ଚୋରି ଧରାପଡ଼ିଯିବା ଭୟରେ ହତ୍ୟା

ବ୍ରହ୍ମପୁର,୧୨ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଜିଲା ପୋଲିସ ଅଧୀନ ଗୋଷାଣି ନୂଆଗାଁ ଥାନା ଅନ୍ତର୍ଗତ ବିଜିପୁର ନୀଳକଣ୍ଠନଗରରେ ଶିଶୁ ମଙ୍ଗଳ କମିଟି(ସିଡବ୍ଲୁସି) ସଦସ୍ୟା ସୌଦାମିନୀ ରଥଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ଚୋରି ଧରାପଡିଯିବା ଭୟରେ କାର୍‌ ଡ୍ରାଇଭର କଟୁରୀରେ ପିଟି ତାଙ୍କୁ ହତ୍ୟା କରିଥିବା ଜଣାପଡିଛି। ଅଭିଯୁକ୍ତ କାର୍‌ ଡ୍ରାଇଭର ସୀମାଞ୍ଚଳ ସାହୁଙ୍କୁ ପୋଲିସ ଗିରଫ କରିଛି। ଗୁରୁବାର ପୋଲିସ ଅଭିଯୁକ୍ତଙ୍କୁ ଘରକୁ ଆଣି କ୍ରାଇମ୍‌ ସିନ୍‌ ରିକ୍ରିଏସନ କରିିଛି। ସୀମାଞ୍ଚଳଙ୍କ ସ୍କୁଟି ସହ ତାଙ୍କ ପକେଟରୁ ସୌଦାମିନୀଙ୍କ ମୋବାଇଲ ଫୋନ ଓ ଘରୁ କଟୁରୀ ଜବତ କରାଯାଇଛି। ପୋଲିସ ସାଇଣ୍ଟିଫିକ ଟିମ୍‌ ସହାୟତାରେ ଘଟଣାର ତଦନ୍ତ ଆରମ୍ଭ କରିଛି।
ପ୍ରକାଶ ଯେ, ସୌଦାମିନୀ ସ୍ବେଚ୍ଛାସେବୀ ସଙ୍ଗଠନ ‘ଅରୁଣା’ର ସମ୍ପାଦିକା ଥିବା ବେଳେ ଗତ ଜୁଲାଇ ୧୨ ତାରିଖରେ ସିଡବ୍ଲ୍ୟୁସି ସଦସ୍ୟା ଭାବେ ନିଯୁକ୍ତି ପାଇଥିଲେ। ତାଙ୍କର ଏକମାତ୍ର ପୁଅ ଓ ବୋହୂ ବେଙ୍ଗାଲୁରୁରେ ରୁହନ୍ତି। ସୌଦାମିନୀ ଏକା ରହୁଥିଲେ। ଗତ ୧୦ତାରିଖରେ ସେ ୩ ଦିନିଆ ପ୍ରଶିକ୍ଷଣ ଶିବିରରେ ଯୋଗ ଦେବାକୁ ଘରେ ତାଲା ପକାଇ ଭୁବନେଶ୍ୱର ଆସିବା ବେଳେ ଗୁରୁବାର ଫେରିବେ ବୋଲି କାର ଡ୍ରାଇଭର ସୀମାଞ୍ଚଳଙ୍କୁ କହିଥିଲେ। କୌଣସି କାରଣବଶତଃ ସୌଦାମିନୀ ବୁଧବାର ରାତି ପ୍ରାୟ ସାଢେ ୧୦ଟାରେ ବ୍ରହ୍ମପୁର ଫେରି ଆସିଥିଲେ। ଘର ଭିତରେ ହଠାତ୍‌ ସୀମାଞ୍ଚଳଙ୍କୁ ଦେଖି ତାଙ୍କର ସନ୍ଦେହ ହୋଇଥିଲା। ସୌଦାମିନୀ ତାଙ୍କର ଜଣେ ସମ୍ପର୍କୀୟଙ୍କୁ ଫୋନରେ ଘଟଣା ସମ୍ପର୍କରେ କହିଥିଲେ। ସୀମାଞ୍ଚଳ ଧରାପଡିଯିବା ଭୟରେ ଏକ କଟୁରୀରେ ତାଙ୍କ ମୁଣ୍ଡକୁ ବାରମ୍ବାର ଆଘାତ କରି ଚମ୍ପଟ୍‌ ମାରିଥିଲେ। ଗୁରୁତର ଅବସ୍ଥାରେ ସୌଦାମିନୀ କାର ଡ୍ରାଇଭର ମୋତେ ମାରିଦେଲା ବୋଲି ସମ୍ପର୍କୀୟଙ୍କୁ ଚିତ୍କାର କରି ଜଣାଇଥିଲେ। ସମ୍ପର୍କୀୟମାନେ ଘରେ ପହଞ୍ଚି ସୌଦାମିନୀଙ୍କ ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ମୃତଦେହ ପଡିଥିବା ଦେଖି ଘଟଣା ସମ୍ପର୍କରେ ପୁଅ ପ୍ରବୀଣ ଓ ପୋଲିସକୁ ଜଣାଇଥିଲେ। ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ରାତିସାରା ଜଗି ରହିଥିଲା। ଗୁରୁବାର ସକାଳେ ପୁଅ ଓ ବୋହୁ ଆସିି ପହଞ୍ଚିବା ପରେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ମୃତଦେହ ପଞ୍ଚନାମା ସହ ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ବ୍ରହ୍ମପୁର ଟାଉନ ଏସଡ଼ିପିଓ ରାଜୀବ ଲୋଚନ ପଣ୍ଡା କହିଛନ୍ତି, କାର୍‌ ଡ୍ରାଇଭର ସୀମାଞ୍ଚଳ ଚୋରି କରିବା ଉଦ୍ଦେଶ୍ୟରେ ସୌଦାମିନୀଙ୍କ ଘରେ ପଶିଥିଲେ। ଧରାପଡ଼ିଯିବା ଭୟରେ ସେ ହତ୍ୟା କରିଛନ୍ତି। ସୌଦାମିନୀଙ୍କ ଭଉଣୀ ପୁଷ୍ପାଞ୍ଜଳୀ ଆଚାର୍ଯ୍ୟ ଘଟଣା ସମ୍ପର୍କରେ ଥାନାରେ ଅଭିଯୋଗ କରିଛନ୍ତି। ଏନେଇ ପୋଲିସ ଏକ ହତ୍ୟା ମାମଲା(ନଂ.୩୧୦/୨୩) ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଥିବା ଏସ୍‌ଡିପିଓ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?