୧୦ ଟଙ୍କା ପାଇଁ ମା’ଙ୍କୁ ହତ୍ୟା

ଯାଜପୁର ଟାଉନ,୩ା୯(ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି)ଯାଜପୁର ଟାଉନ ଥାନା ଅନ୍ତର୍ଗତ କୁଅଁାସରପୁର ଗ୍ରାମରେ ଶନିବାର ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ଯୁବକ ମାତ୍ର ୧୦ ଟଙ୍କା ପାଇଁ ତାଙ୍କ ମା’ଙ୍କ ମୁଣ୍ଡକୁ ହେମଦସ୍ତା ପୁଆରେ ଛେଚି ହତ୍ୟା କରିଛନ୍ତି। ହତ୍ୟାର ଶିକାର ହୋଇଛନ୍ତି ଗ୍ରାମର ନରେଶ ସାହୁଙ୍କ ସ୍ତ୍ରୀ ନିରୁପମା। ପୋଲିସ ତାଙ୍କ ପୁଅ ଶୁଭମ୍‌ ଓରଫ୍‌ ବାବୁନ୍‌(୨୦)ଙ୍କୁ ଗିରଫକରି ତଦନ୍ତ ଚଳାଇଛି। ଶୁଭମ୍‌ ପ୍ରତ୍ୟେକ ଦିନ ଡ୍ରଗ୍ସ ସେବନ କରନ୍ତି ବୋଲି ସ୍ଥାନୀୟ ଲୋକଙ୍କଠାରୁ ଜଣାପଡ଼ିଛି। ଡ୍ରଗ୍ସ ନିଶାରେ ସେ ଏଭଳି ଘଟଣା ଘଟାଇଥିବା ଲୋକେ କହିଛନ୍ତି।
ସୂଚନା ମୁତାବକ, ମଧ୍ୟାହ୍ନରେ ଶୁଭମ୍‌ ତାଙ୍କ ମା’ ନିରୁପମାଙ୍କୁ ୧୦ ଟଙ୍କା ମାଗିଥିଲେ। ହେଲେ ନିରୁପମା ପଇସା ନାହିଁ ବୋଲି କହିଥିଲେ। ଏତିକିରେ ଶୁଭମ୍‌ ହଠାତ୍‌ ରାଗିଯାଇ ମା’ଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହ ଘରେ ପୂରାଇ ଭିତରପଟୁ କବାଟ ବନ୍ଦ କରି ଦେଇଥିଲେ। ପରେ ଶୁଭମ୍‌ ଘରେ ଥିବା ଏକ ହେମଦସ୍ତା ପୁଆରେ ମା’ଙ୍କ ମୁଣ୍ଡକୁ ନିସ୍ତୁକ ପିଟିଥିଲେ। ନିରୁପମାଙ୍କ ଚିତ୍କାର ଶୁଣି ପଡ଼ୋଶୀ ମନୋରମା ସାହୁ ଦୌଡ଼ିଯିବାରୁ ଘରର ଭିତର ପଟୁ କବାଟ ଦିଆଯାଇଥିବା ଦେଖିଥିଲେ। ଏହାପରେ ସେ ପାଖ ଲୋକଙ୍କୁ ଡାକ ପକାଇଥିଲେ ଏବଂ ମନୋରମା ଝରକାରେ ଦେଖିବାକୁ ପାଇଥିଲେଯେ, ଶୁଭମ୍‌ ତାଙ୍କ ମା’ଙ୍କ ମୁଣ୍ଡକୁ ହେମଦସ୍ତା ପୁଆରେ ପିଟି ବଶ ବାହାର କରିଦେଇଛନ୍ତି। ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚତ୍ କବାଟ ଭାଙ୍ଗି ଶୁଭମ୍‌ଙ୍କୁ କାବୁ କରିବା ସହ ଏକ ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଶୁଭମ୍‌ଙ୍କୁ ଗିରଫ କରିଥିଲା। ପରେ ନିରୁପମାଙ୍କ ମୃତଦେହ ଜବତକରି ବ୍ୟବଚ୍ଛେଦ ପାଇଁ ଯାଜପୁର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲା। ଏନେଇ ଥାନାରେ ଏକ ମାମଲା ନଂ.(୩୨୭/୨୩) ରୁଜୁ ହୋଇଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

ଭାଜପାରେ ବଡ଼ ଅଦଳବଦଳ: ସ୍ମୃତି-ବସୁନ୍ଧରାଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୭।୮: ସଭାପତି ନୀତିନ ନବୀନ ନୂଆ ଟିମ୍‌ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ୧୬…

ଆଜି ବୁଧ-ଶନିଙ୍କ ନବପଞ୍ଚମ ଯୋଗ, ମିଥୁନ ସମେତ ଏହି ୪ ରାଶିର କ୍ୟାରିୟରରେ ଆସିବ ବଡ଼ ସଫଳତା, ବ୍ୟବସାୟରେ…

ନବପଞ୍ଚମ ଦୃଷ୍ଟି ଯୋଗ ଦୁଇଟି ଗ୍ରହ ପରସ୍ପରଠାରୁ ୫ମ ଏବଂ ୯ମ ଭାବରେ ଅବସ୍ଥିତ ହେଲେ ଗଠିତ ହୁଏ। ଏହି ଯୋଗ ଗଠନ ହେବା ଫଳରେ ଭାଗ୍ୟଶାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri