ମହିଳାଙ୍କ ସହ ସମ୍ପର୍କକୁ ନେଇ ଯୁବକଙ୍କୁ ହତ୍ୟା

ବୌଦ୍ଧ,୫ା୬: ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଅଧୀନ ସରସରା ଗ୍ରାମ ନିକଟରେ ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଛି । ମୃତକ ହେଲେ ସରସରା ଗ୍ରାମର ଅନ୍ତର୍ଯ୍ୟାମୀ ସ୍ବାଇଁ (୩୨) । ଅନୈତିକ ସମ୍ପର୍କକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଛି।
ପ୍ରକାଶ ଯେ, ଅନ୍ତର୍ଯ୍ୟାମୀଙ୍କ ଜଣେ ବିବାହିତା ମହିଳାଙ୍କ ସହ ସମ୍ପର୍କ ରହିଥିଲା। ଏପରିକି ଗତ କିଛି ମାସ ତଳେ ଦୁହେଁ ଫେରାର ହୋଇଯାଇଥିଲେ। ଏହାକୁ ନେଇ ମହିଳାଙ୍କ ପରିବାର ଓ ଅନ୍ତର୍ଯ୍ୟାମୀଙ୍କ ମଧ୍ୟରେ ବିବାଦ ଲାଗି ରହିଥିଲା । ଏପରି କି ଗାଁକୁ ଫେରିଲେ ଅନ୍ତର୍ଯ୍ୟାମୀଙ୍କୁ ହତ୍ୟା କରାଯିବ ବୋଲି ଧମକ ଦିଆଯାଇଥିଲା। ଶୁକ୍ରବାର ଅନ୍ତର୍ଯ୍ୟାମୀ ଗାଁକୁ ଫେରିଥିବା ବେଳେ ଅଭିଯୁକ୍ତମାନେ ତାଙ୍କୁ ହତ୍ୟା କରିବାକୁ ଯୋଜନା କରିଥିଲେ। ଏ ସମ୍ପର୍କରେ ଜାଣି ପାରି ସମ୍ପୃକ୍ତ ମହିଳା ଜଣକ ବୌଦ୍ଧ ଆଦର୍ଶ ଥାନାରେ ଅଭିଯୋଗ କରିଥିଲେ। ଏହାସତ୍ତ୍ୱେ ମହିଳାଙ୍କ ସମ୍ପର୍କୀୟମାନେ ଶୁକ୍ରବାର ତାଙ୍କୁ ଅପହରଣ କରି ନେଇ ଧାରୁଆ ଅସ୍ତ୍ର ଓ ପଥରରେ ଛେଚି ହତ୍ୟା କରିବା ପରେ ରାତିରେ ସରସରା ରାଧା ବାହାଲି ସେତୁ ନିକଟ ରାସ୍ତା କଡରେ ଫିଙ୍ଗି ଦେଇଥିଲେ। ଶନିବାର ସକାଳେ ଗାଁ ଲୋକ ମୃତଦେହ ପଡିଥିବା ଦେଖି ପୋଲିସକୁ ଖବର ଦେଇଥିଲେ। ବୌଦ୍ଧ ଟାଉନ ଥାନା ଅଧିକାରୀ ଓ କର୍ମଚାରୀ ପହଞ୍ଚତ୍ ମୃତଦେହ ଜବତ କରିଥିଲେ। ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ତଦନ୍ତ ଘଟଣାର ତଦନ୍ତ ଚାଳିଥିବା ଥାନା ଅଧିକାରୀ ତପସ୍ବିନୀ କଁହର ପ୍ରକାଶ କରିଛନ୍ତି । ଅଭିଯୁକ୍ତମାନେ ଫେରାର ହୋଇଯାଇଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?