କାଲେମା ଗାଁରେ ମହିଳାଙ୍କୁ ହତ୍ୟା ଘଟଣା: ସ୍ବାମୀ ସହ ସଉତୁଣୀ-ପୁତୁରା ଗିରଫ

ମୋହନା,୧୦ା୧(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା କଲେମା ଗାଁରେ ଲାଲି ଓରଫ ଲକ୍ଷହିରା ନାୟକ ହତ୍ୟା ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଏହି ହତ୍ୟା ଘଟଣାରେ ସମ୍ପୃକ୍ତ ୩ ଜଣକୁ ଗିରଫ କରାଯାଇଛି। ସେମାନେ ହେଲେ ମୃତ ଲକ୍ଷହିରାଙ୍କ ସାମୀ ଧର୍ମେନ୍ଦ୍ର ନାୟକ, ଦିତୀୟ ସ୍ତ୍ରୀ ପୂର୍ଣ୍ଣବାସୀ ନାୟକ ଓ ପୁତୁରା କର୍ଣ୍ଣ ନାୟକ। ଅଭିଯୁକ୍ତମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଗଜପତି ଏସ୍‌ପି ଯତୀନ୍ଦ୍ର ପଣ୍ଡା। ପାରିବାରିକ ଅଶାନ୍ତି ଓ ଦ୍ୱିତୀୟ ବିବାହକୁ ବିରୋଧ କରିବାରୁ ଏହି ହତ୍ୟାକାଣ୍ଡ ଘଟିଥିବା ସୂଚନା ଦେଇଛନ୍ତି। ଧର୍ମେନ୍ଦ୍ର ଗତ ୧୫ ବର୍ଷ ତଳେ ପ୍ରଥମେ ଲକ୍ଷହିରା ନାୟକ (୩୨)ଙ୍କୁ ବିବାହ କରିଥିଲେ। ଏହାପରେ ଗତ ୪ ବର୍ଷ ତଳେ ପୁଣି ପୂର୍ଣ୍ଣବାସୀ ନାମକ ଜଣେ ମହିଳାଙ୍କୁ ଦିତୀୟ ବିବାହ କରିଥିଲେ ଧର୍ମେନ୍ଦ୍ର। ଏହାକୁ ନେଇ ପରିବାରରେ ଅଶାନ୍ତି ସୃଷ୍ଟି ହୋଇଥିଲା। ତେଣୁ ରାସ୍ତାରୁ ହଟାଇବା ପାଇଁ ଲକ୍ଷହିରାକୁ ଗତ ୩ ତାରିଖ ଦିନ ଉକ୍ତ ୩ ଜଣ ମିଶି ହତ୍ୟା କରିଥିଲେ। ୫ ତାରିଖରେ ଏକ ପାହାଡ଼ ତଳେ ଥିବା ପଥର କୋରଡ଼ରୁ ମୃତଦେହ ଉଦ୍ଧାର କରିଥିଲା ପୋଲିସ। ହତ୍ୟାରେ ବ୍ୟବହୃତ ମାରଣାସ୍ତ୍ର ଓ ପଥର ଜବତ ହୋଇଛି। ଅଭିଯୁକ୍ତମାନଙ୍କୁ ଗିରଫ କରାଯିବା ପରେ ମୃତଙ୍କ ଭାଇ ଖୁସିବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ବ୍ୟାକ୍ଟେରିଆ ରୋକିବାର ସହଜ ଉପାୟ

ବ୍ୟାକ୍ଟେରିଆ ଆମ ଶରୀରରେ କାୟା ବିସ୍ତାର କଲେ ତାହା କେତେକ ରୋଗର କାରଣ ସାଜିଥାଏ। ତେବେ ଏହାକୁ ପ୍ରତିହତ କରିବାର ଏକ ସହଜ ତଥା ସରଳ ଉପାୟ…

ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରି

ଏବେ ଆମ ଦେଶରେ ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରିର ଚାହିଦା ଅଭୂତପୂର୍ବ ଭାବେ ବୃଦ୍ଧି ପାଉଛି। ଗୁରୁତର ଆର୍ଥ୍ରାଇଟିସ ଏବଂ ଜଏଣ୍ଟର ଅନ୍ତିମ ପର୍ଯ୍ୟାୟର ରୋଗରେ ପୀଡ଼ିତ ଅନେକ…

ସଲମାନଙ୍କ ସମର୍ଥନରେ ବାହାରିଲେ ରୋହିତ ଶେଟ୍ଟୀ; ଟ୍ରୋଲର୍ସଙ୍କୁ ଦେଲେ ଜବରଦସ୍ତ ଜବାବ

ମୁମ୍ବାଇ,୨୧।୯: ବଲିଉଡ୍ ଷ୍ଟାର୍ ସଲମାନ ଖାନ୍‌ ଏବେ ‘ବିଗ୍ ବସ୍ ୨୦’କୁ ନେଇ ଚର୍ଚ୍ଚାରେ ରହିଛନ୍ତି । ନିକଟରେ ‘ୱିକେଣ୍ଡ କା ୱାର୍’ରେ ସୋସିଆଲ ମିଡିଆ ଟ୍ରୋଲର୍ସଙ୍କ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବିହାରରେ ଅସଦାଚରଣ! ବାଇକରେ ଯାଉଥିବା ନାବାଳିକା ଛାତ୍ରୀଙ୍କୁ ବ୍ୟାଡ ଟଚ୍‌; ଭିଡିଓ ଭାଇରାଲ

ପାଟନା,୨୧।୯: ବିହାରର ଜାମୁଇ ଜିଲାରେ ଏକ ରାସ୍ତା ଉପରେ ଜଣେ ନାବାଳିକା ଛାତ୍ରୀଙ୍କୁ ହଇରାଣ-ହରକତ ଓ ଅଶାଳୀନ ବ୍ୟବହାର କରାଯିବା ଏବଂ ତାଙ୍କ ସହ ଜଣେ ନାବାଳକ…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?