ସୁପାରି ଦେଇ ସାନଭାଇଙ୍କୁ ହତ୍ୟା

ବାଲେଶ୍ୱର (ମାନସ ବିଶ୍ୱାଳ)/ ନୀଳଗିରି(ପ୍ରଶାନ୍ତ ବିଶ୍ୱାଳ), ୧୦ା୨: ପାରିବାରିକ କଳହ, ଜମି ଭାଗବଣ୍ଟା ଓ ଟଙ୍କା ଦେଣନେଣକୁ ନେଇ ସାଇଭାଇଙ୍କୁ ବଡ଼ ଭାଉଜଭାଇ ୧ଲକ୍ଷ ୪୦ହଜାର ଟଙ୍କା ସୁପାରି ଦେଇ ହତ୍ୟା କଲେ। ଏପରି କି ଘଟଣାକୁ ଲୁଚାଇବାକୁ ଦୁର୍ଘଟଣାର ରୂପ ଦେଇ ସାନଭାଇ ଏବଂ ତାଙ୍କ ସାଙ୍ଗଙ୍କ ମୃତଦେହକୁ ପୋଖରୀରେ ଫିଙ୍ଗି ଦେଲେ। ହେଲେ ଘଟଣା ଲୁଚିପାରିଲା ନାହିଁ। ନିଖୋଜର ୩ଦିନ ପରେ ବାଲେଶ୍ୱର ଜିଲା ନୀଳଗିରି ଥାନା ଅନ୍ତର୍ଗତ ମିତ୍ରପୁର ବ୍ଲ୍ୟୁ-ଲେକ୍‌ରୁ ୨ମୃତଦେହକୁ ପୋଲିସ ଉଦ୍ଧାର କରିଛି। ଏହି ଘଟଣାରେ ପୋଲିସ ମୃତକଙ୍କ ଭାଉଜଭାଇ ଏବଂ ୪ଜଣ ସୁପାରିକିଲରଙ୍କୁ ଗିରଫ କରିଛି।
ମିଳିଥିବା ସୂଚନା ଅନୁସାରେ ବାଲେଶ୍ୱର ଜିଲା ନୀଳଗିରି ଥାନା କାଂଶ ଗ୍ରାମର ଦୁଇ ସାଙ୍ଗ ଭବାନୀ ଶଙ୍କର ରାଉତ ଏବଂ ମନୋରଞ୍ଜନ ମହାପାତ୍ର ଗତ ୫ତାରିଖରୁ ନିଖୋଜ ଥିଲେ। ବ୍ଲୁ-ଲେକ୍‌ ନିକଟସ୍ଥ ଜଙ୍ଗଲରେ ୬ ତାରିଖରେ ସ୍ଥାନୀୟ ଲୋକେ ଗୋଟିଏ ମୋଟରସାଇକେଲ, ଗୋଟିଏ ପଟ ଚପଲ ଓ ପଥର ଉପରେ ରକ୍ତଛିଟା ଦେଖି କୌଣସି ଦୁର୍ଘଟଣା ଆଶଙ୍କା କରି ସ୍ଥାନୀୟ ଲୋକେ ନୀଳଗିରି ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚତ୍ ପାରିପାର୍ଶ୍ୱିକ ଅବସ୍ଥା, ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ୍‌ ଟିମ୍‌ ସହାୟତାରେ ତଦନ୍ତ ଆରମ୍ଭ କରିଥିଲା। କାଂଶ ଅଞ୍ଚଳର ଦୁଇଜଣ ଯୁବକ ନିଖୋଜ ଥିବାବେଳେ ଭବାନୀଙ୍କ ବଡ଼ ଭାଇ ବିଜୟ ନୀଳଗିରି ଥାନାରେ ତାଙ୍କ ଭାଇଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ କରିଥିଲେ। ଥାନା ପକ୍ଷରୁ ଏକ ମାମଲା (ନଂ.୩୨/୨୪) ରୁଜୁ ହୋଇ ତଦନ୍ତ ଆରମ୍ଭ ହୋଇଥିଲା। ନୀଳଗିରି ଏସ୍‌ଡିପିଓ ସରୋଜ ଉପାଧ୍ୟାୟ, ଆଇଆଇସି ଗୋପାଳ ଚନ୍ଦ୍ର କର୍ଣ୍ଣଙ୍କ ସମେତ ନୀଳଗିରି ଅଗ୍ନିଶମ ବିଭାଗ, ବାଲେଶ୍ୱରରୁ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚତ୍ ତନାଘନା ଆରମ୍ଭ କରିଥିଲେ। ଅଗ୍ନିଶମ କର୍ମଚାରୀମାନେ ଗଭୀର ଜଳରାଶିରେ ସେମାନଙ୍କୁ ଖୋଜି ଭବାନୀ ଏବଂ ମନୋରଞ୍ଜନଙ୍କ ମୃତଦେହ ଉଦ୍ଧାର କରିବାରେ ସଫଳ ହୋଇଥିଲେ। ତଦନ୍ତ ପରେ ସବୁ ଆଶଙ୍କା ଶେଷ ହୋଇଛି। ସମ୍ପତ୍ତି ଲୋଭରେ ଭବାନୀଙ୍କ ବଡ଼ ଭାଇ ଓ ଭାଉଜ ସୁପାରିକିଲର ମାଧ୍ୟମରେ ସାନ ଭାଇଙ୍କୁ ହତ୍ୟା କରିଥିଲେ। ଏପରି କି ଭବାନୀଙ୍କୁ ହତ୍ୟା ସମୟରେ ତାଙ୍କ ସାଙ୍ଗ ମନୋରଞ୍ଜନ ଉପସ୍ଥିତ ଥିବାରୁ ତାଙ୍କୁ ମଧ୍ୟ ତଣ୍ଟିଚିପି ହତ୍ୟା କରାଯାଇଥିବା ସ୍ପଷ୍ଟ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ୫ଜଣ ସୁପାରିକିଲରଙ୍କ ମଧ୍ୟରୁ ୪ଜଣ ଓ ଭବାନୀଙ୍କ ବଡ଼ଭାଇ-ଭାଉଜଙ୍କୁ ଗିରଫ କରାଯାଇଥିବା ଏସ୍‌ପି ସାଗରିକା ନାଥ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri