ସ୍ତ୍ରୀଙ୍କ ପରକୀୟା ପ୍ରୀତିକୁ ନେଇ ସ୍ବାମୀଙ୍କୁ ହତ୍ୟା ଅଭିଯୋଗ

ମହାକାଳପଡ଼ା,୧୪ା୧୦ (ଡି.ଏନ୍‌.ଏ.): ସ୍ତ୍ରୀଙ୍କ ପରକୀୟା ପ୍ରୀତିକୁ ସନ୍ଦେହ କରିବାରୁ ସ୍ବାମୀଙ୍କୁ ହତ୍ୟା କରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ମୃତ ସ୍ବାମୀଙ୍କ ପରିବାର ଲୋକଙ୍କୁ ନ୍ୟାୟ ଦାବିରେ ମହିଳାମାନେ ଘର ସମ୍ମୁଖରେ ମୃତଦେହ ରଖି ଗୁରୁବାର ରାସ୍ତାରୋକୋ କରିଛନ୍ତି। ଏଭଳି ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଜମ୍ବୁ ସାମୁଦ୍ରିକ ଥାନା ଅଞ୍ଚଳରେ। ଜମ୍ବୁ ଗଁାର ରାମକୃଷ୍ଣ ମଣ୍ଡଳ ମନି କରଙ୍କ ଝିଅ ଝିଙ୍କିଙ୍କୁ ୨୦୧୬ରେ ପ୍ରେମ ବିବାହ କରିଥିଲେ। ଏମାନଙ୍କର ଦୁଇଟି ପିଲା ଅଛନ୍ତି। ତେବେ ଝିଙ୍କି ଫୋନରେ ଅନ୍ୟ ଜଣେ ପୁରୁଷ ବନ୍ଧୁଙ୍କ ସହ ବହୁ ସମୟରେ କଥା ହେଉଥିଲେ। ସ୍ତ୍ରୀଙ୍କ ଏପରି ବ୍ୟବହାରକୁ ନେଇ ସ୍ବାମୀଙ୍କ ସନ୍ଦେହ ସୃଷ୍ଟି ହୋଇଥିଲା। ଏହାକୁ ନେଇ ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ମନାନ୍ତର ଯୋଗୁ ଅନେକ ସମୟରେ ବିବାଦ ଲାଗି ରହୁଥିଲା। ଦୁଇଦିନ ପୂର୍ବରୁ ସ୍ବାମୀ ରାମକୃଷ୍ଣଙ୍କୁ ଶ୍ୱଶୁରଘର ଲୋକମାନେ ମାରି ପାଟିରେ ବିଷ ପିଆଇ ଦେଇ ଆତ୍ମହତ୍ୟାର ରୂପ ଦେବାକୁ ଷଡ଼ଯନ୍ତ୍ର କରିଥିବା ନେଇ ମୃତକଙ୍କ ବାପା ସୌମେନ୍ଦ୍ର ଜମ୍ବୁ ସାମୁଦ୍ରିକ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ବୋହୂଙ୍କ ଭାଇମାନେ ମୋ ପୁଅକୁ ହତ୍ୟା କରି କେଉଁ ଆଡ଼େ ଫେରାର ଅଛନ୍ତି ବୋଲି ଲିଖିତ ଅଭିଯୋଗରେ ଉଲ୍ଲେଖ ରହିଛି। ରାମକୃଷ୍ଣଙ୍କ ଘରକୁ ନ ଜଣାଇ ମୃତଦେହ ବ୍ୟବଚ୍ଛେଦ ପାଇଁ କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟକୁ ବୋହୂଙ୍କ ପରିବାର ଲୋକ ନେଇଥିବା ବାପା ସୌମେନ୍ଦ୍ର ଅଭିଯୋଗରେ ଦର୍ଶାଇଛନ୍ତି। ଏହି ଘଟଣାରେ ଆଇଆଇସି ପରେଶ କୁମାର ମହାନ୍ତିଙ୍କୁ ପଚାରିବାରେ ଅଭିଯୋଗ ମିଳିଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି। ଅପରପକ୍ଷରେ ବୁଧବାର ଅପରାହ୍ନରେ ମୃତଦେହ ବ୍ୟବଚ୍ଛେଦ କରାଯାଇଛି। ଗୁରୁବାର ମୃତଦେହକୁ ରାମକୃଷ୍ଣଙ୍କ ଘର ସମ୍ମୁଖରେ ରଖି ନ୍ୟାୟ ଦାବିରେ ସ୍ଥାନୀୟ ମହିଳା ଓ ଲୋକମାନେ ରାସ୍ତା ଅବରୋଧ କରିଛନ୍ତି। ଅଦ୍ୟାବଧି ମୃତଦେହ ଘର ସମ୍ମୁଖରେ ପଡ଼ି ରହିଛି। ରିପୋର୍ଟ ଲେଖା ହେଲା ବେଳକୁ ମହିଳାମାନେ ନ୍ୟାୟ ଦାବିରେ ଅଡ଼ି ବସିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri