ଯୌତୁକ ପାଇଁ ମହିଳାଙ୍କୁ ହତ୍ୟା

ବାଲୁଗଁା,୩ା୯(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବାଲୁଗଁା ଥାନା ଅଞ୍ଚଳରେ ଅଧିକ ଯୌତୁକ ଦାବିରେ ଜଣେ ମହିଳାଙ୍କୁ ଶ୍ୱଶୁରଘର ଲୋକେ ସଂଘବଦ୍ଧ ଭାବେ ହତ୍ୟା କରିଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ମୃତା ହେଲେ ଏହି ଥାନା ଅଧୀନ ସିଙ୍ଗେଶ୍ୱର ଅଞ୍ଚଳର ପ୍ରୀତମ ହୋତାଙ୍କ ସ୍ତ୍ରୀ ସ୍ବାଗତିକା ପଣ୍ଡା। ଏହି ଘଟଣାରେ ପୋଲିସ ମୃତାଙ୍କ ସ୍ବାମୀ ପ୍ରୀତମ ଓ ଶ୍ୱଶୁର ଅରୁଣ ହୋତାଙ୍କୁ ଗିରଫ କରି ଅଧିକ ତଦନ୍ତ ଚଳାଇଛି।
ମୁତାବକ, ପୁରୀ ଜିଲା କୃଷ୍ଣପ୍ରସାଦ ଥାନା ଅଧୀନ ମୋରଡ଼ା ଗ୍ରାମର ସ୍ବାଗତିକା ଦୁଇ ବର୍ଷ ପୂର୍ବେ ସିଙ୍ଗେଶ୍ୱର ଅଞ୍ଚଳର ପ୍ରୀତମଙ୍କୁ ବୈଦିକ ରୀତିରେ ବିବାହ କରିଥିଲେ। ବିବାହ ବେଳେ ଦାବି ମୁତାବକ ସୁନାଗହଣା, ଟଙ୍କା ଓ ଆସବାବପତ୍ର ଦିଆଯାଇଥିଲା। ତେବେ ବିବାହର ତିନିମାସ ପରେ ଅଧିକ ଯୌତୁକ ଦାବିରେ ସ୍ବାଗତିକାଙ୍କୁ ଶ୍ୱଶୁର ଘର ଲୋକେ ନିର୍ଯାତନା ଦେଇ ଆସୁଥିଲେ। ନିର୍ଯାତନା ଅସହ୍ୟ ହେବାରୁ ଘଟଣା ସମ୍ପର୍କରେ ସ୍ବାଗତିକା ବାପଘରକୁ ଜଣାଇଥିଲେ। ଗୁରୁବାର ସନ୍ଧ୍ୟାରେ ଶାଶୁଘର ଲୋକେ ମାରପିଟ୍‌ କରୁଥିବା ନେଇ ସ୍ବାଗତିକା ଫୋନରେ ଭାଇ ଗୋପାଳ କୃଷ୍ଣ ପଣ୍ଡାଙ୍କୁ ଜଣାଇଥିଲେ। କିଛି ସମୟ ପରେ ଗୋପାଳ ଫୋନରେ ସ୍ବାଗତିକାଙ୍କ ଶ୍ୱଶୁର ଘର ଲୋକଙ୍କୁ ଯୋଗାଯୋଗ କରିଥିଲେ ମଧ୍ୟ କେହି ଫୋନ ଉଠାଇ ନ ଥିଲେ। ରାତି ପ୍ରାୟ ୧୦ ଟାରେ ସ୍ବାଗତିକାଙ୍କ ମୃତ୍ୟୁ ହୋଇଥିବା ଜାଣିବାକୁ ପାଇଥିଲେ। ସଙ୍ଗେ ସଙ୍ଗେ ଗୋପାଳ ପରିବାର ଓ ସମ୍ପର୍କୀୟ ବାଲୁଗଁା ଡାକ୍ତରଖାନାରେ ପହଞ୍ଚଥିଲେ। ସ୍ବାଗତିକାଙ୍କ କାନପାର୍ଶ୍ୱ, ବେକ ଓ ପିଠିରେ କ୍ଷତ ଚିହ୍ନ ଏବଂ ମାଡ଼ ଦାଗ ଥିବା ଦେଖିବାକୁ ପାଇଥିଲେ। ଏ ନେଇ ଅଭିଯୋଗ ପରେ ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ଶୁକ୍ରବାର ସକାଳେ ବାଲୁଗଁା ଏସ୍‌ଡିପିଓ ମାନସ ରଞ୍ଜନ ବାରିକ, ଆଇଆଇସି ରଶ୍ମିରଞ୍ଜନ ଦାସ ଏବଂ ସାଇଣ୍ଟଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରିଥିଲେ। ଏ ସମ୍ପର୍କରେ ପୋଲିସ ଦଫା ୪୯୮(କ), ୩୦୨, ୩୦୪(ଖ)ରେ ଏକ ମାମଲା (ନଂ.୧୭୨/୨୨) ରୁଜୁକରି ଅଭିଯୁକ୍ତ ସ୍ବାମୀ ଓ ଶ୍ୱଶୁରଙ୍କୁ ଗିରଫ କରିଥିବା ବେଳେ ଅନ୍ୟ ଅଭିଯୁକ୍ତମାନେ ଫେରାର ଥିବା ଜଣାପଡ଼ିଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ୨୮ଦିନିଆ ନୁହେଁ ୩୦ଦିନ ରହିବ ରିଚାର୍ଜ ପ୍ଲାନ! ସରକାର ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍‌ଲୀ,୨୭।୯: ଦେଶର କୋଟି କୋଟି ମୋବାଇଲ ଉପଭୋକ୍ତାଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ଭାରତୀୟ ଟେଲିକମ ନିୟାମକ ପ୍ରାଧିକରଣ (TRAI) ନିୟମରେ ଏକ…

AIକୁ ନେଇ ବିଲ ଗେଟ୍ସଙ୍କ ଚେତାବନୀ, କହିଲେ ‘କୋଟି କୋଟି ଲୋକଙ୍କର ହେବ ମୃତ୍ୟୁ’, ଚିନ୍ତାରେ ସାରା ବିଶ୍ୱ!

ଓ୍ବାଶିଂଟନ,୨୭।୯: କୃତ୍ରିମ ବୁଦ୍ଧିମତ୍ତା (AI)ର ଦ୍ରୁତ ବୃଦ୍ଧି ପାଉଥିବା ଶକ୍ତି ଏବଂ ଏହାର ବିପଦପୂର୍ଣ୍ଣ ପରିଣାମ ସମ୍ପର୍କରେ ସାରା ବିଶ୍ୱରେ ପୁଣି ଥରେ ଏକ ବଡ଼ ବିତର୍କ…

ପିତୃ ପକ୍ଷରେ ଚମକିବ ଏହି ୫ ରାଶିର ଭାଗ୍ୟ, ଧନ ସହ ମିଳିବ କ୍ୟାରିୟରରେ ବଡ଼ ସଫଳତା

ଜ୍ୟୋତିଷୀୟ ମାନ୍ୟତା ଅନୁସାରେ, ପିତୃ ପକ୍ଷର ସମୟ ପିତୃପୁରୁଷଙ୍କ ତର୍ପଣ ଏବଂ ଶ୍ରାଦ୍ଧ ପାଇଁ ଅତ୍ୟନ୍ତ ଶୁଭ ବୋଲି ବିବେଚନା କରାଯାଏ। ପିତୃ ପକ୍ଷ ୨୬ ସେପ୍ଟେମ୍ୱରରୁ…

ନାବାଳକଙ୍କୁ ହତ୍ୟା କରି ଦୁଇ କୋଠା ମଝିରେ ଫିଙ୍ଗିଦେଲେ ଦୁର୍ବୃତ୍ତ

ସମ୍ବଲପୁର,୨୭ା୯(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଢିପାପଡ଼ା ଅଞ୍ଚଳରେ ରବିବାର ସକାଳେ ଏକ ନାବାଳିକଙ୍କ ମୃତଦେହକୁ ଠାବ କରିଛି ପୋଲିସ। ଉଦ୍ଧାର ମୃତଦେହଟି ଓ୍ବାନ୍‌ ଆର୍‌ କଲୋନୀର…

ଯାଜପୁରରୁ ଭାସି ଆସି ପଟ୍ଟାମୁଣ୍ଡାଇରୁ ଉଦ୍ଧାର ହେଲେ ବୃଦ୍ଧା, ପ୍ରବଳ ସ୍ରୋତ ସତ୍ତ୍ୱେ…

ପଟ୍ଟାମୁଣ୍ଡାଇ,୨୭ା୯(କଳ୍ପତରୁ ): କଥାରେ ଅଛି ରଖେ ହରି ତ ମାରେ କିଏ। ମୃତ୍ୟୁ ମୁଖରୁ ବର୍ତ୍ତି ଯାଇଛନ୍ତି ଜଣେ ୮୦ ବର୍ଷୀୟା ବୃଦ୍ଧା। ନଦୀର ପ୍ରଖର ସ୍ରୋତରେ…

ଗୁରୁ-ଚନ୍ଦ୍ରଙ୍କ ଯୁତିରେ ଗଜକେଶରୀ ରାଜଯୋଗ: ଅଧିକ ଫାଇଦାରେ ରହିବେ ମୀନ ରାଶି; ଆଉ ୩ ରାଶିଙ୍କୁ ଚାକିରିରେ ମିଳିବ…

ଚନ୍ଦ୍ର ୪ ଅକ୍ଟୋବର ୨୦୨୬ ସଂଧ୍ୟା ୬ଟା ୩୧ ମିନିଟରେ କର୍କଟ ରାଶିରେ ପ୍ରବେଶ କରିବେ। ଏହି ରାଶିରେ ପୂର୍ୱରୁ ହିଁ ବୃହସ୍ପତି (ଗୁରୁ) ବିରାଜମାନ ଅଛନ୍ତି।…

ମାଛ ଧରିବାକୁ ଯାଇ ନାଳରେ ବୁଡ଼ିଗଲେ ବୃଦ୍ଧ, ମୃତଦେହ ଉଦ୍ଧାର କରି…

ବାରିପଦା,୨୭ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମାଛ ଧରିବାକୁ ଯାଇ ନାଳର ଗଭୀର ପାଣିରେ ବୁଡ଼ି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାରିପଦା ସଦର ଥାନା ଅନ୍ତର୍ଗତ…

CJP ବିକ୍ଷୋଭର ଉଦାହରଣ ଦେଇ ସରକାରଙ୍କ ଉପରେ ବର୍ଷିଲେ ସୋନମ ୱାଙ୍ଗଚୁକ

ନୂଆଦିଲ୍ଲୀ,୨୭।୯: ପରିବେଶ କର୍ମୀ ସୋନମ ୱାଙ୍ଗଚୁକ ୨୦୨୫ ସେପ୍ଟେମ୍ବର ୨୪ରେ ଲଦାଖରେ ଘଟିଥିବା ହିଂସାକାଣ୍ଡ ଏବଂ ପୋଲିସ ଗୁଳିଚାଳନା ଘଟଣାର ପ୍ରଥମ ବାର୍ଷିକୀ ଅବସରରେ ଅନେକ ପ୍ରଶ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?