ରାଜନୈତିକ ଶତ୍ରୁତାକୁ କେନ୍ଦ୍ର କରି ଜିଆରଏସ୍‌ଙ୍କୁ ହତ୍ୟା

ବୁଗୁଡ଼ା/ପୋଲସରା,୨୩ା୧୨(କାଳିଚରଣ ଦାଶ୍‌/ସୁବ୍ରତ ବେହେରା): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅର୍ନ୍ତଗତ ବାଲିପଦର ଫାଣ୍ଡି ଅଧିନସ୍ତ କଳମ୍ବ ଗ୍ରାମର ସ୍ବର୍ଗତ ଶ୍ରୀହରୀ ପାଣିଗ୍ରାହୀଙ୍କ ପୁଅ ସୁକାନ୍ତ କୁମାର ପାଣିଗ୍ରାହୀଙ୍କୁ ରାଜନୈତିକ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ ସୁକାନ୍ତ ବୁଗୁଡ଼ା ବ୍ଲକର ଆଶ୍ରମ କରଡ଼ାବାଡି ଓ ଶଙ୍କୁରୁ ପଞ୍ଚାୟତରେ ଗ୍ରାମ ରୋଜଗାର ସେବକ (ଜିଆରଏସ) ଭାବରେ କାର୍ଯ୍ୟକରି ଆସୁଥିଲେ। ଶୁକ୍ରବାର ମୋଟର ସାଇକେଲରେ ଅନ୍ତରପଡ଼ା ଗ୍ରାମ ଦେଇ ବୁଗୁଡ଼ା ବ୍ଲକକୁ ଯିବା ବେଳେ ମାଣିକପୁର ଛକ ନିକଟରେ କଳମ୍ବ ପଞ୍ଚାୟତର ପୂର୍ବତନ ସରପଞ୍ଚ ଗନ୍ତେଇ ସ୍ବାଇଁଙ୍କ ପୁଅ ରାଘବ ସ୍ବାଇଁ ସୁକାନ୍ତଙ୍କୁ ଅଟକାଇ ଲିପ୍ଟ ମାଗିଥିଲେ। ବାଇକ୍‌ରେ ବସି ଯାଉଥିବା ବେଳେ ରାଘବ ଏକ ଛୁରିରେ ସୁକାନ୍ତଙ୍କ ଡାହାଣ ଗୋଡର ଜଙ୍ଘକୁ ବାରମ୍ବାର ଆଘାତ କରି ରକ୍ତାକ୍ତ କରିଦେଇଥିଲେ। ସୁକାନ୍ତ ବାଇକରୁ ପଡ଼ିଯିବା ପରେ ରାଘବ ଫେରାର ହୋଇଯାଇଥିଲେ। ସ୍ଥାନୀୟ ଲୋକେ ସୁକାନ୍ତଙ୍କୁ ବୁଗୁଡ଼ା ମେଡ଼ିକାଲ୍‌ରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯିବା ବେଳେ ରାସ୍ତାରେ ତଙ୍କର ମୃତ୍ୟୁ ଘଟିଥିଲା। ବୁଗୁଡ଼ା ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ଭଞ୍ଜନଗର ସ୍ଥାନାନ୍ତର କରି କେସ ନମ୍ବର ୯୫୨/୨୩ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିବା ଥାନା ଅଧିକାରୀ ପ୍ରଭାତ ରଞ୍ଜନ ମହାନ୍ତି ସୂଚନା ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଲୋଇସିଂହା ବିଧାନସଭା ଆସନ: ୭ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର କାଏମ

ଲୋଇସିଂହା,୫।୫(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ନିର୍ବାଚନ ମଣ୍ଡଳୀ ବିଧାୟକ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ସରିଛି। ଯାଞ୍ଚ ପ୍ରକ୍ରିୟା ପରେ ୭ଜଣ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର...

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଘରୁ ମତଦାନ ପ୍ରକ୍ରିୟା ଆରମ୍ଭ

କୋରାପୁଟ,୫।୫(ଅମିତାଭ ବେହେରା): ମେ’ ୧୩ ତାରିଖରେ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଏନେଇ ରବିବାର ଆରମ୍ଭ ହୋଇଯାଇଛି ହୋମ୍‌ ଭୋଟିଂ ପ୍ରକ୍ରିୟା। ବରିଷ୍ଠ ନାଗରିକ, ଦିବ୍ୟାଙ୍ଗ...

ପାହାଡ଼ରୁ ଖସିଲା ପଥର: ମାଲ୍‌ବାହୀ ଟ୍ରେନ୍‌ ଲାଇନଚ୍ୟୁତ

କୋରାପୁଟ,୫ା୫(ଅମିତାଭ ବେହେରା ): ଆନ୍ଧ୍ରର ଶିବଲିଙ୍ଗପୁରମ ନିକଟସ୍ଥ ରେଳ ଧାରଣାରେ ପାହାଡ଼ରୁ ପଥର ଖସି ରବିବାର ଭୋର ସମୟରେ ଏକ ମାଲବାହୀ ଟ୍ରେନ୍‌ ଇଞ୍ଜିନ ଲାଇନଚ୍ୟୁତ...

କଂଗ୍ରେସ ପ୍ରାର୍ଥୀଙ୍କ ଉପରକୁ ଆକ୍ରମଣ: ମୁଣ୍ଡ ଫଟେଇଦେଲେ ଦୁର୍ବୃତ୍ତ

ପୁରୀ,୫।୫: ପୁରୀ କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥଙ୍କ ଉପରେ ରବିବାର ଅପରାହ୍ନରେ ଆକ୍ରମଣ ହୋଇଛି। ସେ ବସ୍‌ଷ୍ଟାଣ୍ଡରେ ବୁଲୁଥିବା ବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଆକ୍ରମଣ...

ସଞ୍ଜୟଙ୍କୁ ସମ୍ବଲପୁର ବିଧାନସଭା ନିର୍ବାଚନ ଇନ୍‌ଚାର୍ଜ କଲା ବିଜେଡି

ସମ୍ବଲପୁର,୫ା୫(ପ୍ରମୋଦ ବହିଦାର): ଚଳିତ ନିର୍ବାଚନ ପାଇଁ ବିଜେଡିର ନିର୍ବାଚନ ସଂଯୋଜକ ଓ ନିର୍ବାଚନ ଇନ୍‌ଚାର୍ଜ ନିଯୁକ୍ତ କରାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ...

କ୍ଷମତାକୁ ଆସିଲେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବ ଭାଜପା: ଜାଣନ୍ତୁ ଏଥିରେ ମହିଳାଙ୍କୁ କ’ଣ ମିଳିବ ଲାଭ

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଛି। ନିର୍ବାଚନୀ ଇସ୍ତାହାରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା।...

ସ୍ତ୍ରୀଙ୍କ ପାଇଁ ପ୍ରଚାର କରୁଛନ୍ତି ସ୍ବାମୀ

କେସିଙ୍ଗା,୫।୫(ତୁମେଶ୍ୱର ସାହୁ): ନର୍ଲା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀନି ମନୋରମା ମହାନ୍ତିଙ୍କ ପାଇଁ ନର୍ଲା ବ୍ଳକ ଉପାଧ୍ୟକ୍ଷ ସ୍ବାମୀ ମୁନା ମହାନ୍ତି ପ୍ରଚାର ପାଇଁ...

ଗଞ୍ଜେଇ ଜବତ କରିବାକୁ ଯାଇ ହଟହଟା ହେଲା ପୋଲିସ

ବାଲିଗୁଡା,୫।୫: (ସଞ୍ଜୟ କୁମାର ପାଣିଗ୍ରାହୀ): ଆଗକୁ ସାଧାରଣ ନିର୍ବାଚନ ଥିବାରୁ ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ନିଶା କାରବାର ରୋକିବାକୁ ବିଭିନ୍ନ ସ୍ଥାନରେ ଚଢାଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri