କାଲେମା ଗାଁରେ ମହିଳାଙ୍କୁ ହତ୍ୟା ଘଟଣା: ସ୍ବାମୀ ସହ ସଉତୁଣୀ-ପୁତୁରା ଗିରଫ

ମୋହନା,୧୦ା୧(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା କଲେମା ଗାଁରେ ଲାଲି ଓରଫ ଲକ୍ଷହିରା ନାୟକ ହତ୍ୟା ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଏହି ହତ୍ୟା ଘଟଣାରେ ସମ୍ପୃକ୍ତ ୩ ଜଣକୁ ଗିରଫ କରାଯାଇଛି। ସେମାନେ ହେଲେ ମୃତ ଲକ୍ଷହିରାଙ୍କ ସାମୀ ଧର୍ମେନ୍ଦ୍ର ନାୟକ, ଦିତୀୟ ସ୍ତ୍ରୀ ପୂର୍ଣ୍ଣବାସୀ ନାୟକ ଓ ପୁତୁରା କର୍ଣ୍ଣ ନାୟକ। ଅଭିଯୁକ୍ତମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଗଜପତି ଏସ୍‌ପି ଯତୀନ୍ଦ୍ର ପଣ୍ଡା। ପାରିବାରିକ ଅଶାନ୍ତି ଓ ଦ୍ୱିତୀୟ ବିବାହକୁ ବିରୋଧ କରିବାରୁ ଏହି ହତ୍ୟାକାଣ୍ଡ ଘଟିଥିବା ସୂଚନା ଦେଇଛନ୍ତି। ଧର୍ମେନ୍ଦ୍ର ଗତ ୧୫ ବର୍ଷ ତଳେ ପ୍ରଥମେ ଲକ୍ଷହିରା ନାୟକ (୩୨)ଙ୍କୁ ବିବାହ କରିଥିଲେ। ଏହାପରେ ଗତ ୪ ବର୍ଷ ତଳେ ପୁଣି ପୂର୍ଣ୍ଣବାସୀ ନାମକ ଜଣେ ମହିଳାଙ୍କୁ ଦିତୀୟ ବିବାହ କରିଥିଲେ ଧର୍ମେନ୍ଦ୍ର। ଏହାକୁ ନେଇ ପରିବାରରେ ଅଶାନ୍ତି ସୃଷ୍ଟି ହୋଇଥିଲା। ତେଣୁ ରାସ୍ତାରୁ ହଟାଇବା ପାଇଁ ଲକ୍ଷହିରାକୁ ଗତ ୩ ତାରିଖ ଦିନ ଉକ୍ତ ୩ ଜଣ ମିଶି ହତ୍ୟା କରିଥିଲେ। ୫ ତାରିଖରେ ଏକ ପାହାଡ଼ ତଳେ ଥିବା ପଥର କୋରଡ଼ରୁ ମୃତଦେହ ଉଦ୍ଧାର କରିଥିଲା ପୋଲିସ। ହତ୍ୟାରେ ବ୍ୟବହୃତ ମାରଣାସ୍ତ୍ର ଓ ପଥର ଜବତ ହୋଇଛି। ଅଭିଯୁକ୍ତମାନଙ୍କୁ ଗିରଫ କରାଯିବା ପରେ ମୃତଙ୍କ ଭାଇ ଖୁସିବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ହଣ୍ଡାରେ ପଡ଼ିଗଲେ ୨ ବର୍ଷର ଶିଶୁକନ୍ୟା, ତା’ପରେ…

ଝରିଗାଁ,୧୬।୧(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅଧୀନ ଏକମ୍ବା- ଖ ପଞ୍ଚାୟତ ସଦର ମହକୁମାରେ ବୁଧବାର ଏକ ଅଘଟଣ ଘଟିଛି। ପାଣି ଭର୍ତ୍ତି...

ବାଇକରେ ଗଞ୍ଜେଇ ନେଇ ଯାଉଥିଲେ ନାବାଳକ, ଧରିଲା ପୋଲିସ

ଦିଗପହଣ୍ଡି,୧୬।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଗୁରୁବାର ସାରେ ବାଇକ ସହ ଗଞ୍ଜେଇ ଜବତ କରିଛି। ପୋଲିସ ଟିମ ୩୨୬ ନଂ...

ଦିନ ଦ୍ବିପହରରେ ଏସ୍‌ପି ଅଫିସ ପାଖେ ମହିଳାଙ୍କ ବେକରୁ ଝାମ୍ପିନେଲେ ସୁନା ଚେନ୍‌

କେନ୍ଦୁଝର,୧୬।୧ (ନରେଶ ଚନ୍ଦ୍ର ପଟ୍ଟନାୟକ): ମହିଳାଙ୍କ ବେକରୁ ସୁନା ଚେନ୍‌ ଟାଣିନେଲେ ଲୁଟେରା। ଏହି ଘଟଣା ବୁଧବାର ଘଟିଥିବା ଜଣାପଡିଛି। ତେବେ ପୋଲିସ ଗୁରୁବାର ଘଟଣାସ୍ଥଳରେ...

ବରଗଡ଼ରେ ପୁଣି ଚାଞ୍ଚଲ୍ୟ: ଶ୍ୱଶୁର ଘରେ ଜ୍ବାଇଁଙ୍କୁ ହତ୍ୟା

ପାଇକମାଳ.୧୬।୧(ବଡ଼ ଶତପଥି): ବରଗଡ଼ଜିଲା ପାଇକମାଳ ଥାନା ନରସିଂହପଡ଼ାରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ନେଇ ଗୁରୁବାର ପାଇକମାଳ ଥାନାରେ ଅଭିଯୋଗ ହୋଇଛି । ମୃତକ ଯୁବକ...

ଗାଁ ପାହାଡ଼ରୁ ପଥର ଖୋଳୁଥିବାବେଳେ ଅଘଟଣ, ମାଟି ଅତଡ଼ା ଖସି ଶ୍ରମିକ ମୃତ

ଦିଗପହଣ୍ଡି,୧୬।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଆମ୍ବ ଗାଁ ନିକଟ କାଙ୍କରା ପାହାଡ଼ରୁ ମାଟି ଅତଡ଼ା ଖସି ଜଣେ ଶ୍ରମିକ ଗୁରୁବାର ମୃତ୍ୟୁବରଣ...

ସାଧାରଣତନ୍ତ୍ର ଦିବସରେ ପତାକା ଉତ୍ତୋଳନ କରିବେ ତହସିଲଦାର

ଦାରିଙ୍ଗବାଡ଼ି,୧୬ା୧(ଅରୁଣ ସାହୁ): ବ୍ଲକସ୍ତରୀୟ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ତହସିଲଦାର ଶରତ ଶବରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ବିଏସ୍‌ଏସ୍‌ଓ...

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ପଦ୍ମ ବିଜେତାଙ୍କୁ ମିଳିବ ମାସିକ ୩୦ ହଜାର ଟଙ୍କା

ଭୁବନେଶ୍ୱର,୧୬।୧: ରାଜ୍ୟ ସରକାର ଗୁରୁବାର ପଦ୍ମ ବିଜେତାଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ପଦ୍ମ ପୁରସ୍କାର ବିଜେତାଙ୍କୁ ରାଜ୍ୟ ସରକାର ମାସିକ ୩୦ ହଜାର...

ମଣ୍ଡିରେ ଧାନକିଣାରେ ଅବ୍ୟବସ୍ଥା: ପ୍ରତିବାଦରେ ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ

ପୁରୁଷୋତ୍ତମପୁର,୧୬ା୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ବାଘଳା ପଞ୍ଚାୟତରେ ଧାନକିଣାରେ ଅବ୍ୟବସ୍ଥାକୁ ନେଇ ଗୁରୁବାର ଚାଷୀମାନେ ରାଜରାସ୍ତାକୁ ଓହ୍ଲାଇଛନ୍ତି। ସରକାର ଖୋଲିଥିବା ମଣ୍ଡିରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri