ପରକୀୟା ପ୍ରୀତିକୁ ବିରୋଧ କରିବାରୁ ସ୍ତ୍ରୀଙ୍କୁ ହତ୍ୟା

ପାଟକୁରା,୨୪ା୨(ଡି.ଏନ.ଏ.):କେନ୍ଦ୍ରାପଡ଼ା ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ ଅଟାବୁହା ଗ୍ରାମର ଶିକ୍ଷୟିତ୍ରୀ ରଶ୍ମିତା ସେଠୀ (୪୨)ଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦେଇ ହତ୍ୟା କରାଯାଇଛି ବୋଲି ପାଟକୁରା ଥାନାରେ ଅଭିଯୋଗ ହୋଇଛି ା ଏହି ଘଟଣାରେ ସମ୍ପୃକ୍ତ ଥିବା ଅଭିଯୋଗରେ ମୃତା ଶିକ୍ଷୟିତ୍ରୀଙ୍କ ସ୍ବାମୀ ତଥା ଉକ୍ତ ପଞ୍ଚାୟତର ବିଜେଡି ସଭାପତି ଉମାକାନ୍ତ ସେଠୀଙ୍କୁ ପୋଲିସ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି ା ତାଙ୍କ ଜାମିନ ନାମଞ୍ଜୁର ହେବାରୁ ତାଙ୍କ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି ା
ପୋଲିସର ସୂଚନା ଅନୁଯାୟୀ, ରଶ୍ମିତା ନିକଟସ୍ଥ ଚାଚାଜୀ ନୋଡ଼ାଲ ୟୁପି ସ୍କୁଲରେ ଶିକ୍ଷକତା କରନ୍ତି ା ସ୍ବାମୀ ଉମାକାନ୍ତ ପରକୀୟା ପ୍ରୀତିରେ ଲିପ୍ତ ରହିବା ଘଟଣାକୁ କେନ୍ଦ୍ରକରି ଗତ କିଛିଦିନ ତଳେ ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ ବିବାଦ ଆରମ୍ଭ ହୋଇଥିଲା ା ରଶ୍ମିତା ସ୍ବାମୀଙ୍କ ଏପରି ଗୁଣକୁ ବିରୋଧ କରିଆସୁଥିଲେ। ଏହାକୁ କେନ୍ଦ୍ରକରି ତାଙ୍କ ଝିଅକୁ ହତ୍ୟା କରାଯାଇଛି ବୋଲି ମୃତକଙ୍କ ବାବା ଅନାମ ଚରଣ ସେଠୀ ଥାନାରେ ଅଭିଯୋଗରେ କହିଛନ୍ତି ା ସେ ଦର୍ଶାଇଛନ୍ତି, ପରକୀୟା ପ୍ରୀତି ଯୋଗୁ ରଶ୍ମିତାଙ୍କୁ ଉମାକାନ୍ତ ଶାରୀରିକ ଓ ମାନସିକ ନିର୍ଯାତନା ଦେଇଆସୁଥିଲେ। ଅଧିକନ୍ତୁ ରଶ୍ମିତାଙ୍କୁ ମିଳୁଥିବା ଦରମାକୁ ଉମାକାନ୍ତ ବଳ ପୂର୍ବକ ନେଇଯାଉଥିଲେ ା ନିଜର ୨ ଝିଅଙ୍କୁ ପାଠ ପଢ଼ାଇ ଭଲ ମଣିଷ କରିବା ଲକ୍ଷ୍ୟରେ ନିର୍ଯାତନା ସହି ବି ରଶ୍ମିତା ପଡ଼ି ରହିଥିଲେ। ଏହାକୁ ନେଇ ରଶ୍ମିତାଙ୍କ ବାପା ଭାଇ ବହୁବାର ଆସି ବୁଝାସୁଝା କରୁଥିଲେ ମଧ୍ୟ ଉମାକାନ୍ତଙ୍କ କିଛି ପରିବର୍ତ୍ତନ ହେଉ ନ ଥିଲା ା ଗତ ମଙ୍ଗଳବାର ରଶ୍ମିତା ସ୍କୁଲରୁ ଫେରିବା ପରେ ପରକୀୟା ପ୍ରୀତିକୁ ନେଇ ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା ା ସନ୍ଧ୍ୟାରେ ଉମାକାନ୍ତ ଶ୍ୱଶୁର ଘରକୁ ଫୋନ୍‌ କରି ରଶ୍ମିତା କବାଟ ବନ୍ଦ କରି ଘରେ ଅଛି, କବାଟ ଖୋଲୁନାହିଁ ବୋଲି କହିଥିଲେ ା ରଶ୍ମିତାଙ୍କ ଭାଇ ଅଟାବୁହା ଗ୍ରାମରେ ପହଞ୍ଚତ୍ ଉଭଣୀଙ୍କ ମୃତ୍ୟୁ ଘଟିଥିବା ଦେଖିଥିଲେ ା ଏନେଇ ପାଟକୁରା ଥାନାରେ ଏକ ମାମଲା(ନଂ.୧୬୨/୨୩) ରୁଜୁ ହୋଇଛି ା ସାଇଣ୍ଟିଫିକ୍‌ ଟିମ ପହଞ୍ଚତ୍ ତଦନ୍ତ କରିଛନ୍ତି ା ମୃତଦେହକୁ ପୋଲିସ ଜବତ କରି ବ୍ୟବଚ୍ଛେଦ ପାଇଁ କେନ୍ଦ୍ରାପଡ଼ା ପଠାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri