ଦେଡ଼ଶୁରଙ୍କ କୋଦାଳ ଚୋଟରେ ଭାଇବୋହୂ ମୃତ

ଯୋଡ଼ା/ଚମ୍ପୁଆ,୨୮ା୭(ମାନସ ମହାନ୍ତି/ମହେଶ୍ୱର ଦାଶ): କେନ୍ଦୁଝର ଜିଲା ଯୋଡ଼ା ଥାନା ବିଲେଇପଦା ଫାଣ୍ଡି ଅନ୍ତର୍ଗତ କୁଲ୍ଡୁଙ୍ଗ ଗ୍ରାମରେ ଶୁକ୍ରବାର ଏକ ହତ୍ୟାକାଣ୍ଡ ଘଟିଛି। ଜମିରେ ହିଡ଼ କଟାକୁ କେନ୍ଦ୍ରକରି ସମ୍ପର୍କୀୟ ଦେଡ଼ଶୁରଙ୍କ କୋଦାଳ ଚୋଟରେ ଭାଇ ବୋହୂଙ୍କ ମୃତ୍ୟୁ ହୋଇଛି। ମୃତକ ଦେଓଝର ପଞ୍ଚାୟତ ଅଧୀନ କୁଲ୍ଡୁଙ୍ଗ ମହାନ୍ତସାହିର ଦମୟନ୍ତୀ ମହାନ୍ତ(୪୨)। ପୋଲିସ ସୂଚନା ମୁତାବକ, ଉକ୍ତ ଗ୍ରାମର ମହେଶ୍ୱର ମହାନ୍ତ ଓ ମୋତିଲାଲ ମହାନ୍ତ ଦୁହେଁ ସମ୍ପର୍କୀୟ ଭାଇ। ମୋତିଲାଲ ଶାରୀରିକ ଅସୁସ୍ଥ ଥିବା କାରଣରୁ ତାଙ୍କ ସ୍ତ୍ରୀ ଦମୟନ୍ତୀ ବିଲକୁ କାମ କରିବାକୁ ଯାଉଥିଲେ। ତାଙ୍କ ବିଲକୁ ଲାଗି ମହେଶ୍ୱରଙ୍କ ଜମି ରହିଛି। ଶୁକ୍ରବାର ଉଭୟେ ନିଜ ନିଜ ବିଲରେ କାମ କରୁଥିଲେ। ପୂର୍ବାହ୍ନ ପ୍ରାୟ ୧୧ଟା ସମୟରେ ଜମିର ହିଡ଼ କଟାକୁ କେନ୍ଦ୍ରକରି ମହେଶ୍ୱର ଓ ଦମୟନ୍ତୀଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ମହେଶ୍ୱର କୋଦାଳରେ ଦମୟନ୍ତୀଙ୍କ ବେକକୁ ଚୋଟ ପକାଇଥିଲେ। ସ୍ଥାନୀୟ ଲୋକେ ରକ୍ତାକ୍ତ ଅବସ୍ଥାରେ ଦମୟନ୍ତୀଙ୍କୁ ଏକ ଖଣି କମ୍ପାନୀର ଆମ୍ବୁଲାନ୍ସ ଯୋଗେ ଚମ୍ପୁଆ ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଘଟଣା ପରେ ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି। ବିଲେଇପଦା ଫାଣ୍ଡି ପୋଲିସ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଥିବା ଫାଣ୍ଡି ଅଧିକାରୀ ସୁରେଶ କୁମାର ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri