଭାବେ କାମ କରୁଥିଲେ। ଗୁରୁବାର ରାତିରେ ଭୋଜି ପରେ ରାଜୁଙ୍କ ବାଇକ୍‌ରେ ରଞ୍ଜନ ବୁଲୁଥିବା ବେଳେ ଗାଡ଼ିିରୁ ପେଟ୍ରୋଲ ସରିଯାଇଥିଲା। ରାଜୁ କିଛି ବାଟ ଗାଡ଼ିକୁ ଠେଲି ଠେଲି ନେଇଥିଲେ। ଏହାପରେ ପେଟ୍ରୋଲ ଆଣିବାକୁ ରଞ୍ଜନଙ୍କୁ କହିଥିଲେ। ତେବେ ସେ ପେଟ୍ରୋଲ ଆଣିବାକୁ ମନା କରିବାରୁ ରାଜୁ ଉତ୍ତ୍ୟକ୍ତ ହୋଇ ରଞ୍ଜନଙ୍କ ମୁଣ୍ଡକୁ ଏକ ପଥରରେ ଛେଚି ଦେଇଥିଲେ। ଫଳରେ ଘଟଣାସ୍ଥଳରେ ରଞ୍ଜନଙ୍କ ମୃତ୍ୟୁ ଘଟିଥିଲା। ପରେ ପ୍ରମାଣ ନଷ୍ଟ କରିବା ପାଇଁ ରାଜୁ ବାଇକ୍‌ (ନଂ. ଓଡି ୦୨ଏଏ ୮୭୯୧)ରେ ପେଟ୍ରୋଲ ଭରିବା ସହ ଏହା ପଛରେ ରଞ୍ଜନଙ୍କୁ ବାନ୍ଧି ଖୋର୍ଦ୍ଧା ଅଭିମୁଖେ ନେଉଥିଲେ। ଜଙ୍କିଆ ଥାନା ନିକଟ ଖେଳପଡ଼ିଆ ପାର୍ଶ୍ୱସ୍ଥ ୧୬ନଂ. ଜାତୀୟ ରାଜପଥରେ ବାଇକ୍‌ଟି ଗୋରୁଙ୍କୁ ଧକ୍କା ଦେବାରୁ ରଞ୍ଜନଙ୍କ ମୃତଦେହ ତଳକୁ ଖସିପଡ଼ିଥିଲା। ସ୍ଥାନୀୟ ଲୋକେ ପହଞ୍ଚି ରାଜୁଙ୍କୁ ଅଟକ ରଖିବା ସହ ପୋଲିସକୁ ଜଣାଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଖୋର୍ଦ୍ଧା ମେଡିକାଲକୁ ପଠାଇଥିଲା। ଏଥିସହ ରାଜୁଙ୍କୁ ଥାନାକୁ ଆଣି ପଚରାଉଚୁରା କରିଥିଲା। ଘଟଣା ସମ୍ପର୍କରେ ଜାଣିବା ପରେ ମୃତକଙ୍କ ପରିବାର ଲୋକଙ୍କୁ ପୋଲିସ ଖବର ଦେଇଥିଲା। ଶୁକ୍ରବାର ଖୋର୍ଦ୍ଧା ସଦର ଏସ୍‌ଡିପିଓ ସୁଶୀଲ କୁମାର ମିଶ୍ର ଥାନାରେ ପହଞ୍ଚି ଅଭିଯୁକ୍ତ ରାଜୁଙ୍କୁ ଖୋର୍ଦ୍ଧା ନେବାବେଳେ ମୃତକଙ୍କ ପରିବାର ଲୋକେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବିରେ ଅଡ଼ିବସିଥିଲେ। ଏଥିଯୋଗୁ ଉତ୍ତେଜନା ଦେଖାଦେଇଥିଲା। ଥାନା ଅଧିକାରୀ ଏବଂ ଏସ୍‌ଡିପିଓ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା। ଏନେଇ ମୃତକଙ୍କ ମା’ ଗୀତାଞ୍ଜଳି ସାମନ୍ତରାୟଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ଏକ ମାମଲା ରୁଜୁକରି ରାଜୁଙ୍କୁ ଗିରଫ କରିଥିଲା। ରାଜୁଙ୍କୁ ପଚରାଉଚରା ବେଳେ ସେ ଦୋଷ ସ୍ବୀକାର କରିଥିବା ଥାନା ଅଧିକାରୀ ଖୁଣ୍ଟିଆ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri