ବୃଦ୍ଧାଙ୍କୁ ହତ୍ୟା କରି ସୁନା ଅଳଙ୍କାର, ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୧୧ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି କଲେଜ ଛକ ନିକଟ ଗଡ଼ସାହିରେ ଶନିବାର ବିଳମ୍ବିତ ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଜଣେ ବୃଦ୍ଧାଙ୍କୁ ଶୋଇଥିବା ଅବସ୍ଥାରେ ହତ୍ୟାକରି ଦୁର୍ବୃତ୍ତମାନେ ଲୁଟି ନେଇଛନ୍ତି ସୁନା ଅଳଙ୍କାର ଓ ନଗଦ ଟଙ୍କା। ବୃଦ୍ଧା ଜଣକ ହେଲେ ରାମେୟା ପାତ୍ରଙ୍କ ସ୍ତ୍ରୀ ଆଦି ପାତ୍ର। ସବୁଦିନ ପରି ରାତିରେ ଖାଇବା ସାରି ଘର ବାହାରେ ଥିବା ଗୁହାଳ ଘରେ ଶୋଇଥିଲେ ରାମେୟା। ଘର ଭିତରେ ଶୋଇଥିଲେ ଆଦି ପାତ୍ର। ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ବାଡ଼ିପଟ କବାଟ ଭାଙ୍ଗି ଘର ଭିତରେ ପଶିଥିଲେ। ଘର ଭିତରେ ଥିବା ସମସ୍ତ ଆସବାବପତ୍ର ଖୋଜାଖୋଜି କରି ଫିଙ୍ଗା ଫୋପଡ଼ା କରିବା ସହ ଟ୍ରଙ୍କରେ ଥିବା ପ୍ରାୟ ୫୦ ହଜାର ଟଙ୍କା ଲୁଟି ନେବା ସହ ଶୋଇଥିବା ବୃଦ୍ଧାଙ୍କୁ ମାଡ଼ି ବସି ତାଙ୍କର ମୁଣ୍ଡକୁ ଛେଚି ମାରିଦେବା ସହ ସେ ବେକରେ ପିନ୍ଧିଥିବା ସୁନା ଖାସୁ ମାଳି,କାନକୁ କୌଣସି ଧାରୁଆ ଅସ୍ତ୍ରରେ କାଟି ସୁନା କାନଫୁଲ, ନାକକୁ କାଟି ସୁନା ଦଣ୍ଡି ପ୍ରଭୃତି କାଟି ନେଇଯାଇଛନ୍ତି। ଭୋର୍‌ରେ ରାମେୟା ନିଦରୁ ଉଠି ଘର ଭିତରକୁ ଗଲା ବେଳେ ସ୍ତ୍ରୀଙ୍କ ରାକ୍ତାକ୍ତ ମୃତଦେହ ଘରେ ପଡ଼ିଥିବା ଦେଖି ସାହି ପଡ଼ୋଶୀଙ୍କୁ ଡାକ ପକାଇଥିଲେ। ଖବରପାଇ ଅପର୍ତ୍ତିିନଗର ସାହିରେ ରହୁଥିବା ପୁଅ ସାହେବ ପାତ୍ର ଘରେ ପହଞ୍ଚି ପୋଲିସକୁ ଖବର ଦେଇଥିଲେ। ଚିକିଟି ଏସ୍‌ଡିପିଓ କୃଷ୍ଣଚନ୍ଦ୍ର ଭତ୍ରା,ଦିଗପହଣ୍ଡି ଥାନା ଆଇଆଇସି ଦୀପ୍ତିରଞ୍ଜନ ବେହେରା,କେ.ନୂଆଗାଁ ଆଇଆଇସି ମୃତ୍ୟୁଞ୍ଜୟ ସ୍ବାଇଁ ଘଟଣାସ୍ଥଳରେ ପହଞ୍ଚି ସରଜମିନ ତଦନ୍ତ କରିଥିଲେ। ପରେ ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ଏବଂ ସନ୍ଧାନୀ କୁକୁର ସହାୟତାରେ ତଦନ୍ତ କରାଯାଇଥିଲା। ବୃଦ୍ଧାଙ୍କ ପୁଅ ସାହେବ ପାତ୍ରଙ୍କ ଏତଲା କ୍ରମେ କେସ ନଂ. ୩୨୪/ ୨୨ ଅନୁଯାୟୀ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନା ପଠାଯାଇଥିଲା। ସେଠାରେ ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ମୃତଦେହ ଗ୍ରାମରେ ପହଞ୍ଚିବା ପରେ ଗାଁ ଶ୍ମଶାନରେ ଅନ୍ତିମ ସଂସ୍କାର କରାଯାଇଥିବା ଜଣାପଡ଼ିଛି। ବୃଦ୍ଧାଙ୍କ ଝିଅ ଜ୍ବାଇଁ ସୁରଟରେ ରୁହନ୍ତି। ଝିଅ କିଛିଦିନ ପୂର୍ବେ ମାଆଙ୍କୁ ଟଙ୍କା ପଠାଇଥିଲେ। ସେ ତାଙ୍କ ଗାଁରେ କିଛି ବ୍ୟକ୍ତିଙ୍କୁ ସୁଧ ପାଇଁ ଟଙ୍କା ଋଣ ଦେଉଥିଲେ ବୋଲି ପୋଲିସ ପ୍ରାଥମିକ ତଦନ୍ତରୁ ସୂଚନା ପାଇଛି। ପୋଲିସ ରକ୍ତଭିଜା ଲୁଗା ଜବତ କରି ତଦନ୍ତ ଜାରି ରଖିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri