ସ୍ତ୍ରୀଙ୍କ ପରକୀୟା ପ୍ରୀତିକୁ ନେଇ ସ୍ବାମୀଙ୍କୁ ହତ୍ୟା ଅଭିଯୋଗ

ମହାକାଳପଡ଼ା,୧୪ା୧୦ (ଡି.ଏନ୍‌.ଏ.): ସ୍ତ୍ରୀଙ୍କ ପରକୀୟା ପ୍ରୀତିକୁ ସନ୍ଦେହ କରିବାରୁ ସ୍ବାମୀଙ୍କୁ ହତ୍ୟା କରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ମୃତ ସ୍ବାମୀଙ୍କ ପରିବାର ଲୋକଙ୍କୁ ନ୍ୟାୟ ଦାବିରେ ମହିଳାମାନେ ଘର ସମ୍ମୁଖରେ ମୃତଦେହ ରଖି ଗୁରୁବାର ରାସ୍ତାରୋକୋ କରିଛନ୍ତି। ଏଭଳି ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଜମ୍ବୁ ସାମୁଦ୍ରିକ ଥାନା ଅଞ୍ଚଳରେ। ଜମ୍ବୁ ଗଁାର ରାମକୃଷ୍ଣ ମଣ୍ଡଳ ମନି କରଙ୍କ ଝିଅ ଝିଙ୍କିଙ୍କୁ ୨୦୧୬ରେ ପ୍ରେମ ବିବାହ କରିଥିଲେ। ଏମାନଙ୍କର ଦୁଇଟି ପିଲା ଅଛନ୍ତି। ତେବେ ଝିଙ୍କି ଫୋନରେ ଅନ୍ୟ ଜଣେ ପୁରୁଷ ବନ୍ଧୁଙ୍କ ସହ ବହୁ ସମୟରେ କଥା ହେଉଥିଲେ। ସ୍ତ୍ରୀଙ୍କ ଏପରି ବ୍ୟବହାରକୁ ନେଇ ସ୍ବାମୀଙ୍କ ସନ୍ଦେହ ସୃଷ୍ଟି ହୋଇଥିଲା। ଏହାକୁ ନେଇ ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ମନାନ୍ତର ଯୋଗୁ ଅନେକ ସମୟରେ ବିବାଦ ଲାଗି ରହୁଥିଲା। ଦୁଇଦିନ ପୂର୍ବରୁ ସ୍ବାମୀ ରାମକୃଷ୍ଣଙ୍କୁ ଶ୍ୱଶୁରଘର ଲୋକମାନେ ମାରି ପାଟିରେ ବିଷ ପିଆଇ ଦେଇ ଆତ୍ମହତ୍ୟାର ରୂପ ଦେବାକୁ ଷଡ଼ଯନ୍ତ୍ର କରିଥିବା ନେଇ ମୃତକଙ୍କ ବାପା ସୌମେନ୍ଦ୍ର ଜମ୍ବୁ ସାମୁଦ୍ରିକ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ବୋହୂଙ୍କ ଭାଇମାନେ ମୋ ପୁଅକୁ ହତ୍ୟା କରି କେଉଁ ଆଡ଼େ ଫେରାର ଅଛନ୍ତି ବୋଲି ଲିଖିତ ଅଭିଯୋଗରେ ଉଲ୍ଲେଖ ରହିଛି। ରାମକୃଷ୍ଣଙ୍କ ଘରକୁ ନ ଜଣାଇ ମୃତଦେହ ବ୍ୟବଚ୍ଛେଦ ପାଇଁ କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟକୁ ବୋହୂଙ୍କ ପରିବାର ଲୋକ ନେଇଥିବା ବାପା ସୌମେନ୍ଦ୍ର ଅଭିଯୋଗରେ ଦର୍ଶାଇଛନ୍ତି। ଏହି ଘଟଣାରେ ଆଇଆଇସି ପରେଶ କୁମାର ମହାନ୍ତିଙ୍କୁ ପଚାରିବାରେ ଅଭିଯୋଗ ମିଳିଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି। ଅପରପକ୍ଷରେ ବୁଧବାର ଅପରାହ୍ନରେ ମୃତଦେହ ବ୍ୟବଚ୍ଛେଦ କରାଯାଇଛି। ଗୁରୁବାର ମୃତଦେହକୁ ରାମକୃଷ୍ଣଙ୍କ ଘର ସମ୍ମୁଖରେ ରଖି ନ୍ୟାୟ ଦାବିରେ ସ୍ଥାନୀୟ ମହିଳା ଓ ଲୋକମାନେ ରାସ୍ତା ଅବରୋଧ କରିଛନ୍ତି। ଅଦ୍ୟାବଧି ମୃତଦେହ ଘର ସମ୍ମୁଖରେ ପଡ଼ି ରହିଛି। ରିପୋର୍ଟ ଲେଖା ହେଲା ବେଳକୁ ମହିଳାମାନେ ନ୍ୟାୟ ଦାବିରେ ଅଡ଼ି ବସିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri