Posted inଜାତୀୟ

ପାନଛେପକୁ ବିରୋଧ କରିବାରୁ ଗାଡ଼ି ମଡ଼ାଇ ହତ୍ୟା

ବାରାଣସୀ,୨୧ା୯: ପାନଛେପ ପକାଇବାକୁ ଜଣେ ୫୯ ବର୍ଷୀୟ ବ୍ୟକ୍ତି ବିରୋଧ କରିବାରୁ ଦୁର୍ବୃତ୍ତମାନେ ତାଙ୍କ ଉପରେ ଗାଡ଼ି ମଡ଼ାଇଦେଇଛନ୍ତି। ଉତ୍ତରପ୍ରଦେଶର ବାରାଣସୀ ସହର ଅନ୍ତର୍ଗତ ସିଗ୍ରାରେ ରବିବାର ରାତିରେ ଏହି ଘଟଣା ଘଟିଛି। ପୋଲିସ ୨ ଜଣଙ୍କୁ ଗିରଫ କରିବା ସହ ସେମାନଙ୍କ ବିରୋଧରେ ଆଇପିସିର ଧାରା ୨୭୯(ବେପରୁଆ ଗାଡ଼ିଚାଳନା) ଏବଂ ୩୦୪ଏ (ଦାୟିତ୍ୱହୀନତାରୁ ମୃତ୍ୟୁ)ରେ ମାମଲା ରୁଜୁ କରିଛି। ପାନଛେପକୁ ବିରୋଧ ଯୋଗୁ ଜାଣିଶୁଣି ଗାଡ଼ି ମଡ଼ାଇଦେବା ଅଭିଯୋଗକୁ କମିଶନରେଟ୍‌ ପୋଲିସ ଅସ୍ବୀକାର କରିଛି। ପୋଲିସରେ ହୋଇଥିବା ଅଭିଯୋଗ ଅନୁଯାୟୀ, ନୁଆଓ ଅଞ୍ଚଳର ଦେବକରନ ପାଣ୍ଡେ ଏବଂ ତାଙ୍କ ସମ୍ପର୍କୀୟ ରାଜେନ୍ଦ୍ର କୁମାର ପାଣ୍ଡେ ରବିବାର ରାତିରେ ଦୁଇଟି ବାଇକ୍‌ରେ ଘରକୁ ଫେରୁଥିବାବେଳେ ସିଗ୍ରା ଥାନା ଅନ୍ତର୍ଗତ ଆନ୍ଧ୍ରାପୁଲ ନିକଟରେ ଏସ୍‌ୟୁଭିରୁ ଛେପ ପକାଉଥିବା ଯାତ୍ରୀଙ୍କୁ ବିରୋଧ କରିଥିଲେ। ଏହା ପରେ ଏସ୍‌ୟୁଭି ଚାଳକ ଜାଣିଶୁଣି ଦେବକରନଙ୍କ ସ୍କୁଟିକୁ ଧକ୍କା ଦେଇଥିଲେ। ଗୁରୁତର ଦେବକରନଙ୍କୁ ହସ୍ପିଟାଲ ନିଆଯାଇଥିଲେ ହେଁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ୨ ଜଣଙ୍କୁ ଗିରଫ କରିଥିବାବେଳେ ଏସ୍‌ୟୁଭିରେ ଥିବା ଅନ୍ୟ ଦୁଇଜଣ ଫେରାର ହୋଇଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଯୁଦ୍ଧ ଭିତରେ ଆମେରିକାରେ ରାଷ୍ଟ୍ରପତି ପଦ ଛାଡିବେ ଟ୍ରମ୍ପ? ନିଜେ କହିଦେଲେ…

ଓ଼୍ବାଶିଂଟନ,୭।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଆସିଛି। ସେ ଦାବି କରିଛନ୍ତି ଯେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri