ତ୍ରିକୋଣୀୟ ପ୍ରେମରୁ ଯୁବକଙ୍କୁ ହତ୍ୟା

ଭବାନୀପାଟଣା,୨୬।୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅଞ୍ଚଳରେ ତ୍ରିକୋଣୀୟ ପ୍ରେମରୁ କଲେଜ ଛାତ୍ର ଦିଲୀପ ବାଗ (୧୭) ହତ୍ୟା ଘଟଣାରେ ପୋଲିସ ୪ଜଣଙ୍କୁ ଗିରଫ କରିଛି। ୩ ଅଭିଯୁକ୍ତ ମୋହନ ମାଝି, ଅବତାର ମାଝି, ଚନ୍ଦ୍ର ମାଝିଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ନାବାଳକଙ୍କୁ ଜୁଭେନାଇଲ ଜଷ୍ଟିସ ବୋର୍ଡରେ ହାଜର କରାଯାଇଛି। ତ୍ରିକୋଣୀୟ ପ୍ରେମରୁ ଯୁବକଙ୍କୁ ହତ୍ୟା କରାଯାଇଛି ବୋଲି ଥାନାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଜୟପାଟଣା ଆଇଆଇସି ବାସୁଦେବ ଛତ୍ରିଆ ସୂଚନା ଦେଇଛନ୍ତି। ଗତ ୧୯ ତାରିଖରେ ପୋଲୋକାମୁଣ୍ଡା ଗ୍ରାମର କଲେଜ ଛାତ୍ର ଦିଲୀପ ନିଖୋଜ ଥିବା ତାଙ୍କ ବାପା ଧୋବା ବାଗ ଥାନାରେ ଅଭିଯୋଗ କରିଥିଲେ। ଗତ ୨୧ରେ କାଦୋପଦର ହାତୀନଦୀ ଘାଟ ନିକଟରେ ଦିଲୀପଙ୍କ ମୃତଦେହ ଜବତ କରାଯାଇଥିଲା। ଦିଲୀପଙ୍କ ପରିବାର ଲୋକଙ୍କ ଅଭିଯୋଗ କ୍ରମେ ପୋଲିସ ତଦନ୍ତ କରି ଅଭିଯୁକ୍ତମାନଙ୍କୁ ଅଟକ ରଖି ପଚାରାଉଚରା କରିଥିଲା। ତଦନ୍ତ ପରେ ତ୍ରିକୋଣୀୟ ପ୍ରେମ ସମ୍ପର୍କରୁ ଦିଲୀପଙ୍କ ହତ୍ୟା ହୋଇଥିବା ଜଣାପଡିଥିଲା। ଜଣେ ଝିଅଙ୍କୁ ଦିଲୀପ ଓ ମୋହନ ଭଲ ପାଉଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ଝଗଡା ହୋଇଥିଲା। ଗତ ୧୮ ତାରିଖରେ ଏହା ହତ୍ୟାର ରୂପ ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ମଧ୍ୟରେ ହୋଇଗଲା ଡିଲ? କାମ ଦେଲା କି ପାକିସ୍ତାନର ମଧ୍ୟସ୍ଥତା?

ତେହରାନ୍‌,୩୦।୩: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦ ଯୋଗୁ, ହର୍ମୁଜ ପ୍ରଣାଳୀ ବନ୍ଦ ରହିଛି, ଯାହା ସିଧାସଳଖ ସାମୁଦ୍ରିକ ଯାତାୟାତକୁ ପ୍ରଭାବିତ କରୁଛି। ଏହି ପରିସ୍ଥିତି ମଧ୍ୟରେ,…

ଆଜି ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ, ଦଳର ବରିଷ୍ଠ ନେତା କରୁଛନ୍ତି ଘନଘନ ବୈଠକ

ପାଟ୍‌ନା,୩୦ା୩: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ବିଧାନସଭା ପରିଷଦରୁ ଇସ୍ତଫା ଦେବାର ସମ୍ଭାବନାକୁ ନେଇ ସୋମବାର ରାଜନୈତିକ ବାତାବରଣ ବେଶ୍‌ ସରଗରମ ରହିଛି। ଦଳର ବରିଷ୍ଠ…

ଟ୍ରମ୍ପଙ୍କ ମନ୍ତବ୍ୟ ପରେ, ନୂଆ ବୟାନ ଜାରି କଲେ ମୋଜତାବା ଖାମେନେଇ; ଜାଣନ୍ତୁ ସେ କାହାକୁ ଦେଲେ ଧନ୍ୟବାଦ

ତେହରାନ୍‌,୩୦।୩: ଏକ ଲିଖିତ ବାର୍ତ୍ତାରେ, ଇରାନର ନୂଆ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ, ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧରେ ସମର୍ଥନ ପାଇଁ ଇରାକର ଜନସାଧାରଣଙ୍କ ପ୍ରତି…

ଧାନ ସଂଗ୍ରହ କଣ୍ଟକୁ ଦିନେ, ଜିଦିରେ ଅଟଳ ଚାଷୀ

ବାହାନଗା/ତିହିଡ଼ି/ ଭଣ୍ଡାରିପୋଖରୀ, ୩୦ା୩ (ଅରୂପ କୁମାର ଦାସ/ସଞ୍ଜିତ ବଳ/ ରାଜେନ୍ଦ୍ର ଶତପଥୀ ): ବାଲେଶ୍ୱର ଜିଲା ବାହାନଗା ବ୍ଲକ୍‌ ଖନ୍ତାପଡ଼ାଠାରେ ଚାଷୀ ଅସନ୍ତୋଷ ଦେଖିବାକୁ ମିଳିଛି। ଟୋକନ…

ଏଇ ଭାରତରେ

ଦିଲ୍ଲୀ-ଏନ୍‌ସିଆର, ଉତ୍ତରପ୍ରଦେଶ, ହରିୟାଣା ଏବଂ ଗୁଜରାଟର ୨୦ଟି ସରକାରୀ ଓ ୮ଟି ଘରୋଇ ସ୍କୁଲରେ ପିଲାମାନେ ଚାଷକରି ପରିବା ଉତ୍ପାଦନ କରିବାକୁ ସକ୍ଷମ ହୋଇପାରିଛନ୍ତି। ଏହା ସମ୍ଭବ…

‘ପାକିସ୍ତାନ ଉପରେ ଆମେରିକା-ଇରାନର ଭରସା…,’ ବିବାଦ ମଧ୍ୟରେ ପାକିସ୍ତାନର ଆଶ୍ଚର୍ଯ୍ୟଜନକ ଦାବି

ଇସଲାମାବାଦ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ପାକିସ୍ତାନ କହିଛି ଯେ ଆମେରିକା ଏବଂ ଇରାନ ଉଭୟ ମଧ୍ୟସ୍ଥତା ଭାବରେ ଏହାର ଭୂମିକା ଉପରେ ବିଶ୍ୱାସ ପ୍ରକାଶ କରିଛନ୍ତି।…

ସନ୍ଧିକ୍ଷଣରେ ସବୁଜିମା ସ୍ବାସ୍ଥ୍ୟ

ର୍ତ୍ତମାନ ସମୟର ସବୁଠାରୁ ଉଦ୍‌ବେଗଜନକ ଚିତ୍ରଟି ଜାତିସଂଘର ଜିଏଫ୍‌ଆର୍‌ଏ ରିପୋର୍ଟରୁ ଜଣାପଡ଼ିଛି, ତାହା ହେଉଛି ଆମ ପୃଥିବୀର ବିଶେଷକରି ଜଙ୍ଗଲର ସ୍ବାସ୍ଥ୍ୟ ଓ ସ୍ଥିତି ଭଲ ନାହିଁ।…

ଆମେରିକାର ବିଶ୍ୱ ଅଭିଯାନ

ଚଳିତ ବର୍ଷ ଫେବୃଆରୀ ୨୮ରେ ଆମେରିକା ଓ ଇସ୍ରାଏଲ ଯୋଡ଼ି ଅଚାନକ ଇରାନ୍‌ ଉପରେ ବୋମାବର୍ଷଣ କରି ଇରାନର ଶୀର୍ଷନେତା ଆୟାତୋଲ୍ଲା ଖାମନେଇ ଓ ତାଙ୍କ ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri