ରାସ୍ତାରେ ପିଟି ବୃଦ୍ଧଙ୍କୁ ହତ୍ୟା

କୋରାପୁଟ/ଲକ୍ଷ୍ମୀପୁର,୭।୮(ସ୍ବ.ପ୍ର./ଡି.ଏନ୍‌.ଏ.): ଜଣେ ବୃଦ୍ଧଙ୍କୁ ଗାଁ ଦାଣ୍ଡରେ ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ପିଟିପିଟି ହତ୍ୟା କରାଯାଇଛି। ପୁଅ ଏବଂ ବୋହୂ ଏବଂ ସାନଭାଇ ମିଶି ଏହି କାଣ୍ଡ ଘଟାଇଛନ୍ତି। ଘଟଣା ପରେ ମୃତଦେହ ନେଇ ସତ୍କାର କରି ଦେଇଛନ୍ତି। ଗାଁ ଲୋକେ ଏହା ଦେଖି ମଧ୍ୟ ପ୍ରତିବାଦ କରିପାରି ନାହାନ୍ତିଁ। କୋରାପୁଟ ଜିଲା ଲକ୍ଷ୍ମୀପୁର ଥାନା ଅଧୀନ ଉପରକୁଟିଙ୍ଗା ଗ୍ରାମରେ ଶନିବାର ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ହେଲେ ଗାଁର କୃଷ୍ଣ ମ୍ୟାଣିଆକା। ଏହି ଘଟଣାରେ ଲକ୍ଷ୍ମୀପୁର ଥାନା ପୋଲିସ ପୁଅ, ବୋହୂ, ସାନଭାଇଙ୍କ ସମେତ ୫ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ସୂଚନାଯୋଗ୍ୟ, ଶନିବାର ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରିଥିବା ସମୟର ଏକ ଭିଡିଓ ଭାଇରାଲ ହୋଇଥିଲା। ଏହା ଜଣାପଡ଼ିବା ପରେ ପୋଲିସ ନଜି ପକ୍ଷରୁ ଏକ ମାମଲା ରୁଜୁକରି ଘଟଣାର ତଦନ୍ତ ଚଳାଇଛି। ହତ୍ୟାକାଣ୍ଡ ଶୁକ୍ରବାର ଘଟିଥିବା ବେଳେ କାରଣ ସ୍ପଷ୍ଟ ହୋଇ ନ ଥିବା ଆଇଆଇସି ଶ୍ୱେତପଦ୍ମ ସେଠ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri