Posted inଜାତୀୟ

ଅତିକଙ୍କୁ ହତ୍ୟା ଲଜ୍ଜାଜନକ ଘଟଣା: ଗର୍ଜିଲେ ମମତା ଦିଦି…

କୋଲକାତା,୧୬।୪ : ଶନିବାର ବିଳମ୍ବିତ ରାତିରେ ଉତ୍ତରପ୍ରଦେଶର ପ୍ରୟାଗରାଜରେ ମାଫିଆ-ରାଜନେତା ଅତିକ ଅହମ୍ମଦ ଏବଂ ତାଙ୍କ ଭାଇ ଅଶରଫଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ଏହି ହତ୍ୟାକାଣ୍ଡକୁ ନେଇ ୟୁପ ଭାଜପା ସରକାର ବିରୋଧୀଙ୍କ ଟାର୍ଗେଟରେ ଅଛନ୍ତି। ଅଖିଳେଶ ଯାଦବଙ୍କ ପରେ ଆସାଦୁଦ୍ଦିନ ଓୱାଇସି ଏହାକୁ ନେଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କୁ କଡ଼ା ସମାଲୋଚନା କରିଥିଲେ। ଏବେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଧ୍ୟ ଯୋଗୀ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଏକ ଟୁଇଟ ମାଧ୍ୟମରେ ସେ ରାଜ୍ୟରେ ଅରାଜକତା ବୃଦ୍ଧି ନେଇ ଉଦବେଗ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଏହି ଘଟଣା ଉତ୍ତରପ୍ରଦେଶରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦର୍ଶାଉଛି।

ପୋଲିସ ଏବଂ ଗଣମାଧ୍ୟମର ଉପସ୍ଥିତିରେ ଏଭଳି ବେଆଇନ କାର୍ଯ୍ୟର ଆମର ସାମ୍ବିଧାନିକ ଗଣତନ୍ତ୍ରରେ ସ୍ଥାନ ନାହିଁ। ଏହା ଅତ୍ୟନ୍ତ ଲଜ୍ଜାଜନକ ଘଟଣା।

ଏହି ଘଟଣା ଶନିବାର ରାତିରେ ଉଭୟ ଭାଇଙ୍କୁ ପ୍ରୟାଗରାଜରେ ଡାକ୍ତରୀ ପରୀକ୍ଷା ପାଇଁ ନେବାବେଳେ ଘଟିଥିଲା। ଯେତେବେଳେ ଅତିକ ଅହମ୍ମଦ ଏବଂ ଅଶରଫଙ୍କୁ ହତ୍ୟା କରାଯାଇଥିଲା ସେତେବେଳେ ସେମାନେ ମିଡିଆ କ୍ୟାମେରାରେ ନିଜର ପ୍ରତିକ୍ରିୟା ପ୍ରକାଶ କରୁଥିଲେ। କିଛି ଲୋକ ପୋଲିସ ଉପସ୍ଥିତିରେ ତାଙ୍କୁ ଆକ୍ରମଣ କରିଥିଲେ। ଉଭୟଙ୍କ ହାତ ବନ୍ଧା ହୋଇଥିଲା, ଅତିକଙ୍କ ମୁଣ୍ଡରେ ଗୁଳି ବାଜିଥିଲା, ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri