ପଥରରେ ଛେଚି ଯୁବକଙ୍କୁ ହତ୍ୟା, ଜଣେ ଅଟକ

କେନ୍ଦୁଝର,(ସ୍ବ.ପ୍ର.): ସଦର ଥାନା ବଂଶପାଳ ବ୍ଲକ ଅନ୍ତର୍ଗତ ଫୁଲଝର ଗ୍ରାମ ନିକଟରେ ଜଣେ ଯୁବକଙ୍କୁ ପଥର ଛେଚି ହତ୍ୟା ଘଟଣା ଚାଞ୍ଚଲ୍ୟ ଖେଳିଯାଇଛି। ଯୁବକ ଜଣଙ୍କ କୁଶକଳା ଗ୍ରାମର ତରଣିସେନ ଖଟୁଆ ବୋଲି ଜଣାପଡିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ଏହି ଘଟଣାରେ ପୋଲିସ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।