ପଥରରେ ଛେଚି ମହିଳାଙ୍କୁ ହତ୍ୟା

ଫୁଲନଖରା,୫।୪:(ଡି.ଏନ୍‌.ଏ.): କଟକ ସଦର ଥାନା ଅଧୀନ ଅରିଲୋ ମେଳନ ପଡ଼ିଆରୁ ପୋଲିସ ଜଣେ ମହିଳାଙ୍କ ମୃତଦେହ ଜବତ କରିଛି। ସେ ହେଲେ ଅରିଲୋ ଗ୍ରାମର ହେମଲତା ପାଣିଗ୍ରାହୀ(୫୧)।

ମିଳିଥିବା ସୂଚନା ମୁତାବକ, ହେମଳତାଙ୍କ ସ୍ବମୀ ଭୀମସେନ ପାଣିଗ୍ରାହୀ ଓ ପୁଅ ବିକାଶ ପରିବା ବ୍ୟବସାୟ କରି ସୋମବାର ବିଳମ୍ବିତ ରାତିରେ ଘରକୁ ଫେରିଥିଲେ। ହେମଲତା ଘରେ ନ ଥିବାରୁ ଖୋଜା ଖୋଜି କରିଥିଲେ। ପରେ ଘର ନିକଟସ୍ଥ ମେଳନ ପଡ଼ିଆର ଏକ ବୁଦା ମୂଳେ ହେମଲତାଙ୍କ ମୃତଦେହ ପଡିଥିବା ଦେଖିବାକୁ ପାଇଥିଲେ। ମା’ଙ୍କୁ କେହି ହତ୍ୟା କରିଥିବା ନେଇ ପୁଅ ବିକାଶ ଥାନାରେ ଏକ ଅଭିଯୋଗ କରିଛନ୍ତି ।

ଖବର ପାଇ ସଦରଥାନା ଆଇଆଇସି ସୁଧାଂଶୁ ଭୂଷଣ, ଜୋନ-୪ ଏସିପି ଚନ୍ଦନ ଘଡେଇ, ଏସ୍‌ଆଇ ବବିତା ସାହୁ, ମୁରଲୀଧର ସାହୁ, ହରିଶଙ୍କର ଭୋଇ ଏବଂ ସାଇଣ୍ଟିଫିକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଥିଲେ। ପୋଲିସ ମୃତଦେହ ଜବବ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ପୋଲିସ ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ସନ୍ଦେହରେ ୩ ଜଣକୁ ଅଟକ ରଖି ପଚରାଉଚରା ଚଳାଇଛି। ପ୍ରାଥମିକ ତଦନ୍ତରୁ ମହିଳାଙ୍କୁ ପଥରେ ଛେଚି ହତ୍ୟା କରାଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

Mahashivratri 2026: ଜାଗରରେ ମଙ୍ଗଳଙ୍କ ମହାପରିବର୍ତ୍ତନ, ଏହି ୩ରାଶିର ବାଜିବ ଲଟେରୀ!

ମହାଶିବରାତ୍ରି ପର୍ୱକୁ ଭଗବାନ ଶିବଙ୍କ ପୂଜା ଏବଂ ଭକ୍ତିର ସର୍ୱୋତ୍ତମ ଉତ୍ସବ ଭାବରେ ବିବେଚନା କରାଯାଏ। ଏହି ବର୍ଷ ମହାଶିବରାତ୍ରିକୁ ବହୁତ ସ୍ୱତନ୍ତ୍ର ଭାବରେ ବିବେଚନା କରାଯାଏ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

India vs Pakistan: ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ ସବୁଠୁ ବଡ଼ ଭବିଷ୍ୟବାଣୀ! ଜିତିବ ଏହି ଟିମ୍‌ …

କଲମ୍ୱୋ,୧୫ା୨: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ ୨୦୨୬ର ସବୁଠୁ ହାଇ ଭୋଲଟେଜ୍ ମୁକାବିଲା ଆସନ୍ତାକାଲି ଖେଳାଯିବ । ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀଙ୍କ ମଧ୍ୟରେ ଘମାଘୋଟ୍‌ ଲଢେଇ ହେବାକୁ ଯାଉଛି…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri