ରାଜନୈତିକ ଶତ୍ରୁତାକୁ କେନ୍ଦ୍ର କରି ଜିଆରଏସ୍‌ଙ୍କୁ ହତ୍ୟା

ବୁଗୁଡ଼ା/ପୋଲସରା,୨୩ା୧୨(କାଳିଚରଣ ଦାଶ୍‌/ସୁବ୍ରତ ବେହେରା): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅର୍ନ୍ତଗତ ବାଲିପଦର ଫାଣ୍ଡି ଅଧିନସ୍ତ କଳମ୍ବ ଗ୍ରାମର ସ୍ବର୍ଗତ ଶ୍ରୀହରୀ ପାଣିଗ୍ରାହୀଙ୍କ ପୁଅ ସୁକାନ୍ତ କୁମାର ପାଣିଗ୍ରାହୀଙ୍କୁ ରାଜନୈତିକ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ ସୁକାନ୍ତ ବୁଗୁଡ଼ା ବ୍ଲକର ଆଶ୍ରମ କରଡ଼ାବାଡି ଓ ଶଙ୍କୁରୁ ପଞ୍ଚାୟତରେ ଗ୍ରାମ ରୋଜଗାର ସେବକ (ଜିଆରଏସ) ଭାବରେ କାର୍ଯ୍ୟକରି ଆସୁଥିଲେ। ଶୁକ୍ରବାର ମୋଟର ସାଇକେଲରେ ଅନ୍ତରପଡ଼ା ଗ୍ରାମ ଦେଇ ବୁଗୁଡ଼ା ବ୍ଲକକୁ ଯିବା ବେଳେ ମାଣିକପୁର ଛକ ନିକଟରେ କଳମ୍ବ ପଞ୍ଚାୟତର ପୂର୍ବତନ ସରପଞ୍ଚ ଗନ୍ତେଇ ସ୍ବାଇଁଙ୍କ ପୁଅ ରାଘବ ସ୍ବାଇଁ ସୁକାନ୍ତଙ୍କୁ ଅଟକାଇ ଲିପ୍ଟ ମାଗିଥିଲେ। ବାଇକ୍‌ରେ ବସି ଯାଉଥିବା ବେଳେ ରାଘବ ଏକ ଛୁରିରେ ସୁକାନ୍ତଙ୍କ ଡାହାଣ ଗୋଡର ଜଙ୍ଘକୁ ବାରମ୍ବାର ଆଘାତ କରି ରକ୍ତାକ୍ତ କରିଦେଇଥିଲେ। ସୁକାନ୍ତ ବାଇକରୁ ପଡ଼ିଯିବା ପରେ ରାଘବ ଫେରାର ହୋଇଯାଇଥିଲେ। ସ୍ଥାନୀୟ ଲୋକେ ସୁକାନ୍ତଙ୍କୁ ବୁଗୁଡ଼ା ମେଡ଼ିକାଲ୍‌ରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯିବା ବେଳେ ରାସ୍ତାରେ ତଙ୍କର ମୃତ୍ୟୁ ଘଟିଥିଲା। ବୁଗୁଡ଼ା ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ଭଞ୍ଜନଗର ସ୍ଥାନାନ୍ତର କରି କେସ ନମ୍ବର ୯୫୨/୨୩ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିବା ଥାନା ଅଧିକାରୀ ପ୍ରଭାତ ରଞ୍ଜନ ମହାନ୍ତି ସୂଚନା ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

ରାଜଧାନୀରୁ ନକଲି ଡାକ୍ତର ଗିରଫ: ପ୍ରେମ ଜାଲରେ ଫସାଇଲେ ମହିଳା ଡାକ୍ତରଙ୍କୁ

ଭୁବନେଶ୍ୱର,୬।୨:ରାଜଧାନୀରୁ ନକଲି ଡାକ୍ତର ସରୋଜ ମିଶ୍ର ଓରଫ ସିଦ୍ଧାର୍ଥ ଶଙ୍କରଙ୍କୁ ଗିରଫ କରାଯାଇଛି। ମଞ୍ଚେଶ୍ୱର ପୋଲିସ ସିଦ୍ଧାର୍ଥଙ୍କୁ ୧ଲକ୍ଷ ୩୦ ହଜାର ଟଙ୍କା ଠକେଇ ଅଭିଯୋଗରେ ଗିରଫ…

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri