ଅଣ୍ଡା ତରକାରି ପାଇଁ ମା’ଙ୍କୁ ହତ୍ୟା

ଝାରସୁଗୁଡ଼ା ଅଫିସ,୨୩।୧୧: ଝାରସୁଗୁଡ଼ା ଜିଲା ସଦର ଥାନା ଅଧୀନ ଇବ୍‌ ଗ୍ରାମର ଜାମୁଆଁପାଲିରେ ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ରାଜେନ୍ଦ୍ର ଭୋଏ (୨୭) ନାମକ ଯୁବକ ମା’ କୁମୁଦିନୀ ଭୋଏ(୫୫)ଙ୍କୁ ଏକ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି। ମଙ୍ଗଳବାର ମୃତ ମହିଳାଙ୍କ ଦିଅର ହେମସାଗର ଭୋଏ ଏନେଇ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ଆଇପିସି ଦଫା ୩୦୨ରେ ଏକ ମାମଲା (ନଂ.୨୦୮/୨୧) ରୁଜୁ କରିଛି। ଅଭିଯୁକ୍ତ ରାଜେନ୍ଦ୍ରଙ୍କୁ ପୋଲିସ ଗିରଫ କରି ଏକ ଧାରୁଆ ଅସ୍ତ୍ର ଜବତ କରିଛି। ପୋଲିସ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଖବରପାଇ ଏସ୍‌ଡିପିଓ ନିର୍ମଳ ମହାପାତ୍ର ଓ ଆଇଆଇସି ସୁଚିସ୍ମିତା ମହାନ୍ତି ସାଇଣ୍ଟିଫିକ୍‌ ଟିମ୍‌ ସହ ଗ୍ରାମରେ ତଦନ୍ତ କରି ଫେରିଛନ୍ତି।

ସୂଚନା ଅନୁଯାୟୀ ଅଭିଯୁକ୍ତ ରାଜେନ୍ଦ୍ର ଦିନମଜୁରିଆ ଭାବେ କାମ କରନ୍ତି। ସୋମବାର ସେ କାମ କରିବାକୁ ଯାଇ ସନ୍ଧ୍ୟାରେ ଅଣ୍ଡାଧରି ଘରକୁ ଫେରିଥିଲେ। ମା’ଙ୍କୁ ଅଣ୍ଡା ତରକାରି ରାନ୍ଧିବା ପାଇଁ କହିଥିଲେ। ହେଲେ ମା’ ଆଉ ରାନ୍ଧି ପାରିବି ନାହିଁ କାଲି ରାନ୍ଧିଦେବାକୁ କହିଥିଲେ। ଏତିକିରେ ରାଜେନ୍ଦ୍ର ଉତ୍‌କ୍ଷିପ୍ତ ହୋଇ ଘରେ ଥିବା ଏକ ଧାରୁଆ ଅସ୍ତ୍ରରେ ମା’ଙ୍କୁ ଆକ୍ରମଣ କରିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri